୧୨ ଘଣ୍ଟିଆ ଭାରତ ବନ୍ଦ: ଯାନବାହନ ଚଳାଚଳ ଠପ୍‌

ବଣାଇଁ, ୧୨।୨(ପ୍ରଦୀପ ତ୍ରିପାଠୀ): ସର୍ବଭାରତୀୟ ସ୍ତରରେ ସଂଯୁକ୍ତ କିଷାନ ମୋର୍ଚ୍ଚା ଓ ମିଳିତ ଟ୍ରେଡ ୟୁନିଅନର ଡାକରା କ୍ରମେ ଆଜି ୧୨ ଘଣ୍ଟିଆ ବନ୍ଦ ଡାକରାକୁ ବଣାଇଁ ଅଞ୍ଚଳରେ ସମର୍ଥନ ମିଳିଥିବା ଦେଖାଯାଇଛି l ପ୍ରଭାବରେ ୫୨୦ ଓ ୧୪୩ ନମ୍ବର ଜାତୀୟ ରାଜପଥରେ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଥିବାବେଳେ ୧୦ ନମ୍ବର ରାଜ୍ୟ ରାଜପଥ ମଧ୍ୟ ବନ୍ଦ ରହିଛି। ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ନେତୃତ୍ୱରେ ବଣାଇଁ ଉପଖଣ୍ଡର ନରେନ୍ଦ୍ର, ଖୁଣ୍ଟ ଗାଁ, ବରସୁଆଁ ଗୋପନା, କୋଇଡ଼ା, ଗୁରୁଣ୍ଡିଆ ଲହୁଣିପ ଇତ୍ୟାଦି ଅଞ୍ଚଳରେ କର୍ମୀ ରାସ୍ତା ଅବରୋଧ କରିଛନ୍ତି l ପଟାସାହି, ବିମଲାଗଡ଼, ରକ୍ସିରେ ରେଳରୋକୋ କରି ରେଳ ଚଳାଚଳ ବନ୍ଦ ରହିଥିବା ଜଣାପଡ଼ିଛି l
ଦୋକାନ ବଜାର ଆଂଶିକ ବନ୍ଦ ରହିଛି ଓ ସରକାରୀ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇଏମ କର୍ମୀ ପିକେଟିଂ କରୁଛନ୍ତି l ପ୍ରଥମ ପର୍ଯ୍ୟାୟରେ ବନ୍ଦ ପାଳନ ସଫଳ ହୋଇଥିବା ନେଇ ଓ ଆଗକୁ ସରକାର ବାଧ୍ୟ ହୋଇ ସମାଧାନ କରିବେ ବୋଲି ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡା ପ୍ରତିକ୍ରିୟା ରଖିଛନ୍ତି l ଆଇନ ଶୃଙ୍ଖଳାକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ଓ ପରିସ୍ଥିତି ସ୍ବାଭାବିକ ଥିବା ବଣାଇଁ ଉପଖଣ୍ଡ ପୋଲିସ ଅଧିକାରୀ ରାମଚନ୍ଦ୍ର ବିଶାଳ କହିଛନ୍ତି l

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଗାଡ଼ି ଆସିଲେ ମଧ୍ୟ ସେ ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri