ମୃତ ନର୍ସିଂ ଛାତ୍ରୀଙ୍କ ପରିବାରକୁ ସହାୟତା ରାଶି ଯୋଗାଇବା ଦାବିରେ ୧୨ ଘଣ୍ଟିଆ ରାଇଘର ବନ୍ଦ

ନବରଙ୍ଗପୁର,୧୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ରାଇଘର ଥାନା ଅଞ୍ଚଳର ନର୍ସିଂ ଛାତ୍ରୀଙ୍କ ଭୁବନେଶ୍ୱର ଏମ୍ସଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିବା ପରେ ରାଜନୀତି ଜୋର ଧରିଛି। ପୀଡ଼ିତାଙ୍କ ପରିବାରକୁ ଏକ କୋଟି ଟଙ୍କାର କ୍ଷତିପୂରଣ ଦାବି କରି ଜିଲା ବିଜେଡି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଦୀର୍ଘ ୨୪ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ କରି ମୃତ୍ୟୁ ପରେ ଆଜି ମୃତଦେହ  ଜନ୍ମମାଟି ଡୁମୁରିମୁଣ୍ଡାକୁ ଫେରିଛି। ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ମୃତଦେହ ଆସି ପହଞ୍ଚିଛି। ଡୁମୁରିମୁଣ୍ଡା ଗ୍ରାମରେ ପୋଲିସ ଛାଉଣୀ କରି ରଖିଛି, ମୃତଦେହ ପହଞ୍ଚିବା ପରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଅନୁଯାୟୀ ବିଜେଡି ପକ୍ଷରୁ ବନ୍ଦ ପାଳନ କରାଯାଉଛି।

ବନ୍ଦ ପାଳନ ପ୍ରଭାବରେ ରାଇଘରର ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଜରୁରୀକାଳିନ ସେବାକୁ ବାଦ୍‌ ଦେଇ ଅନ୍ୟ ସମସ୍ତ ସେବା ବନ୍ଦ ରହିଛି। ବିଜେଡି କର୍ମୀମାନେ ସକାଳୁ ରାଇଘର ହନୁମାନ ମନ୍ଦିର ଛକ ନିକଟରେ ଗାଡ଼ି ଅଟକାଇବା ସହ ରାସ୍ତା ଅବରୋଧ କରି ବସିଥିବା ଦେଖିବାକୁ ମିଳିଛି। ଘଟଣାକୁ ନେଇ ମୃତ ଛାତ୍ରୀଙ୍କ ଶବ ଗ୍ରାମରେ ପହଞ୍ଚିବା ପରେ ଗ୍ରାମବାସୀ ଓ ମଧ୍ୟ କ୍ଷତିପୂରଣ ନ ଦେବା ଯାଏ ମୃତଦେହ ସତ୍କାର ହେବ ନାହିଁ ବୋଲି କହିଛନ୍ତି। ଅନ୍ୟପଟେ ଫୋଟୋ ଭାଇରାଲ ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଏବେ ଯାଏ ଗିରଫ କରି ନାହିଁ ତୁରନ୍ତ ଗିରଫ ପାଇଁ ଦାବି କରିବା ସହ କ୍ଷତିପୂରଣ ପାଇଁ ଦାବି କରିଛନ୍ତି ବିଜେଡି ନେତା ପ୍ରଦୀପ ମାଝୀ।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri