ଆଜି ୧୨ ଘଣ୍ଟିଆ ରେଢ଼ାଖୋଲ ବନ୍ଦ

ରେଢ଼ାଖୋଲ,୪।୮(ଡି.ଏନ୍‌.ଏ.): ସମ୍ବଲପୁର- ଅନୁଗୋଳ ୫୫ ନଂ ଜାତୀୟ ରାଜପଥର ସମ୍ପ୍ରସାରଣ ଦାବିରେ ରେଢାଖୋଲ ନାଗରିକ କମିଟି ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ରେଢାଖୋଲ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଛି। ବନ୍ଦ ଯୋଗୁ ସହରର ସମସ୍ତ ଦୋକାନ ବଜାର ବନ୍ଦ ଥିବା ବେଳେ ଗାଡିମୋଟର ଯାତାୟାତ ମଧ୍ୟ ବନ୍ଦ ରହିଛି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଶହ ଶହ ଗାଡି ଅଟକି ରହିଛି। ଆନ୍ଦୋଳନକାରୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ରାସ୍ତା ଅବରୋଧ କରିଥିବା ଦେଖାଯାଇଛି।

ପ୍ରକାଶ ଯେ, ୨୦୧୬ ମସିହାରୁ ଚାରି ଥାକିଆ ରାସ୍ତା କାମ ଆରମ୍ଭ ହୋଇଥିବା ବେଳେ ଏଯାବତ ଏହାର ନିର୍ମାଣ କାର୍ଯ୍ୟ ଶେଷ ହୋଇନାହିଁ। ପୁରୁଣା ରାସ୍ତା ମରାମତି ସହ ନୂଆ ରାସ୍ତାକାମ ତ୍ୱରାନ୍ବିତ କରିବାକୁ ବାରମ୍ବାର ଦାବି ହେଉଥିଲେ ମଧ୍ୟ ରାସ୍ତା କାର୍ଯ୍ୟର ଅଗ୍ରଗତି ହେଉନାହିଁ। ବର୍ଷା ଯୋଗୁ ରାସ୍ତା ଆହୁରି ଶୋଚନୀୟ ହୋଇପଡିଛି। ଏହାର ପ୍ରତିବାଦରେ ରେଢ଼ାଖୋଲ ବନ୍ଦ ଡାକରା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ବୈଦେଶିକ ମନ୍ତ୍ରଣାଳୟର ବଡ଼ ବୟାନ; ବ୍ଲେମ୍ ଗେମ୍ ଖେଳୁଛି ଆମେରିକା, ଆଉ ଆଲୋଚନା ପାଇଁ…

ତେହରାନ,୨୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଥମିବାର କୌଣସି ସଙ୍କେତ ଦେଖାଯାଉ ନାହିଁ । ଏହାରି ଭିତରେ ଇରାନ ସ୍ପଷ୍ଟ ଭାବରେ କହିଛି ଯେ ବର୍ତ୍ତମାନ ଆମେରିକା…

ମୋତେ ଭାରତ ପକ୍ଷରୁ ଖେଳିବାକୁ ମିଳିଥିଲା ଅଫର୍‌: ସାଂଘାତିକ ଖୁଲାସା କଲେ ରଶିଦ ଖାନ

ନୂଆଦିଲ୍ଲୀ,୨୦।୪: ଆଫଗାନିସ୍ତାନର ଅଲରାଉଣ୍ଡର ରଶିଦ ଖାନ କ୍ରିକେଟ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କୁ ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ସ୍ପିନରମାନଙ୍କ ମଧ୍ୟରୁ…

ମିଳିଲା ଅଗ୍ନିବୀରଙ୍କ ମୃତଦେହ, ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ବାପା

ବାଲୁଗାଁ,୨୦।୪: ଖୋଦ୍ଧା ଜିଲା INS ଚିଲିକାରେ ପୁଣି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସୋମବାର ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

ଯୁବକଙ୍କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ, ରାସ୍ତାକଡ଼ରେ ଝିଟ୍‌କି ହୋଇପଡିଥିବା ଗୁରୁତର ଆହତଙ୍କୁ ଡ୍ରାଇଭର…

ମୋହନା,୨୦।୪ ( ମନ୍ମଥ ମିଶ୍ର ) : ରାୟଗଡା ଠାରୁ ରୋଗୀଙ୍କୁ ନେଇ ବ୍ରହ୍ମପୁର ଯିବା ସମୟରେ ବିରିକୋଟ ନିକଟସ୍ଥ ଶିବ ମନ୍ଦିର ନିକଟରେ ଯୁବକକୁ ଧକ୍କା…

ଜଳବାୟୁ ପରିବର୍ତ୍ତନ ଦେଖି ଚାଷ କାର୍ଯ୍ୟ କର: ଚାଷୀଙ୍କୁ ଆହ୍ବାନ ଦେଲେ ମନ୍ତ୍ରୀ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ସୋମବାର ଅକ୍ଷୟ ତୃତୀୟା ଅବସରରେ ଜିଲାସ୍ତରୀୟ କୃଷକ ଦିବସ ପାଳିତ ହୋଇଯାଇଛି। ଏଥିରେ ବାଣିଜ୍ୟ ଓ…

ମୋଦି ଯିବା ପୂର୍ବରୁ ସବୁ ଜଳିପୋଡ଼ି ହୋଇଗଲା ପାଉଁଶ: ଗୋଟିଏ ଦିନ ପରେ କରିଥାନ୍ତେ…

ଜୟପୁର,୨୦।୪: ରାଜସ୍ଥାନର ବାଡ଼ମେରର ବାଲୋତ୍ରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। CDU ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲିଭାଇବା ପାଇଁ ବହୁ ସଂଖ୍ୟକ ଦମକଳ ଗାଡ଼ି…

ହବିବନଗର ବେଆଇନ କରତକଳ ଉପରେ ଚଢ଼ାଉ, ୩ ଲକ୍ଷରୁ ଉର୍ଦ୍ଧ୍ବ କାଠ…

ଧାମନଗର,୨୦।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଏନଏସି ଅଧିନ ହବିବନଗର ଠାରେ ଦୀର୍ଘ ଦିନ ଧରି ଚାଲି ଆସୁଥିବା ବେଆଇନ କରତକଳ ଉପରେ ସୋମବାର ଧାମନଗର ବନ ବିଭାଗ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri