୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ: ଚକ-ଅଖ ସବୁ ଠପ୍‌

କଣ୍ଟାମାଳ,୧୯।୯(ଅଜିତ କୁମାର ବାରିକ): ବୌଦ୍ଧ ଜିଲା କଣ୍ଟାମାଳକୁ ସବ୍‌ଡିଭିଜନ, ଏନ୍‌ଏସି ମାନ୍ୟତା ସହ ଏକ ସବ୍‌ଜେଲ ପ୍ରତିଷ୍ଠା ଦାବିରେ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଶୁକ୍ରବାର ୧୨ ଘଣ୍ଟିଆ କଣ୍ଟାମାଳ ବନ୍ଦ ଡାକରା ଦିଆଯାଇଛି। ଫଳରେ ଦୋକାନ ବଜାର, ଗାଡ଼ି ଚଳାଚଳ ସବୁ ବନ୍ଦ ରହିଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯିବ ବୋଲି କଣ୍ଟାମାଳ ଓକିଲ ସଂଘ ସଭାପତି ଦୂତିଆ ଚରଣ ସାହୁ କହିଛନ୍ତି।
ବୈଠକରେ ଓକିଲ ସଂଘ, ବଣିକ ସଂଘ, ବରିଷ୍ଠ ନାଗରିକ, ଅବସରପ୍ରାପ୍ତ କର୍ମଚାରୀ ସଂଘ ସମେତ ଅଞ୍ଚଳର ସଚେତନ ନାଗରିକ ଏବଂ ବିଭିନ୍ନ ସଙ୍ଗଠନର ସଦସ୍ୟ ଯୋଗ ଦେଇଥିଲେ। ବୌଦ୍ଧ ଜିଲାର ସର୍ବାଧିକ ପଞ୍ଚାୟତ ଓ ଲୋକସଂଖ୍ୟା ଥିବା କଣ୍ଟାମାଳକୁ ସବ୍‌ଡିଭିଜନ ଓ ଏନ୍‌ଏସି ମାନ୍ୟତା ସହ ଏକ ସବ୍‌ଜେଲ ପ୍ରତିଷ୍ଠା ପାଇଁ ଦୀର୍ଘଦିନରୁ ଦାବି ହୋଇ ଆସୁଛି। ସମସ୍ତ ପାରିପାର୍ଶ୍ୱିକ ଦୃଷ୍ଟିରୁ ସବ୍‌ଡିଭିଜନ, ନୂତନ ଏନ୍‌ଏସି ଓ ସବ୍‌ଜେଲ ପାଇଁ ଜିଲାର କଣ୍ଟାମାଳ ହିଁ ଏକମାତ୍ର ଦାବିଦାର ରହିଆସିଛି। ନୂତନ ଏନ୍‌ଏସି ପାଇଁ ଆବଶ୍ୟକ ସମସ୍ତ ଭିତ୍ତିଭୂମିକୁ ଦୃଷ୍ଟିରେ ରଖି କଣ୍ଟାମାଳ ଓକିଲ ସଂଘ ଓ ଜନସାଧାରଣ ବିଭିନ୍ନ ସମୟରେ ଆନ୍ଦୋଳନ ମାଧ୍ୟମରେ ସରକାରଙ୍କ ନିକଟରେ ଦାବି ରଖି ଆସିଛନ୍ତି। ରାଜ୍ୟରେ ନୂଆ ଏନ୍‌ଏସି ପାଇଁ ଗତ ଅଗଷ୍ଟ ୩୧ତାରିଖରେ ଡ୍ରାଫ୍ଟ ନୋଟିସ ପ୍ରକାଶ ପାଇଥିଲା। ଏଥିରେ ୧୦ ଜିଲାରେ ୧୬ ଏନ୍‌ଏସି ଓ ୩ ଜିଲାରେ ୭ଟି ଏନ୍‌ଏସିକୁ ମ୍ୟୁନିସିପାଲିଟି କରିବା ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା। ହେଲେ ଏହି ବିଜ୍ଞପ୍ତିରେ କଣ୍ଟାମାଳର ନାମ ନ ଥିଲା। ଏହାକୁ ନେଇ କଣ୍ଟାମାଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଏ ନେଇ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସେପ୍ଟେମ୍ବର ୪ତାରିଖରେ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଦାବି ପୂରଣ ସମ୍ପର୍କରେ ସରକାରଙ୍କ ଟାଳଟୁଳ ନୀତି ଯୋଗୁ କଣ୍ଟାମାଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ କଣ୍ଟାମାଳ ବନ୍ଦ ଡାକରା ଦିଆଯାଇଛି ବୋଲି ମଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri