୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦ: ଦୋକାନ ବଜାର ସବୁ ଠପ୍‌, କଂଗ୍ରେସ କଲା ସମର୍ଥନ

ବଲାଙ୍ଗୀର ୨୮।୧ (ସୁନିଲ କୁମାର ମହାନ୍ତି): ରାଜ୍ୟରେ ଧାନମଣ୍ଡି ଖୋଲିବା ଏବଂ ଧାନ ବିକ୍ରିରେ ଅବ୍ୟବସ୍ଥା କାରଣରୁ ଚାଷୀମାନେ ବହୁ ହଇରାଣ ହେଉଛନ୍ତି। ପ୍ରଦୂଷଣ ସାର୍ଟିଫିକେଟ ନାଁରେ ସାଧାରଣ ଲୋକମାନଙ୍କଠାରୁ ସରକାର ହଜାର ଟଙ୍କାର ଫାଇନ ଆଦାୟ କରୁଛନ୍ତି। ପାୱର ସ୍ମାର୍ଟ ମିଟର ଲଗାଇବା ନାଁରେ ଲୁଟ୍‌ କରିବାରେ ସରକାର ଲାଗିପଡ଼ିଛି । ଏହିସବୁ ପ୍ରସଙ୍ଗକୁ ନେଇ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ବୁଧବାର ଦିଆଯାଇଥିବା ଓଡ଼ିଶା ବନ୍ଦ ପରିପ୍ରେକ୍ଷୀରେ ୧୨ ଘଣ୍ଟିଆ ବଲାଙ୍ଗୀର ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ଜନସମର୍ଥନ ମିଳିଛି । ବଲାଙ୍ଗୀରରେ ମିଳିତ କୃଷକ ସଙ୍ଗଠନ ଓ ଅନ୍ୟ ଚାଷୀ ସଂଗଠନ ପକ୍ଷରୁ ଆଜି ସକାଳୁ ବିଭିନ୍ନ ଅଫିସ ଓ ବ୍ୟବସାୟିକ ଅନୁଷ୍ଠାନ ବନ୍ଦ କରାଯାଇଛି । ଜିଲାପାଳ ଅଫିସ, ବ୍ୟାଙ୍କ, ପୋଷ୍ଟ ଅଫିସ, ଦୋକାନ ବଜାର ଓ ଗାଡି ମଟର ଚଳାଚଳ ବନ୍ଦ ରହିଛି । ଅନ୍ୟପଟେ ବନ୍ଦ ପାଳନ ସମୟରେ କୌଣସି ଜରୁରିକାଳୀନ ସେବା ଯେପରି ବନ୍ଦ ନ ହେବ ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି କୁହାଯାଇଛି। ଏନେଇ କୃଷକ ମଞ୍ଚର ଆବାହକ ଆକାଶ ମିଶ୍ର, ସୌମେନ୍ଦ୍ର ପରିଚ୍ଛା, ଚାଷୀ ନେତା ଅରୁଣ ମିଶ୍ର, ସତ୍ୟ ବନଛୋର, ବିଭୁଦତ୍ତ ମିଶ୍ର, କୌସ୍ତୁଭ ସାହୁ, ନରହରି ରାଉତ, ଅମିତ ନାୟକ ଓ ଅନ୍ୟ ଚାଷୀମାନେ ବନ୍ଦ ପାଳନରେ ସାମିଲ ହୋଇଛନ୍ତି । ନଗର କଂଗ୍ରେସ ସଭାପତି ବୁଲୁ ଦାନୀଙ୍କ ନେତୃତ୍ୱରେ ଏବଂ ଜିଲା କୃଷକ ସଂଘ ସଭାପତି ସାନନ୍ଦ ମିଶ୍ରଙ୍କ ନେତୃତ୍ୱରେ ମୋଟର ସାଇକେଲ ରାଲି କରାଯାଇ ବନ୍ଦ ପାଳନକୁ ସମର୍ଥନ କରିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri