ଆଜି ବରଗଡ଼ରେ ୧୨ଘଣ୍ଟିଆ ବନ୍ଦ ପାଳନ: ପୀଡ଼ିତାଙ୍କୁ ନ୍ୟାୟ ଦାବି

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ୪୮ ଘଣ୍ଟା ପରେ କୁର୍ଲା ଜଙ୍ଗଲରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ପୀଡ଼ିତା ଏବେ ମଧ୍ୟ ଭୀମସାର୍‌, ବୁର୍ଲା ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।ଏହି ଘଟଣାର ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ବରଗଡ଼ ଡାକରା ଦିଆଯାଇଛି।

ଏହି ଘଟଣାରେ ସୋମବାର ବରଗଡ଼ ଜିଲା ଟାଉନ ଥାନା ପୋଲିସ ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେଠାରୁ ସେମାନଙ୍କୁ ବରଗଡ଼ ଉପ କାରାଗାରକୁ ପଠାଇ ଦିଆଯାଇଛି। ସେମାନେ ହେଲେ, ବରଗଡ଼ ଜିଲା ବିଜେପୁର ଥାନା ପୁଟକା ଗ୍ରାମର ସର୍ଜନ ଡନସନା(୩୬), ପ୍ରହଲ୍ଲାଦ ଦାଶ(୩୩) ଏବଂ ଜଗଦଲପୁର ଥାନା ଧୁମାଭଟା ଗ୍ରାମର ଜୟକୃଷ୍ଣ ଡନସନା(୪୦)। ଅନ୍ୟପଟେ ପୋଲିସ ଏ ଯାଏ ଏଥିରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିପାରିନାହିଁ। ଗିରଫ ୩ ଅଭିଯୁକ୍ତ ମୁଖ୍ୟ ଅଭିଯୁକ୍ତଙ୍କୁ ଫେରାର ହେବାରେ ସହଯୋଗ କରିଥିଲେ ବୋଲି ଅତିରିକ୍ତ ଏସ୍‌ପି ଇନ୍ଦୁରେଖା ପଶ୍ଚିମକବାଟ କହିଛନ୍ତି। ମୁଖ୍ୟ ଅଭିଯୁକ୍ତ ମଧ୍ୟ ଶୀଘ୍ର ଗିରଫ ହେବେ। ମୁଖ୍ୟ ଅଭିଯୁକ୍ତଙ୍କୁ ଧରିବା ପାଇଁ ପୋଲିସର ଏକାଧିକ ଟିମ୍‌ ରାଜ୍ୟ ତଥା ରାଜ୍ୟ ବାହାରେ ଚଢ଼ାଉ କରୁଛନ୍ତି। ସେହିପରି ପୀଡ଼ିତାଙ୍କୁ ବଳାତ୍କାର କିମ୍ବା ଗଣବଳାତ୍କାର ହୋଇ ନ ଥିବା ନେଇ ଡାକ୍ତର ତାଙ୍କ ରିପୋର୍ଟରେ ଉଲ୍ଲେଖ କରିଛନ୍ତି।
ପ୍ରକାଶ ଯେ, ଗତ ୧୨ତାରିଖ ବରଗଡ଼ ଧନୁଯାତ୍ରା ମହୋତ୍ସବ ଦେଖିବାକୁ ଆସିଥିବା ସମୟରେ ପୀଡ଼ିତା ଯୁବତୀ ନିଖୋଜ ହୋଇଯାଇଥିଲେ। ଖୋଜାଖୋଜି ସତ୍ତ୍ୱେ କୌଣସି ସନ୍ଧାନ ନ ପାଇବାରୁ ପୀଡ଼ିତାଙ୍କ ପରିବାର ଲୋକେ ପୋଲିସକୁ ଜଣାଇଥିଲେ। କିନ୍ତୁ ପୋଲିସ ମଧ୍ୟ ପୀଡ଼ିତାଙ୍କ ସନ୍ଧାନ ପାଇ ନ ଥିଲା। ସ୍ଥାନୀୟ ଜଣେ ଲୋକଙ୍କ ସୂଚନାକୁ ଆଧାର କରି ଗତ ୧୪ତାରିଖ ପରିବାର ଲୋକେ ପୀଡ଼ିତାଙ୍କୁ ବରଗଡ଼ ସହର ଉପକଣ୍ଠ କୁର୍ଲା ଜଙ୍ଗଲ ମଧ୍ୟରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଥିଲେ। ତାଙ୍କୁ ପ୍ରଥମେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା। ସେଠାରୁ ଭିମ୍‌ସାର୍‌, ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ସେ ଚିକିତ୍ସାଧୀନ ଅଛନ୍ତି। ତେବେ ପୀଡ଼ିତାଙ୍କ ମା’ ଝିଅଙ୍କୁ ଅପହରଣ କରି ନେଇ ବଳାତ୍କାର ଏବଂ ହତ୍ୟା ଉଦ୍ୟମ କରିଥିବା ନେଇ ଏତଲା ଦେବା ପରେ ବରଗଡ଼ ଟାଉନ ଥାନା ପୋଲିସ ମାମଲା ରୁଜୁ କରି ଏହାର ଅଧିକ ତଦନ୍ତ କରୁଛି। ସେହିପରି ଉକ୍ତ ଘଟଣାକୁ ନେଇ ମଙ୍ଗଳବାର ବରଗଡ଼ ସଚେତନ ନାଗରିକ ମଞ୍ଚ ୧୨ଘଣ୍ଟିଆ ବରଗଡ଼ ବନ୍ଦ ଡାକରା ଦେଇଛି। ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ଜରୁରିକାଳୀନ ସେବା ବ୍ୟତୀତ ସବୁ ବନ୍ଦ କରାଯିବ ବୋଲି ମଞ୍ଚ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?