ଦେବଗଡରେ ୧୨ ଘଣ୍ଟିଆ ବନ୍ଦ: ଜିଲା ମୁଖ୍ୟ ଚିକିତ୍ସାଳୟରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଦାବି

ଦେବଗଡ,୨୧।୮: (ଶଶାଙ୍କ ଶେଖର ଝାଙ୍କର): ଜିଲା ଯୁବ ଏକତା ମଞ୍ଚର ଡାକରାରେ ଗୁରୁବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦେବଗଡ ସହରରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ଏହି ବନ୍ଦକୁ ସମସ୍ତ ରାଜନୈତିକ ଦଳ ଏବଂ ବିଭିନ୍ନ ଅନୁଷ୍ଠାନ ସମର୍ଥନ ଜଣାଇଛନ୍ତି। ଫଳସ୍ୱରୂପ, ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ, ଦୋକାନ ବଜାର ଏବଂ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି।

ଏହି ବନ୍ଦର ମୁଖ୍ୟ କାରଣ ହେଉଛି ଦେବଗଡ ସହର ମଧ୍ୟଭାଗରେ ଥିବା ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ଦାବି। ଜିଲା ମୁଖ୍ୟ ଚିକିତ୍ସାଳୟକୁ ସହରଠାରୁ ୫ କିଲୋମିଟର ଦୂରକୁ ସ୍ଥାନାନ୍ତର କରାଯାଇଥିବାରୁ ସହରର ପ୍ରାୟ ୪୦ ହଜାର ଜନସାଧାରଣ ସ୍ୱାସ୍ଥ୍ୟସେବା ପାଇବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ନୂତନ ଚିକିତ୍ସାଳୟରେ ଆନୁସଙ୍ଗିକ ସୁବିଧାର ଅଭାବ ଥିବା ଅଭିଯୋଗ ହୋଇଛି।

ଏହି ଦାବିକୁ ନେଇ ପୂର୍ବରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଥିବା ସହ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। କିନ୍ତୁ, କୌଣସି ସମାଧାନ ନ ମିଳିବାରୁ ଜିଲ୍ଲା ଯୁବ ଏକତା ମଞ୍ଚ ଏହି ବନ୍ଦ ଡାକରା ଦେଇଛି। ବନ୍ଦ ଯୋଗୁଁ ୪୯ ନମ୍ବର ଜାତୀୟ ରାଜପଥରେ ଶହ ଶହ ମାଲବାହୀ ଯାନବାହନ ଅଟକି ରହିଥିବା ବେଳେ ସକାଳ ୧୦ଟାରେ ପିକେଟିଂ ଜରିଆରେ ସମସ୍ତ କାର୍ଯ୍ୟାଳୟ ବନ୍ଦ କରାଯିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri