ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ: ଦୋକାନ ବଜାର, ସ୍କୁଲ, କଲେଜ ସହ…

କେନ୍ଦୁଝର,୧୮।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ସଦର ଥାନା ଅଞ୍ଚଳରେ ଜଣେ ୮ ବର୍ଷର ଦିବ୍ୟାଙ୍ଗ ଜନଜାତି ନାବାଳିକାକୁ ଆସିଫ ଅନବର ଖାନ ନାମକ ଫେରିବାଲା ଶନିବାର ବଳାତ୍କାର କରିଥିବା ଅଭିଯୋଗ ହୋଇଛି। କ୍ଷତାକ୍ତ ଅବସ୍ଥାରେ ପୀଡିତା କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଏହି ସମ୍ବେଦନଶୀଳ ପ୍ରସଙ୍ଗ ସହିତ କେନ୍ଦୁଝରରେ ବଢୁଥିବା ଅନୁପ୍ରବେଶକାରୀଙ୍କ ଅସାମାଜିକ କାର୍ଯ୍ୟକଳାପ ଦିନକୁ ଦିନ ବୃଦ୍ଧିପାଇବାରେ ଲାଗିଛି। କେନ୍ଦୁଝରରେ ମହିଳାଙ୍କ ଉପରେ ଏହି ଅସାମାଜିକ ବ୍ୟକ୍ତିମାନେ ଲୋଲୁପ ଦୃଷ୍ଟି ପକାଇ ସେମାନଙ୍କୁ ଅପହରଣ, ବଳାତ୍କାର ଏବଂ ହତ୍ୟାର ଅନେକ ଘଟଣା ଘଟି ଚାଲିଥିବା ବେଳେ କିଛି ଲୋକ ଲୋଚନକୁ ଆସୁଥିବା ବେଳେ ଅନେକ ଲୋକଙ୍କ ନଜରରୁ ଦୂରେଇ ରହୁଛି। ଏ ବିଷୟରେ କେନ୍ଦୁଝର ଜିଲା ପ୍ରଶାସନ ଓ ପୋଲିସକୁ ପୂର୍ବରୁ ଜଣାଇଥିଲେ ମଧ୍ୟ ସେମାନଙ୍କୁ ଚିହ୍ନଟ କରି କେନ୍ଦୁଝରରୁ ବିଦା କରିବା ପାଇଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ। ଏଥିପାଇଁ ବିଶ୍ବହିନ୍ଦୁ ପରିଷଦ କେନ୍ଦୁଝର ଜିଲା ପକ୍ଷରୁ ମଙ୍ଗଳବାର ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଜିଲା ବନ୍ଦର ଡାକରା ଦିଆଯାଇଛି । ଏହାକୁ ସମସ୍ତ ହିନ୍ଦୁ ସଂଗଠନ ଓ ହିନ୍ଦୁ ଭାଇ ଭଉଣୀମାନେ ସହଯୋଗ ଓ ସମର୍ଥନ କରିବା ପାଇଁ ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ସପ୍ନେଶ୍ୱର ସାହୁ କହିଛନ୍ତି। ବିଭିନ୍ନ ସ୍ଥାନରେ ପିକେଟିଂ କରାଯିବା ସହ ଦୋକାନ ବଜାର, ସ୍କୁଲ, କଲେଜ ବନ୍ଦ ରହିଛି। ଚମ୍ପୁଆ, ଯୋଡ଼ା, ବଡ଼ବିଲ, ପାଟଣା, ଘସିପୁରା, ଆନନ୍ଦପୁରରେ ବନ୍ଦ ପ୍ରଭାବ ଦେଖାଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri