ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ଓଡ଼ିଶା ବନ୍ଦ କରାଯିବ। ତେଣୁ ଏହି ସମୟରେ ଦୋକାନ ବଜାର, ଗାଡ଼ି ଚଳାଚଳ ବନ୍ଦ ରଖିବାକୁ ନିବେଦନ କରାଯାଇଛି। ଏଥିରେ ଛାତ୍ର ସମାଜ ସହିତ ଚାଷୀ, ମୂଲିଆ, ଶ୍ରମିକ, ବୁଦ୍ଧିଜୀବୀ ସବୁ ବର୍ଗର ଲୋକ ସାମିଲ ହେବେ ବୋଲି ନବ ନିର୍ମାଣ କୃଷକ ସଂଗଠନ ଏବଂ ଯୁବ ଛାତ୍ର ସଂଗଠନର ପ୍ରତିଷ୍ଠାତା ଅକ୍ଷୟ କୁମାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ସହିତ ୬ ଦଫା ଦାବିରେ ନବ ନିର୍ମାଣ ଯୁବ ଛାତ୍ର ସଂଗଠନର ୪୧ ଦିନର ସତ୍ୟାଗ୍ରହ ଏବଂ ସଂଗଠନର ପ୍ରତିଷ୍ଠାତାଙ୍କ ଅନିର୍ଦ୍ଦିଷ୍ଟକାଳ ଅନଶନ ମଙ୍ଗଳବାର ୨୪ ଦିନରେ ପହଞ୍ଚତ୍ଛି। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବହିରେ ୧୬୭୮ଟି ଭୁଲ୍‌ ଥିବା ମୁଖ୍ୟମନ୍ତ୍ରୀ ନିଜେ ସ୍ବୀକାର କରିଛନ୍ତି। ଏହାସତ୍ତ୍ୱେ ସରକାର କୌଣସି ପଦକ୍ଷେପ ନ ନେଇ ଅନ୍ଧ, ମୂକ, ବଧିର ପରି ବସି ରହିଛନ୍ତି। ସେହିପରି ଅତିଶୀଘ୍ର ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବା ମୁଖ୍ୟମନ୍ତ୍ରୀ ତାଙ୍କୁ ବହିଷ୍କାର କରନ୍ତୁ, ନଚେତ୍‌ ଜନଆନ୍ଦୋଳନ ମାଧ୍ୟମରେ ସଡ଼କ ରାଜନୀତି ହିଁ ତାଙ୍କୁ ରାସ୍ତା ଦେଖାଇବ ବୋଲି ଅକ୍ଷୟ ଚେତାବନୀ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?