ଓ୍ବାର୍ଡେନ ମୃତ୍ୟୁ ଘଟଣାରେ ୧୨ ଘଣ୍ଟିଆ ରାୟଗଡା ବନ୍ଦ

ଟିକିରି,୫।୧( ପ୍ରଫୁଲ କୁମାର ବେହେରା): ଓ୍ବାର୍ଡେନ ମୃତ୍ୟୁ ଘଟଣାରେ ଆଜି ୧୨ ଘଣ୍ଟିଆ ରାୟଗଡା ବନ୍ଦ ଡାକରା ଦିଆଯାଇଛି। ରାୟଗଡା ଜିଲା କାଶିପୁର ବ୍ଲକରେ ଆଜି ସକାଳୁ ସକାଳୁ ବଦ ପ୍ରଭାବ ଦେଖିବାକୁ ମିଳିଛି। ଗତ ୨୧ରେ ନକଟିଗୁଡ଼ା ଗ୍ରାମ ନିବାସୀ ବେଲଧର ମାଝୀଙ୍କ
ଝିଅ ସର୍ଗତଃ ଲକ୍ଷ୍ମୀ ମାଝୀଙ୍କୁ ଚନ୍ଦ୍ରପୁର ମା’ ଗୃହରୁ ଅପହରଣ, ଦୁଷ୍କର୍ମ ପରେ ହତ୍ୟା କରି ଏସିଡ ଏବଂ କାଗଜ ଦ୍ବାରା ଅଳିଆ
ଗଦାରେ ପୋଡ଼ି ଦିଆଯାଇଛି। ବଡ ଦୁଃଖ ଓ ପରିତାପର ବିଷୟ କି ଯେ, ଆଜିକୁ ୧୫ ଦିନ ପରେ ମଧ୍ୟ କୌଣସି ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇ ନାହିଁ। ଏଣୁ ଏହାର ପ୍ରଦିବାଦରେ ଏହି ଘଟଣାର ମୁଖ୍ୟ ଆସାମୀ ଓ ସହଯୋଗୀ ଦୋଷୀ ମାନଙ୍କୁ
ଗିରଫ କରି ଫାଶୀଦଣ୍ଡ ଏବଂ ସ୍ବର୍ଗତ ଲକ୍ଷ୍ମୀଙ୍କୁ ନ୍ୟାୟ ଦେବା ଦାବିରେ ଆଜି ଆଦିବାସୀ ସମାଜ, କାଶୀପୁର ତରଫରୁ ଶୁକ୍ରବାର ସକାଳ ୬ ଘଣ୍ଟା ରୁ ସା ୬ ଘଣ୍ଟା ପର୍ଯ୍ୟନ୍ତ କାଶୀପୁର ବନ୍ଦ ଡାକରା ଦେଇଛନ୍ତି। କାଶିପୁର ବ୍ଲକ ବିଭିନ୍ନ ଛକରେ ଆଦିବାସୀ ଭାଇମାନଙ୍କ ତରଫରୁ ବିଭିନ୍ନ ଛକରେ ଆଦୋଳନ କରୁଥିବା ଦେଖିବାକୁ ମିଳିଛି।
ସୂଚନାଯୋଗ୍ୟ, ମୃତ ଲକ୍ଷ୍ମୀ ଚନ୍ଦ୍ରପୁର ମା’ ଗୃହରେ ଓ୍ବାର୍ଡେନ୍‌ ଭାବେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ବନଖଣ୍ଡରୁ ୨୦୪ ଖଣ୍ଡ କାଠ ଯିବ ପୁରୀ 

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡ ଓ ଦକ୍ଷିଣ ବନଖଣ୍ଡରୁ ଚଳିତ ବର୍ଷ ରଥ ନିର୍ମାଣପାଇଁ ପୁରୀ ରଥଯାତ୍ରାକୁ ୨୦୪ ଖଣ୍ଡ କାଠଯିବ।…

ଯୁଦ୍ଧ ଭିତରେ ୧ ଏପ୍ରିଲରୁ ବଦଳିଯିବ ୫ ନିୟମ, ରୋଷେଇ ଘରରୁ ପେଟ୍ରୋଲ ଯାଏ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୫।୩: ୧ ଏପ୍ରିଲରୁ ଆର୍ଥିକ ନିୟମାବଳୀରେ ଅନେକ ପରିବର୍ତ୍ତନ କାର୍ଯ୍ୟକାରୀ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ସାଧାରଣ ଲୋକଙ୍କ ପକେଟ ଏବଂ ଦୈନନ୍ଦିନ ଖର୍ଚ୍ଚ ଉପରେ ସିଧାସଳଖ…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ…

ସରକାରଙ୍କ ବଡ଼ ନିର୍ଦ୍ଦେଶ, ଏଭଳି କାମ କଲେ ବନ୍ଦ ହେବ LPG ସପ୍ଲାଇ

ନୂଆଦିଲ୍ଲୀ,୨୫।୩:  କେନ୍ଦ୍ର ସରକାରଙ୍କ ନୂତନ ନିର୍ଦ୍ଦେଶନାମା ଅନୁଯାୟୀ, ଯେଉଁ ଅଞ୍ଚଳରେ ପାଇପ୍ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ସଂଯୋଗ ଉପଲବ୍ଧ, ସେଠାରେ ଗ୍ରାହକମାନେ PNG ବ୍ୟବହାର ନ…

ଦିଗପହଣ୍ଡିରେ କାଳବୈଶାଖୀ: ଝଡ଼ବର୍ଷା ସାଙ୍ଗକୁ ପଡ଼ିଲା କୁଆପଥର

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ଟାରୁ ସାଢ଼େ ୨ ଯାଏ କାଳ ବୈଶାଖୀ…

୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍

ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍‌ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ…

ବ୍ୟବସାୟୀଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ସୁନା ଅଳଙ୍କାର ସହ ନଗଦ ଲୁଟିନେଲେ …

ବ୍ରହ୍ମପୁର,୨୫ା୩(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ପ୍ରେମନଗର ୭ ଲାଇନରେ ରହୁଥିବା ବିଶିଷ୍ଟ ବ୍ୟବସାୟୀ ପୁ. ପ୍ରଭାକରଙ୍କ ଘରେ ଲୁଟେରାମାନେ କଳାକନା ବୁଲାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri