୧୨ ଘଣ୍ଟିଆ ଧର୍ମଘଟ: ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ , ପରିବହନ ସେବା ବାଧାପ୍ରାପ୍ତ

ଅନୁଗୋଳ, ୧୨।୨ (ମାନସ ବିଶ୍ୱାଳ): ଅନୁଗୋଳ ସହର ତଥା ଉପକଣ୍ଠ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ପିକେଟିଂ ସହ ଡେଲି ମାର୍କେଟ, ଦୋକାନ ବଜାର, ଜାତୀୟ ରାଜପଥ ବନ୍ଦ କରାଯିବାର ଦେଖିବକୁ ମିଳିଛି। ୧୦ଟି ଶ୍ରମିକ ଓ ସ୍ବାଧୀନ ଫେଡେରେଶନ ପକ୍ଷରୁ ଗୁରୁବାର ୧୨ ଘଣ୍ଟିଆ ସର୍ବଭାରତୀୟ ଧର୍ମଘଟ ଡାକରା ଦିଆଯାଇଛି। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦେଶବ୍ୟାପୀ ଧର୍ମଘଟ ପ୍ରଦର୍ଶନ କରାଯାଉଛି। ଜିଲାରେ ଶ୍ରମିକ ସଂଗଠନଙ୍କ ପକ୍ଷରୁ ବିଭିନ୍ନ ସ୍ଥାନରେ ରେଳ ରୋକୋ, ପିକେଟିଂ ଓ ବିକ୍ଷୋଭ ହୋଇଛି। ଶ୍ରମିକ ସଂଗଠନମାନଙ୍କ ଏହି ସର୍ବଭାରତୀୟ ଧର୍ମଘଟକୁ ଓଡ଼ିଶାରେ କଂଗ୍ରେସ ଓ ବିଜେଡି ସମର୍ଥନ କରିଛନ୍ତି। ଅନ୍ୟ ସଂଗଠନମାନେ ମଧ୍ୟ ଏହି ଧର୍ମଘଟକୁ ସମର୍ଥନ ଜଣାଇଥିବାରୁ ସରକାରୀ , ବେସରକାରୀ ଅନୁଷ୍ଠାନ, ସ୍କୁଲ, କଲେଜ, ବ୍ୟାଙ୍କ, ପେଟ୍ରୋଲ ପମ୍ପ ଓ ପରିବହନ ସେବା ବାଧାପ୍ରାପ୍ତ ହୋଇଛି ।

କେନ୍ଦ୍ର ଭାଜପା ସରକାର ଦ୍ୱାରା ୨୯ଟି ଶ୍ରମ ଆଇନ୍‌କୁ ଉଚ୍ଛେଦ କରି ପ୍ରଣୟନ କରାଯାଇଥିବା ଶ୍ରମିକ ବିରୋଧୀ ଓ କର୍ପୋରେଟ ସପକ୍ଷବାଦୀ ୪ଟି ଶ୍ରମକୋଡ୍‌କୁ ବାତିଲ କରିବା, ବିଦ୍ୟୁତ୍‌ ସଂଶୋଧନ ବିଲ ୨୦୨୫କୁ ପ୍ରତ୍ୟାହାର, ଭିବି-ଜି ରାମଜି ଆଇନ ବଦଳରେ ମନରେଗା ଲାଗୁ, ଚାଷୀ ଓ କୃଷି ଶ୍ରମିକଙ୍କୁ ସୁରକ୍ଷା ସହ ବିହନ ବିଲ ୨୦୨୫ ପ୍ରତ୍ୟାହାର , ସ୍ବାମିନାଥନ କମିସନ ଅନୁସାରେ ଏମଏସ୍ପି ଲାଗୁ, ସମାନ କାମକୁ ସମାନ ଦରମା, ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକଙ୍କୁ ଆଇନଗତ ସୁରକ୍ଷା, ଆଦିବାସୀ ଓ ପାରମ୍ପରିକ ଜଙ୍ଗଲ ଅଧିବାସୀଙ୍କୁ ଜଙ୍ଗଲ ଜମିର ଅଧିକାର, ଦରଦାମ ଓ ବେକାରୀ ନିୟନ୍ତ୍ରଣ, ସାଂପ୍ରଦାୟିକ ବିଦ୍ବେଷ , ଦଳିତ, ଆଦିବାସୀ ଓ ସଂଖ୍ୟାଲଘୁଙ୍କୁ ସାମାଜିକ ନ୍ୟାୟ ପ୍ରଦାନ ଦାବିରେ ଏହି ଧର୍ମଘଟ କରାଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?