ଭାଜପା ମହିଳା ମୋର୍ଚ୍ଚାର ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ

ସୁନ୍ଦରଗଡ଼,୫ା୧୦(ଜୟନାରାୟଣ ମେଣ୍ଡୁଳି): ରାଉରକେଲାର ସହକାରୀ ଉପଜିଲପାଳ ସୁସ୍ମିତା ମିଞ୍ଜ ଓ ପୋଲିସ ଏଏସ୍‌ଆଇ ଆଲିଶା ଲୁଗୁନ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ଦାବିରେ ଗୁରୁବାର ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ୧୨ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ପାଳନ କରାଯାଇଛି। ଫଳରେ ଏଠାରେ ସମସ୍ତ ଦୋକାନ ବଜାର, ବନ୍ଦ ରହିବା ସହ ଯାନବାହନ ଚଳାଚଳ ବନ୍ଦ ରହିଛି। ସ୍ଥାନୀୟ ବିଧାୟିକା କୁସୁମ ଟେଟେଙ୍କ ନେତୃତ୍ୱରେ ଭାଜପା ମହିଳା ମୋର୍ଚ୍ଚାର କର୍ମକର୍ତ୍ତାମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରି ସରକାରୀ ବେସରକାରୀ କାର୍ଯ୍ୟାଳୟ ଓ ସ୍କୁଲ କଲେଜ ଆଦି ଶିକ୍ଷାନୁଷ୍ଠାନ ବନ୍ଦ କରିଥିଲେ। ଯାତ୍ରୀବାହୀ ବସ୍‌ଗଡ଼ିକ ମଧ୍ୟ ବନ୍ଦ ଥିବାରୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଅତ୍ୟାବଶ୍ୟକ ସେବାକୁ ଛାଡ଼ି ଦେଲେ ପେଟ୍ରୋଲ ପମ୍ପ୍‌ ଓ ଛୋଟ ବଡ଼ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଏହି ବନ୍ଦପାଳନରେ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଶାନ୍ତି ସରାଫ, ଅଞ୍ଜନା ପଟେଲ, ଲତିକା ପଟ୍ଟନାୟକ, କାନନ ବାଳା ବେହେରା, ହିମାନୀ ପାଢ଼ୀ, ଅନୁପମା ଟପୋ ଯଶୋବନ୍ତ ନାଏକ, ମନୋଜ ପୁରୋହିତ, ସୁବାସ ରଣା, ରାଜା କାକ,ସ୍ବରୂପ ପାତ୍ର ସୋପୁ ଦାସ, ଓମ୍‌ ପ୍ରକାଶ ଅଗ୍ରଓ୍ବାଲ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ଧାନମଣ୍ଡି ପଞ୍ଜୀକରଣର ନୂଆ ନିୟମ କୋହଳ କରିବାକୁ ଦାବି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଅଞ୍ଚଳରେ ଚଳିତ ବର୍ଷ ଧାନମଣ୍ଡିରେ ନାମ ପଞ୍ଜୀକରଣ ପାଇଁ ସରକାରଙ୍କ ଆଣିଥିବା ନୂତନ ନିୟମକୁ କୋହଳ କରାଯିବା ନେଇ…

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ରାହୁଲ ଗାନ୍ଧୀଙ୍କୁ ନେଇ ବିବାଦୀୟ ମନ୍ତବ୍ୟ ଦେଲେ କଙ୍ଗନା, ଇଟାଲୀୟ ମା’ ହିଁ…..

ନୂଆଦିଲ୍ଲୀ,୧୨ା୮: ଛାତ୍ରମାନଙ୍କୁ ଲାଠିଚାର୍ଜ ଏବଂ କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ବିବୃତ୍ତି ଦାବି ପ୍ରସଙ୍ଗରେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କ୍ରମାଗତ ଭାବରେ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri