ଆଜି ୧୨ ଘଣ୍ଟିଆ ତାଳଚେର ବନ୍ଦ

ତାଳଚେର, ୧ା୪ (ନି.ପ୍ର.): ଅନୁଗୋଳ ଜିଲା ତାଳଚେରଠାରେ ଏମ୍‌ସିଏଲ୍‌ ପକ୍ଷରୁ ନିର୍ମାଣ ହୋଇଥିବା ମେଡିକାଲ କଲେଜ ବା ମହାନଦୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ମିମ୍‌ସାର)କୁ ରାଜ୍ୟ ସରକାର ଏଯାଏ କାର୍ଯ୍ୟକ୍ଷମ କରୁନାହାନ୍ତି। ଏହାର ପ୍ରତିବାଦରେ ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏପ୍ରିଲ ୧ ଶନିବାର ୧୨ ଘଣ୍ଟିଆ ତାଳଚେର ବନ୍ଦ ପାଳନ କରାଯିବ। ଶୁକ୍ରବାର ତାଳଚେର ଉପଜିଲାପାଳ ବିଶ୍ୱରଞ୍ଜନ ରଥଙ୍କ ସହ ହୋଇଥିବା ବୈଠକ ବିଫଳ ହେବା ପରେ କମିଟି ପକ୍ଷରୁ ବନ୍ଦ ପାଳନ ପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଛି।
ଅପରାହ୍ନରେ ଉପଜିଲାପାଳ ଏକ ବୈଠକ ଡକାଇଥିଲେ। ଏଥିରେ କ୍ରିୟାନୁଷ୍ଠାନ କମିଟିର କର୍ମକର୍ତ୍ତାଙ୍କ ସହ ବହୁ ବୁଦ୍ଧିଜୀବୀ ଓ ବିଭିନ୍ନ ସଙ୍ଗଠନର ସଦସ୍ୟ ଯୋଗଦେଇଥିଲେ। ହେଲେ ବୈଠକରୁ କୌଣସି ନିର୍ଯ୍ୟାସ ବାହାରି ନ ଥିବା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୁହାଯିବା ସହ ଦଳମତ ନିର୍ବିଶେଷରେ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ପାଇଁ ରାଜ୍ୟ ସରକାରଙ୍କ ଉପରେ ଚାପ ପ୍ରୟୋଗ ନିମନ୍ତେ ତାଳଚେରର ବୁଦ୍ଧିଜୀବୀ, ଓକିଲ ସଂଘ, ବଣିକ ସଂଘ, ଟ୍ରକ୍‌ ଓ ବସ୍‌ ମାଲିକ ସଂଘ, ସମସ୍ତ ୟୁନିଅନ ସଭାପତି ଏବଂ ତାଳଚେରବାସୀ ଏପ୍ରିଲ ୧ ତାରିଖ ସକାଳ ୬ରୁ ସା ୬ଟା ପର୍ଯ୍ୟନ୍ତ ଏହି ବନ୍ଦରେ ସାମିଲ ହେବାକୁ ଅନୁରୋଧ କରାଯାଇଛି। ଅନ୍ୟପକ୍ଷରେ ଉପଜିଲାପାଳ ରଥ କହିଛନ୍ତି, ଆସନ୍ତା ଅକ୍ଟୋବର ୧ରୁ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ ବୋଲି ସରକାରୀସ୍ତରରେ ନିଷ୍ପତ୍ତି ହୋଇଛି। ଏ ସମ୍ପର୍କିତ ସରକାରଙ୍କ ଚିଠି ବୈଠକରେ ଦେଖାଇଥିଲୁ। କିନ୍ତୁ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୌଣସି ମତାମତ ଦିଆଯାଇ ନ ଥିଲା। ଏହି ବୈଠକରେ କ୍ରିୟାନୁଷ୍ଠାନ କମିଟି ଆବାହକ ପଦ୍ମଚରଣ ସାମଲଙ୍କ ସହ ଦିଗାମ୍ବର ଗଡନାୟକ, ପ୍ରହଲ୍ଲାଦ ଚନ୍ଦ୍ର ସାହୁ, ଚୈତନ୍ୟ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ପଲ୍ୟୁଶନ ସାର୍ଟିଫିକେଟକୁ ନେଇ ବଡ଼ ବୟାନ ଦେଲେ ମନ୍ତ୍ରୀ: କହିଲେ ଏଣିକି ଲାଗିବ…

ଭୁବନେଶ୍ୱର, ୨୭।୧୨: ବର୍ତ୍ତମାନ ପ୍ରଦୂଷଣ ପ୍ରମାଣ ପତ୍ର ପାଇଁ ସବୁଠି ଲମ୍ବା ଲାଇନ୍‌। ସରକାର ସମୟ ସୀମା ବୃଦ୍ଧି କରିଥିବା ବେଳେ ପରିବହନ ମନ୍ତ୍ରୀ ବିଭୂତି...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

ପାଖେଇ ଆସୁଛି ନୂଆବର୍ଷ, ପୁରୀରେ ଭକ୍ତଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ନେଲା ବଡ଼ ନିଷ୍ପତ୍ତି

ପୁରୀ,୨୭।୧୨: ଡିସେମ୍ବର ମାସର ଶେଷ ଦିନଗୁଡ଼ିକରେ ପୁରୀ ଜଗନ୍ନାଥ ଧାମରେ ଭକ୍ତଙ୍କ ସଂଖ୍ୟାରେ ତୀବ୍ର ବୃଦ୍ଧି ପରିଲକ୍ଷିତ ହୋଇଛି। ଅଧିକାରୀଙ୍କ ଅନୁଯାୟୀ, ଏହି ବର୍ଦ୍ଧିତ ଭିଡ଼...

ଶ୍ରୀମନ୍ଦିରରେ ମୁଖ୍ୟ ନିର୍ବାଚନ କମିଶନର: ପରିବାର ସହ ମହାପ୍ରଭୁଙ୍କୁ କଲେ ଦର୍ଶନ

ପୁରୀ,୨୭।୧୨: ମୁଖ୍ୟ ନିର୍ବାଚନ କମିଶନ ଜ୍ଞାନେଶ କୁମାର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ଆର୍ଶୀବାଦ ଲାଭ କରିଛନ୍ତି । ମୁଖ୍ୟ...

ଡାକ୍ତରଙ୍କ ଆନ୍ଦୋଳନ: ଲାଇନ୍‌ରେ ଛିଡ଼ା ହୋଇଛନ୍ତି ରୋଗୀ

ଧର୍ମଶାଳା,୨୭।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ବିଭିନ୍ନ ଦାବି ନେଇ ୧ ଘଣ୍ଟିଆ ଆନ୍ଦୋଳନ ଆରମ୍ଭ କରିଛନ୍ତି। ରାଜ୍ୟରେ ମଞ୍ଜୁରୀପ୍ରାପ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri