ଆଜି ୧୨ ଘଣ୍ଟିଆ ତାଳଚେର ବନ୍ଦ

ତାଳଚେର, ୧ା୪ (ନି.ପ୍ର.): ଅନୁଗୋଳ ଜିଲା ତାଳଚେରଠାରେ ଏମ୍‌ସିଏଲ୍‌ ପକ୍ଷରୁ ନିର୍ମାଣ ହୋଇଥିବା ମେଡିକାଲ କଲେଜ ବା ମହାନଦୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ମିମ୍‌ସାର)କୁ ରାଜ୍ୟ ସରକାର ଏଯାଏ କାର୍ଯ୍ୟକ୍ଷମ କରୁନାହାନ୍ତି। ଏହାର ପ୍ରତିବାଦରେ ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏପ୍ରିଲ ୧ ଶନିବାର ୧୨ ଘଣ୍ଟିଆ ତାଳଚେର ବନ୍ଦ ପାଳନ କରାଯିବ। ଶୁକ୍ରବାର ତାଳଚେର ଉପଜିଲାପାଳ ବିଶ୍ୱରଞ୍ଜନ ରଥଙ୍କ ସହ ହୋଇଥିବା ବୈଠକ ବିଫଳ ହେବା ପରେ କମିଟି ପକ୍ଷରୁ ବନ୍ଦ ପାଳନ ପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଛି।
ଅପରାହ୍ନରେ ଉପଜିଲାପାଳ ଏକ ବୈଠକ ଡକାଇଥିଲେ। ଏଥିରେ କ୍ରିୟାନୁଷ୍ଠାନ କମିଟିର କର୍ମକର୍ତ୍ତାଙ୍କ ସହ ବହୁ ବୁଦ୍ଧିଜୀବୀ ଓ ବିଭିନ୍ନ ସଙ୍ଗଠନର ସଦସ୍ୟ ଯୋଗଦେଇଥିଲେ। ହେଲେ ବୈଠକରୁ କୌଣସି ନିର୍ଯ୍ୟାସ ବାହାରି ନ ଥିବା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୁହାଯିବା ସହ ଦଳମତ ନିର୍ବିଶେଷରେ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ପାଇଁ ରାଜ୍ୟ ସରକାରଙ୍କ ଉପରେ ଚାପ ପ୍ରୟୋଗ ନିମନ୍ତେ ତାଳଚେରର ବୁଦ୍ଧିଜୀବୀ, ଓକିଲ ସଂଘ, ବଣିକ ସଂଘ, ଟ୍ରକ୍‌ ଓ ବସ୍‌ ମାଲିକ ସଂଘ, ସମସ୍ତ ୟୁନିଅନ ସଭାପତି ଏବଂ ତାଳଚେରବାସୀ ଏପ୍ରିଲ ୧ ତାରିଖ ସକାଳ ୬ରୁ ସା ୬ଟା ପର୍ଯ୍ୟନ୍ତ ଏହି ବନ୍ଦରେ ସାମିଲ ହେବାକୁ ଅନୁରୋଧ କରାଯାଇଛି। ଅନ୍ୟପକ୍ଷରେ ଉପଜିଲାପାଳ ରଥ କହିଛନ୍ତି, ଆସନ୍ତା ଅକ୍ଟୋବର ୧ରୁ ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବ ବୋଲି ସରକାରୀସ୍ତରରେ ନିଷ୍ପତ୍ତି ହୋଇଛି। ଏ ସମ୍ପର୍କିତ ସରକାରଙ୍କ ଚିଠି ବୈଠକରେ ଦେଖାଇଥିଲୁ। କିନ୍ତୁ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ କୌଣସି ମତାମତ ଦିଆଯାଇ ନ ଥିଲା। ଏହି ବୈଠକରେ କ୍ରିୟାନୁଷ୍ଠାନ କମିଟି ଆବାହକ ପଦ୍ମଚରଣ ସାମଲଙ୍କ ସହ ଦିଗାମ୍ବର ଗଡନାୟକ, ପ୍ରହଲ୍ଲାଦ ଚନ୍ଦ୍ର ସାହୁ, ଚୈତନ୍ୟ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri