ଆଜି ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ

ବାରିପଦା ଅଫିସ,୨୦।୧୨: ଆଦିବାସୀ ଭାଷା ଓ ଲିପି ଶିକ୍ଷକଙ୍କୁ ନିୟମିତ କରିବା ଦାବିରେ ମଙ୍ଗଳବାର ମିଳିତ ଆଦିବାସୀ ସଙ୍ଗଠନ ପକ୍ଷରୁ ୧୨ ଘଣ୍ଟିଆ ମୟୂରଭଞ୍ଜ ଜିଲା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ରହିବ। ବାରିପଦା ସମେତ ରାଇରଙ୍ଗପୁର, କରଞ୍ଜିଆ, ବିଶୋଇ, ଯଶିପୁର,ବହଳଦା,ବାଙ୍ଗରିପୋଷି ସମେତ ଅନେକ ଅଞ୍ଚଳରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି । ୨୦୦୭ରେ ରାଜ୍ୟ ସରକାର ଶହେ ଜଣ ଅଲଚିକି କମ୍ୟୁନିଟି ମୋବିଲାଇଜର ଓ ୨୦୦୯ରେ ୨୦ଜଣ ମୁଣ୍ଡାରି ଆଦିବାସୀ ଭାଷା ଶିକ୍ଷକଙ୍କୁ ଚୁକ୍ତି ଭିତ୍ତିକ ନିଯୁକ୍ତି ଦିଆଯାଇଥିଲା। ଦୀର୍ଘ ୧୫ ବର୍ଷ ଧରି ନିରବଚ୍ଛିନ୍ନ ଭାବେ କାର୍ଯ୍ୟ କରିଥିବାବେଳେ ତାଙ୍କୁ ସରକାର ନିୟମିତ କରିବା ପାଇଁ ଦାବି କରାଯାଇଛି। ଆଦିବାସୀ ମୂଳମଞ୍ଚ ଓ ଜିଲା ପେସା ଗ୍ରାମସଭା ସମନ୍ବୟ କମିଟି, ମାସା ଆର୍ମି, ମାଝୀ ପାରଗାନା ମାହଲ, ମୁଣ୍ଡାରୀ ସମାଜ ସାଓ୍ବାର ଜାମଡା ଆଦି ସଙ୍ଗଠନର କର୍ମକର୍ତ୍ତାମାନେ ବନ୍ଦରେ ସାମିଲ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri