୧୨ ଶିଳ୍ପ ସ୍ମାର୍ଟ ସିଟି ନିର୍ମାଣ କରିବେ କେନ୍ଦ୍ର ସରକାର, ଜାଣନ୍ତୁ ଓଡ଼ିଶାରେ ହେବ କି ନାହିଁ ?

ନୂଆଦିଲ୍ଲୀ,୨୮।୮: କେନ୍ଦ୍ର ସରକାର ୧୨ ଶିଳ୍ପ ସ୍ମାର୍ଟ ସିଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ମାଧ୍ୟମରେ ପ୍ରତ୍ୟେକ୍ଷ ଭାବେ ୧୦ ଲକ୍ଷ ଏବଂ ପରୋକ୍ଷ ଭାବେ ୩୦ ଲକ୍ଷ ଲୋକଙ୍କୁ ରୋଜଗାର ସୁବିଧା ମିଳିବ। ଏହି ଯୋଜନା ପାଇଁ କେନ୍ଦ୍ର ସରକାର ମୋଟ ୨୮,୬୦୨ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହି ପ୍ରକଳ୍ପରେ ପ୍ରାୟ ୧.୫୨ ଲକ୍ଷ କୋଟି ତାଙ୍କର ନିବେଶ କ୍ଷମତା ରହିବ।

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ, ଏହି ଶିଳ୍ପ ସ୍ମାର୍ଟ ସିଟି ଜାତୀୟ ଶିଳ୍ପ ବିକାଶ କରିଡର କାର‌୍ୟ୍ୟକ୍ରମ (ଏନଆଇଡିସିପି) ଅଧୀନରେ ନିର୍ମାଣ କରାଯାଉଛି। ଏହି ଯୋଜନା ମାଧ୍ୟମରେ ୧୦ ଟି ରାଜ୍ୟ ଅନ୍ତର୍ଭୁକ୍ତ ହେବ। ଦେଶର ୬ ଟି ପ୍ରମୁଖ କରିଡର ସହିତ ଏଗୁଡିକ ଯୋଡିବାକୁ ଯୋଜନା କରାଯାଇଛି।

ଖବରଦାତା ସମ୍ମିଳନୀରେ ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି ଯେ, ଏହି ଶିଳ୍ପ ସ୍ମାର୍ଟ ସିଟି ଉତ୍ତରାଖଣ୍ଡର, ପଞ୍ଜାବର, ମହାରାଷ୍ଟ୍ରର, କେରଳ, ଉତ୍ତରପ୍ରଦେଶ, ବିହାର, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, ରାଜସ୍ଥାନରେ ନିର୍ମାଣ ହେବ। ଏହି ସମସ୍ତ ସହରରେ 1.5 ଲକ୍ଷ କୋଟି ତାଙ୍କର ନିବେଶ ସମ୍ଭାବନା ରହିଛି।

ଏହିପରି ଅଶ୍ୱିନୀ ବୈଷ୍ଣବ ସୂଚନା ଦେଇଛନ୍ତି ଯେ, ଓଡ଼ିଶାର ବରଗଡ଼-ନୂଆପଡ଼ା ନୂଆ ରେଳ ଲାଇନ୍‌କୁ ବୁଧବାର କ୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ୧୩୮ କିଲୋମିଟର ବିଶିଷ୍ଟ ଏହି ନୂଆ ରେଳ ଲାଇନ୍‌ ନିର୍ମାଣ ପାଇଁ ୨,୯୬୨ କୋଟି ଟଙ୍କା ଖର୍ଚ୍ଚ ହେବ। ସୁନ୍ଦରଗଡ଼ ସବ୍‌ଡେଗାରୁ ଛତିଶଗଡ଼ ଭାଲୁମୁଡ଼ା ଡବଲ ଲାଇନକୁ ବି ମଞ୍ଜୁରୀ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?