୧୨ କି.ମି. ଚାଲି ୬ ଗ୍ରାମର ସମସ୍ୟା ବୁଝିଲେ

ଚିତ୍ରକୋଣ୍ଡା,୧୧ା୨(ଡି.ଏନ.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ସମାଧାନ କରି ସେମାନଙ୍କୁ ସରକାରଙ୍କ ବିଭିନ୍ନ ସୁବିଧା ସୁଯୋଗ ଯୋଗାଇ ଦେବାକୁ କପାତୁଟି ସମିତିସଭ୍ୟ ନାଗେଶ ଖିଲ, ସରପଞ୍ଚ ଶୁକ୍ରି ହନ୍ତାଳଙ୍କ ସ୍ବାମୀ ପଦଲାମ ହନ୍ତାଳ ଏବଂ ଧରିତ୍ରୀ ଖବରଦାତା କ୍ଷୀରୋଦ ବେହେରା ବାରମ୍ବାର ବ୍ଳକ ପ୍ରଶାସନର ଦଅଷ୍ଟି ଆକର୍ଷଣ କରି ଆସୁଥିଲେ। ଏନେଇ ବିଡିଓ ରଘୁନାଥ ମୁଣ୍ଡାରିଙ୍କୁ ଅବଗତ କରାଉଥିଲେ। ଫଳରେ ଶୁକ୍ରବାର ବିଡିଓ ମଣ୍ଡାରିଙ୍କ ନିର୍ଦ୍ଦେଶରେ ବ୍ଲକ ପ୍ରଶାସନର ଏକ ଟିମ୍‌ ଚିତ୍ରକୋଣ୍ଡା ବ୍ଲକର କପାତୁଟି ପଞ୍ଚାୟତର ଗଞ୍ଜେଇମାଳ, ଏନ୍ତାଲାଙ୍କା ଓ ପରଜାଗୁଡ଼ା ଗ୍ରାମ ଏବଂ ପାପୁଲୁର ପଞ୍ଚାୟତର କମଳାବନ୍ଧା, ବାନ୍ଦାମାମୁଡି, କଟମେତଲା ଗ୍ରାମକୁ ଚିତ୍ରକୋଣ୍ଡାରୁ ୧୨ କି.ମି. ବାଟ ଚାଲିଚାଲି ଯାଇ ପହଞ୍ଚତ୍ଥିଲେ। ବ୍ଲକ ପ୍ରଶାସନରୁ ବିଏସଏସ୍‌ଓ ଅମର ମାଡକାମି, କନିଷ୍ଠଯନ୍ତ୍ରୀ ରାଜେନ୍ଦ୍ର ଦୋରା, ଗ୍ରାମ୍ୟ ଗୃହ ନିର୍ମାଣ ବିଭାଗର ବ୍ଲକ ପ୍ରୋଜେକ୍ଟ କୋର୍ଡିନେଟର ଲଷ୍ମଣ ନାଗ, କପାତୁଟି ସମିତିସଭ୍ୟ ନାଗେଶ ଖିଲ, ସରପଞ୍ଚ ଶୁକ୍ରିଙ୍କ ସ୍ବାମୀ ପଦଲାମ ପ୍ରମୁଖ ଉପରୋକ୍ତ ଗ୍ରାମଗୁଡ଼ିକରେ ପହଞ୍ଚତ୍ ଗ୍ରାମ ସମସ୍ୟା ଅନୁଧ୍ୟାନ କରିଥିଲେ। ମୁଖ୍ୟତଃ ଏହି ଗ୍ରାମ ଗୁଡ଼ିକୁ ରାସ୍ତା ନାହିଁ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍‌ ବ୍ୟବସ୍ଥା ନାହିଁ, ପାଖରେ ଅଙ୍ଗନଓ୍ବଡି କେନ୍ଦ୍ର ନାହିଁ କି ବିଦ୍ୟାଳୟଟିଏ ନ ଥିବା ଟିମ୍‌ ଗ୍ରାମବାସୀଙ୍କ ସହ ଆଲୋଚନା ବେଳେ ଜାଣିବାକୁ ପଇଥିଲେ। ଏହି ସମୟରେ ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇଥିବା ଲୋକଙ୍କୁ ଚିହ୍ନଟ କରାଯାଇ ଥିଲା। ଆବାସ ଯୋଜନାରେ କେହି ଘର ପାଇ ନ ଥିବାରୁ ସେମାନଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା। ଗ୍ରାମଗୁଡିକର ଅନ୍ୟାନ୍ୟ ସମସ୍ୟା ମଧ୍ୟ ରେକର୍ଡଭୁକ୍ତ କରାଯାଇ ଥିଲା। ଏହି ଟିମ୍‌ ସନ୍ଧ୍ୟରେ ଚିତ୍ରକୋଣ୍ଡା ଫେରି ବିଡ଼ିଓ ମୁଣ୍ଡାରିଙ୍କୁ ସମ୍ପୃକ୍ତ ଅଞ୍ଚଳର ସମସ୍ୟା ସମ୍ପର୍କରେ ରିପୋର୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

WhatsAppର ନୂଆ ଫିଚର୍ସରୁ ବଢ଼ୁଛି ସାଇବର ଠକେଇ! ରୋକିବାକୁ କେନ୍ଦ୍ର ସରକାରଙ୍କ ମାଷ୍ଟର ପ୍ଲାନ୍

ନୂଆଦିଲ୍ଲୀ,୧।୭:  ଦେଶରେ ସାଇବର ଅପରାଧ ବୃଦ୍ଧି ପାଉଥିବା ଘଟଣା ଉପରେ ରୋକ ​​ଲଗାଇବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି । ଏହି ପଦକ୍ଷେପର…

ମନ୍ତ୍ରୀଙ୍କ ହାଇ ଆଲର୍ଟ, ଜରୁରୀ ପରିସ୍ଥିତିରେ ସଜାଗ ରହିବାକୁ ୟୁଏଲ୍‌ବିକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧ା୭: ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲ୍‌ବି)କୁ ହାଇ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

ମୋଦି କ୍ୟାବିନେଟ୍‌ରେ ବଡ଼ ବୈଠକ: ରାସନ ସମେତ ୪ଟି ବଡ଼ ନିଷ୍ପତ୍ତି ସମ୍ଭବ, ସିଧାସଳଖ ପ୍ରଭାବିତ ହେବେ ସାଧାରଣ ଜନତା!

ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଆଜି ବୁଧବାର ଦିଲ୍ଲୀରେ କେନ୍ଦ୍ର କ୍ୟାବିନେଟ୍‌ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଦେଶହିତ, ଆର୍ଥିକ ସୁଧାର…

ବଙ୍ଗରେ ଟିଏମସି ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡାମାଡ଼, ଭାଜପା…

କୋଲକାତା,୧।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରାଙ୍କ ଉପରକୁ ଅଣ୍ଡା ମାଡ଼ ହୋଇଛି । ବୁଧବାର ଅଭିଯୋଗ କରିଛନ୍ତି ଯେ ପଶ୍ଚିମବଙ୍ଗର ଏକ ରେଷ୍ଟୁରାଣ୍ଟ ବାହାରେ…

ଅମିତ୍ ଶାହାଙ୍କ ଗସ୍ତ ପୂର୍ବରୁ ଘରୋଇ ବସ୍ ମାଲିକ ସଂଘର ଚରମ ନିଷ୍ପତ୍ତି: ଇ.ଭି ବସ୍ ଚଳାଚଳ ବନ୍ଦ ନ ହେଲେ ଆମେ…

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଘରୋଇ ବସ୍ ମାଲିକ ସଂଘ ଆହ୍ୱାନରେ ବୁଧବାର ବରଗଡ଼ ସହରସ୍ଥିତ ବିଜୁ ପଟ୍ଟନାୟକ ଟାଉନ ହଲରେ ୱେଷ୍ଟର୍ଣ୍ଣ ଆଣ୍ଡ୍ ସାଉଥ୍ ଇଷ୍ଟ…

ପ୍ରତିଶ୍ରୁତି ରକ୍ଷା କଲା ଯାତ୍ରା କମିଟି, ନିର୍ଦ୍ଧାରିତ ସମୟରେ ହିସାବ ଦାଖଲ କରି…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ଆୟବ୍ୟୟ ହିସାବ ବୁଧବାର ଦାଖଲ ହୋଇଛି। ଏନେଇ ଭଞ୍ଜନଗର ଠାକୁରାଣୀ ମନ୍ଦିରରେ ଯାତ୍ରା କମିଟି କର୍ମକର୍ତ୍ତାଙ୍କ…

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri