୧୨ ଲକ୍ଷ ୪୨ ହଜାର କ୍ୱିଣ୍ଟାଲ ରବି ଧାନ ସଂଗ୍ରହ ଲକ୍ଷ୍ୟ

କୋରାପୁଟ,୩ା୫(ସ୍ବ.ପ୍ର.): କୋରାପୁଟସ୍ଥିତ ଡିଆରଡିଏ ସଦ୍‌ଭାବନା ସଭାଗୃହଠାରେ ଜିଲାସ୍ତରୀୟ ରବି ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲାପାଳ ଅବଦୁଲ ଏମ୍‌ ଅଖତରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଗୌରବ ଶିବାଜୀ ଇସଲଓ୍ବାର, ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନୀ, ଜିଲା ପରିଷଦ ସଭାପତି ସସ୍ମିତା ମେଲେକା, କେସିସି ବ୍ୟାଙ୍କ ସଭାପତି ଈଶ୍ୱର ଚନ୍ଦ୍ର ପାଣିଗ୍ରାହୀ, କୋରାପୁଟ ବିଧାୟକଙ୍କ ପ୍ରତିନିଧି ଉତ୍କଳ ରଞ୍ଜନ ନାୟକ, କୋରାପୁଟ ଏମ୍‌ପିଙ୍କ ପ୍ରତିନିଧି ମନୋଜ ଆଚାର୍ଯ୍ୟ ପ୍ରମୁଖ ଉପସ୍ଥିତ ଥିଲେ। ଚଳିତ ରବି ଋତୁ ପାଇଁ ୧୨ ଲକ୍ଷ ୪୨ ହଜାର କ୍ୱିଣ୍ଟାଲ ଧାନ କ୍ରୟ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ଧାର୍ଯ୍ୟ ଦେଇଥିବା ଜିଲା ଯୋଗାଣ ଅଧିକାରୀ ପ୍ରଦୀପ କୁମାର ପଣ୍ଡା ସୂଚନା ଦେଇଛନ୍ତି। ୨୧୩୬୫ ଜଣ ଚାଷୀ ପଞ୍ଜୀକୃତ କରିଥିବା ଜିଲା ଯୋଗାଣ ଅଧିକାରୀ କହିଛନ୍ତି। ତଦାରଖ ଦଳ ତରଫରୁ ୨୦୩୧୪ ଟି ଫର୍ମ ଗ୍ରହଣ କରାଯାଇଥିବା ସେ କହିଛନ୍ତି। ଆସନ୍ତା ଜୁନ୍‌ ୩ ତାରିଖରୁ ଜିଲାର ୭୪ଟି ମଣ୍ଡିରେ ଧାନକ୍ରୟ କରାଯିବ ବୋଲି ଜିଲାପାଳ କହିଛନ୍ତି। ଜୟପୁରରେ ରହିଥିବା ମଣ୍ଡିଗୁଡ଼ିକର ଭିତ୍ତିଭୂମିର ଅଭାବ ରହିଥିବା ବାରମ୍ବାର ଅବଗତ କରାଯାଉଥିଲେ ସୁଦ୍ଧା କାହିଁକି କରାଯାଉ ନାହିଁ ବୋଲି ବିଭାଗୀୟ ଅଧିକାରୀଙ୍କ ଉପରେ ଅସନ୍ତୋଷ ବ୍ୟକ୍ତ କରିଥିଲେ ଜୟପୁର ବିଧାୟକ ତାରା ପ୍ରସାଦ। ଆସନ୍ତା ଧାନକ୍ରୟ ସମୟରେ ମଣ୍ଡିର ସୁବନ୍ଦୋବସ୍ତ କରାଯିବ ବୋଲି ଜିଲାପାଳ କହିଛନ୍ତି। କୋରାପୁଟ ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ଶମ୍ଭୁ ପ୍ରସାଦ ହରପାଲ, ଜୟପୁର ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ ସୁଶୀଲ କୁମାର ଜେନା, ଜିଲାର ମିଲର ଓ ଚାଷୀ ନେତାମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri