ରାଜଧାନୀରୁ ଆଉ ୧୨ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, ୮।୭ (ବନ୍ଦନା ସେଠୀ): ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢି ଚାଲିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଏହି ସଂଖ୍ୟା ଶତକ ପାର୍‌ କରିଛି। ଶୁକ୍ରବାର ରାଜଧାନୀରୁ ୧୨ଜଣ ନୂତନ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବିଏମ୍‌ସି ସିଟି ହେଲ୍‌ଥ ଅଧିକାରୀ ଦୀପକ ବିଶୋଇ ସୂଚନା ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ନୟାପଲ୍ଲୀ ଅଞ୍ଚଳର ଏନ୍‌-୧, ଏନ୍‌-୨ ଏବଂ ଏନ୍‌-୪ରୁ ସର୍ବାଧିକ ରୋଗୀ ରହିଛନ୍ତି। ତେବେ ଏକାଧିକ ସଂକ୍ରମିତ ଚିହ୍ନଟ ହେଉଥିଲେ ବି ସ୍ଥିତି ଆୟତ୍ତରେ ରହିଛି ଓ ହସ୍ପିଟାଲାଇଜେଶନ୍‌ ସଂଖ୍ୟା କମ୍‌ ରହିଛି। ଚଳିତ ବର୍ଷ ଜାନୁୟାରୀରୁ ଜୁଲାଇ ୭ ପର୍ଯ୍ୟନ୍ତ ସହରରୁ ମୋଟ୍‌ ୧୨୧ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବାବେଳେ ମାତ୍ର ୫୯ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଥି ମଧ୍ୟରୁ ୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳ ଏବେ ମାତ୍ର ୫ଜଣ କ୍ୟାପିଟାଲ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଶୋଇ ସୂଚନା ଦେଇଛନ୍ତି। ଅପରପକ୍ଷେ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମ୍‌ସି ଲୋକଙ୍କୁ ଲଗାତାର ଭାବେ ସଚେତନ କରିବା ସହ ବିଭିନ୍ନ ଓ୍ବାର୍ଡରେ ମଶାଧୂଆଁ ଦେବା ସହ ଘାସ, ବୁଦା କାଟିବା, ମଶା ଉତ୍ସ ନଷ୍ଟ କରିବା, ମଶା ତେଲ ପକାଇବା ଭଳି ଅନ୍ୟାନ୍ୟ କାର୍ଯ୍ୟ ହାତକୁ ନେଉଛି। ପ୍ରତି ଶନିବାର ଓ ଗୁରୁବାର ଡ୍ରାଏ ଡେ’ ମଧ୍ୟ ପାଳନ କରାଯାଉଛି। ଏହାବାଦ୍‌ ପ୍ରତି ଓ୍ବାର୍ଡରେ ମଶାଧୂଆଁ ବୁଲାଇବା ପାଇଁ ଜୁଲାଇ ଶେଷସୁଦ୍ଧା ଆଉ ୨୦ଟି ମିନି ଗାଡ଼ି କିଣାଯିବ ବୋଲି ବିଶୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri