ରାଜଧାନୀରୁ ଆଉ ୧୨ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର, ୮।୭ (ବନ୍ଦନା ସେଠୀ): ରାଜ୍ୟରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବେ ବଢି ଚାଲିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଏହି ସଂଖ୍ୟା ଶତକ ପାର୍‌ କରିଛି। ଶୁକ୍ରବାର ରାଜଧାନୀରୁ ୧୨ଜଣ ନୂତନ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ବିଏମ୍‌ସି ସିଟି ହେଲ୍‌ଥ ଅଧିକାରୀ ଦୀପକ ବିଶୋଇ ସୂଚନା ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ନୟାପଲ୍ଲୀ ଅଞ୍ଚଳର ଏନ୍‌-୧, ଏନ୍‌-୨ ଏବଂ ଏନ୍‌-୪ରୁ ସର୍ବାଧିକ ରୋଗୀ ରହିଛନ୍ତି। ତେବେ ଏକାଧିକ ସଂକ୍ରମିତ ଚିହ୍ନଟ ହେଉଥିଲେ ବି ସ୍ଥିତି ଆୟତ୍ତରେ ରହିଛି ଓ ହସ୍ପିଟାଲାଇଜେଶନ୍‌ ସଂଖ୍ୟା କମ୍‌ ରହିଛି। ଚଳିତ ବର୍ଷ ଜାନୁୟାରୀରୁ ଜୁଲାଇ ୭ ପର୍ଯ୍ୟନ୍ତ ସହରରୁ ମୋଟ୍‌ ୧୨୧ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବାବେଳେ ମାତ୍ର ୫୯ଜଣ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଥି ମଧ୍ୟରୁ ୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳ ଏବେ ମାତ୍ର ୫ଜଣ କ୍ୟାପିଟାଲ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଶୋଇ ସୂଚନା ଦେଇଛନ୍ତି। ଅପରପକ୍ଷେ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମ୍‌ସି ଲୋକଙ୍କୁ ଲଗାତାର ଭାବେ ସଚେତନ କରିବା ସହ ବିଭିନ୍ନ ଓ୍ବାର୍ଡରେ ମଶାଧୂଆଁ ଦେବା ସହ ଘାସ, ବୁଦା କାଟିବା, ମଶା ଉତ୍ସ ନଷ୍ଟ କରିବା, ମଶା ତେଲ ପକାଇବା ଭଳି ଅନ୍ୟାନ୍ୟ କାର୍ଯ୍ୟ ହାତକୁ ନେଉଛି। ପ୍ରତି ଶନିବାର ଓ ଗୁରୁବାର ଡ୍ରାଏ ଡେ’ ମଧ୍ୟ ପାଳନ କରାଯାଉଛି। ଏହାବାଦ୍‌ ପ୍ରତି ଓ୍ବାର୍ଡରେ ମଶାଧୂଆଁ ବୁଲାଇବା ପାଇଁ ଜୁଲାଇ ଶେଷସୁଦ୍ଧା ଆଉ ୨୦ଟି ମିନି ଗାଡ଼ି କିଣାଯିବ ବୋଲି ବିଶୋଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

ତାତିରୁ ଆଶ୍ବସ୍ତି ଆଣିଦେବ କାଳବୈଶାଖୀ, ପୂର୍ବାନୁମାନ କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୂର୍ଯ୍ୟଦେବଙ୍କ ପ୍ରକୋପ ଜାରି ରହିଛି। ସକାଳ ୮ ଟା ଡେଇଁଲେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର...

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି, ୮ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୭।୪: ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

ସାଲେପୁରରେ ଆରମ୍ଭରୁ ବର୍ଷିଲେ ରାହୁଲ, କହିଲେ…

ସାଲେପୁର,୨୮ା୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ରବିବାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମଧୁବାବୁଙ୍କ ଜନ୍ମସ୍ଥାନ କଟକର ସତ୍ୟଭାମାପୁରରେ ପହଞ୍ଚିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri