ଘନୀଭୂତ ହେଲା ଲଘୁଚାପ: ଆଉ ୧୨ ଘଣ୍ଟା ପ୍ରବଳ ବର୍ଷିବ, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର,୯ା୮(ବ୍ୟୁରୋ)-ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏଥିଯୋଗୁ ଆସନ୍ତା ୧୨ ଘଣ୍ଟା ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ ନେଇ ରେଡଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ବେଗରେ ପବନ ବହୁଛି। ବେଳେବେଳେ ଏହା ୬୫ କି.ମି.କୁ ମଧ୍ୟ ବଢିବା ସମ୍ଭାବନା ରହିଛି। ଏହାକୁ ଦଷ୍ଟିରେ ରଖି ଆସନ୍ତା ୧୧ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଥିସହିତ ରାଜ୍ୟର ସମସ୍ତ ବନ୍ଦରରେ ମଧ୍ୟ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri