୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ସୂଚନା

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାପଡ଼ିଛି। ରାଜସ୍ବ ବିଭାଗ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ଆଦି ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ବାଜିଥିବା ସୂଚନା ମିଳିଛି। ସହକାରୀ ସମବାୟ ନିବନ୍ଧକ କ୍ୟାଡର ପୁନର୍ଗଠନ ସହ ଯୋଗାଣ ବିଭାଗରେ ଘରୋଇ ଡିଲରଙ୍କ ପୁନଃ ନିଯୁକ୍ତିକୁ କ୍ୟାବିନେଟ୍‌ ମଞ୍ଜୁରୀ ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ସେହିଭଳି ମୟୂରଭଞ୍ଜ ଜିଲାରେ ଏକ ଗୋଶାଳାକୁ ରାଜ୍ୟ ସରକାର ମାଗଣା ଜମି ଯୋଗାଇଦେବେ ବୋଲି କ୍ୟାବିନେଟ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଗୋଶାଳାର ଏହି ଜମି ପାଇଁ ଷ୍ଟାମ୍ପ ଡ୍ୟୁଟି ଛାଡ଼ କରାଯିବ। ସେହିଭଳି ନୟାଗଡ଼ରେ ବଲାଙ୍ଗୀର ପାର୍କ ନିର୍ମାଣ ସମ୍ପର୍କିତ ଏକ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି। ଆପାର୍ଟମେଣ୍ଟ ଓନରଶିପ୍‌ ବିଲ୍‌ ସମ୍ପର୍କିତ ଗୃହ ଓ ନଗର ଉନ୍ନୟନର ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ ମିଳିଥିବା ଜଣାପଡ଼ିଛି। ତେବେ ବିଧାନସଭା ଅଧିବେଶନ ସରି ନ ଥିବାରୁ କ୍ୟାବିନେଟ୍‌ ସମ୍ପର୍କିତ ପ୍ରସ୍ତାବ ସମ୍ପର୍କରେ ରାଜ୍ୟ ସରକାର କିମ୍ବା ମନ୍ତ୍ରୀମାନଙ୍କ ମୁହଁରୁ ପଦୁଟିଏ ଶୁଣିବାକୁ ମିଳିନାହିଁ। ଶୁକ୍ରବାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ କ୍ୟାବିନେଟ୍‌ରେ ପାରିତ ପ୍ରସ୍ତାବ ସମ୍ପର୍କରେ ସେଠାରେ କୁହାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri