୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ସୂଚନା

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ଜଣାପଡ଼ିଛି। ରାଜସ୍ବ ବିଭାଗ, ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ଆଦି ବିଭାଗର ପ୍ରସ୍ତାବ ଉପରେ କ୍ୟାବିନେଟ୍‌ ମୋହର ବାଜିଥିବା ସୂଚନା ମିଳିଛି। ସହକାରୀ ସମବାୟ ନିବନ୍ଧକ କ୍ୟାଡର ପୁନର୍ଗଠନ ସହ ଯୋଗାଣ ବିଭାଗରେ ଘରୋଇ ଡିଲରଙ୍କ ପୁନଃ ନିଯୁକ୍ତିକୁ କ୍ୟାବିନେଟ୍‌ ମଞ୍ଜୁରୀ ପ୍ରଦାନ କରାଯାଇଥିବା ଜଣାପଡ଼ିଛି। ସେହିଭଳି ମୟୂରଭଞ୍ଜ ଜିଲାରେ ଏକ ଗୋଶାଳାକୁ ରାଜ୍ୟ ସରକାର ମାଗଣା ଜମି ଯୋଗାଇଦେବେ ବୋଲି କ୍ୟାବିନେଟ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ଗୋଶାଳାର ଏହି ଜମି ପାଇଁ ଷ୍ଟାମ୍ପ ଡ୍ୟୁଟି ଛାଡ଼ କରାଯିବ। ସେହିଭଳି ନୟାଗଡ଼ରେ ବଲାଙ୍ଗୀର ପାର୍କ ନିର୍ମାଣ ସମ୍ପର୍କିତ ଏକ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସମ୍ପର୍କିତ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି। ଆପାର୍ଟମେଣ୍ଟ ଓନରଶିପ୍‌ ବିଲ୍‌ ସମ୍ପର୍କିତ ଗୃହ ଓ ନଗର ଉନ୍ନୟନର ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ ମିଳିଥିବା ଜଣାପଡ଼ିଛି। ତେବେ ବିଧାନସଭା ଅଧିବେଶନ ସରି ନ ଥିବାରୁ କ୍ୟାବିନେଟ୍‌ ସମ୍ପର୍କିତ ପ୍ରସ୍ତାବ ସମ୍ପର୍କରେ ରାଜ୍ୟ ସରକାର କିମ୍ବା ମନ୍ତ୍ରୀମାନଙ୍କ ମୁହଁରୁ ପଦୁଟିଏ ଶୁଣିବାକୁ ମିଳିନାହିଁ। ଶୁକ୍ରବାର ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ କ୍ୟାବିନେଟ୍‌ରେ ପାରିତ ପ୍ରସ୍ତାବ ସମ୍ପର୍କରେ ସେଠାରେ କୁହାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri