୩୯ ବଦଳରେ ୧୨ ନର୍ସ

ଚମ୍ପୁଆ,୫ା୮(ଡି.ଏନ.ଏ.): ୧୯୧୦ ମସିହାରେ ନିର୍ମିତ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟ ଏବେ ଅବହେଳିତ ଅବସ୍ଥାରେ। ସେଥିପାଇଁ ରୋଗୀ ଏବେ ଜିଲା ମୁହାଁ ହେଲେଣି। ଉଚ୍ଚ କର୍ତ୍ତୃପକ୍ଷ ଅବହେଳାରୁ ଡାକ୍ତର ଅଭାବ ବର୍ତ୍ତମାନ ଦୈନନ୍ଦିନ ଘଟଣା ପାଲଟିଥିବା ବେଳେ ପ୍ରମୁଖ ସେବା ଯୋଗାଉଥିବା ନର୍ସ ମାନଙ୍କ କ୍ଷେତ୍ରରେ ମଧ୍ୟ ସମାନ ସମସ୍ୟା ଦେଖା ଦେଇଛି। ଏନେଇ ଚିକିତ୍ସା ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ କରାଗଲେ ମଧ୍ୟ କିଛି ସୁଫଳ ମିଳିପାରୁନାହଁି। ଏହି ଚିକିସତ୍ାଳୟରେ ଶିଶୁ ବିଭାଗ, ସ୍ତ୍ରୀ ଓ ପ୍ରସୂତୀ ବିଭାଗ, ମେଡିସିନ ବିଭାଗ ଓ ସର୍ଜରୀ ବିଭାଗ ରହିଥିବା ବେଳେ ୩୯ଜଣ ନର୍ସଙ୍କ ଆବଶ୍ୟକତା ରହିଛି। ମାତ୍ର ୧୨ ଜଣ ନର୍ସ ଦ୍ୱାରା କାର୍ଯ୍ୟ କରାଯାଉଛି। ଏପରିକି ମେଡିସିନ ଓ ସର୍ଜରୀ ବିଭାଗ ଗୋଟିଏ ଜାଗାରେ ରହିଥିବା ବେଳେ ସ୍ତ୍ରୀ ଓ ପ୍ରସୂତୀ ବିଭାଗ ଅଲଗା ରହିଛି। ଫଳରେ ୧୨ ଜଣ ନର୍ସଙ୍କ ମଧ୍ୟରୁ ଅନେକଙ୍କୁ ୨ରୁ ଅଧିକ ଦାୟିତ୍ୱ ସମ୍ଭାଳିବାକୁ ପଡୁଛି। ଏପରିକି ରାତି ଡ୍ୟୁଟିରେ ଥିବା ନର୍ସମାନଙ୍କୁ ସକାଳେ ଡ୍ୟୁଟି କରିବାକୁ ପଡୁଛି। ଏହି ଚିକିତ୍ସାଳୟ ପ୍ରଥମ ରେଫରାଲ ଚିକିତ୍ସାଳୟ ହୋଇଥିବା ବେଳେ ଯୋଡା, ବଡବିଲ, ଝୁମ୍ପୁରା, ମୟୂରଭଞ୍ଜ ଓ ଝାଡ଼ଖଣ୍ଡର ରୋଗୀମାନେ ଏଠାକୁ ଆସୁଛନ୍ତି। ଏପରିକି ବର୍ତ୍ତମାନ ସମୟରେ ପ୍ରତ୍ୟେକ ଦିନ ୨୦୦ରୁ ୨୫୦ ରୋଗୀ ଚିକିତ୍ସା ପାଇଁ ଏଠାକୁ ଆସୁଥିବା ଦେଖାଯାଇଛି। ଏହାର ତୁରନ୍ତ ସମାଧାନ କରି ଆବଶ୍ୟକ ନର୍ସ ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି। ଏସମ୍ପର୍କରେ ଚିକିତ୍ସା ଅଧିକାରୀ ଡା. ଉମାକାନ୍ତ ସାହୁଙ୍କୁ ପଚାରିବାରୁ ମୁଁ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଏନେଇ ଅବଗତ କରିଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚନ୍ଦ୍ରଗହଣରେ ହାନୀ ନୁହେଁ ଏହି ୩ରାଶିଙ୍କ ଫିଟିଯିବ ଭାଗ୍ୟ, ଧନବର୍ଷା ସାଙ୍ଗକୁ ମିଳିବ ବଡ଼ ଚାକିରିର ଅଫର୍‌…

କୌଣସି ବି ଗ୍ରହଣ, ତାହା ଚନ୍ଦ୍ରଗ୍ରହଣ ହେଉ କି ସୂର୍ଯ୍ୟଗ୍ରହଣ, ସବୁବେଳେ କ’ଣ ବର୍ବାଦୀ ନେଇ ଆସିଥାଏ? କାରଣ ପ୍ରାୟତଃ ଆମେ ଗ୍ରହଣ ନାମ ଶୁଣିବା ମାତ୍ରେ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଆଉ ୭ ଦିନ ପରେ ଘଟିବାକୁ ଯାଉଛି ଏମିତି: ୪ ରାଶିଙ୍କ ଜୀବନରେ ପୁଣି ଫେରିବ ପୁରୁଣା ପ୍ରେମ! ଶୁକ୍ର କରିବେ…

୨ ସେପ୍ଟେମ୍ବର ୨୦୨୬ରେ ଶୁକ୍ର ତୁଳା ରାଶିରେ ପ୍ରବେଶ କରିବେ। ପ୍ରେମ ଓ ସମ୍ପର୍କର କାରକ ଶୁକ୍ରଙ୍କ ନିଜ ରାଶିରେ ପ୍ରବେଶକୁ ଜ୍ୟୋତିଷ ଦୃଷ୍ଟିରୁ ବେଶ ବିଶେଷ…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

ପୁଟିନଙ୍କ ବଡ଼ ପ୍ରତିଶ୍ରୁତି: ସଙ୍କଟ ସମୟରେ ଭାରତକୁ ଯୋଗାଇବ…ବିଶ୍ୱରେ ହଇଚଇ

ନୂଆଦିଲ୍ଲୀ,୨୫।୮: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ମସ୍କୋରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ଜୟଶଙ୍କର ରାଷ୍ଟ୍ରପତି ପୁଟିନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri