୧୨ ଦଫା ଦାବିରେ ସମବାୟ ସମିତି ଆଗରେ ଧାରଣା

ବନ୍ତ,୧୩।୧୦(ହରିନାରାୟଣ ମହାନ୍ତି): ଶୁକ୍ରବାର ଭଦ୍ରକ ଜିଲା ବନ୍ତ ବ୍ଲକ ପଧାନପଡ଼ା ସେବା ସମବାୟ ସମିତି ଆଗରେ ଅଖିଳ ଭାରତ କୃଷକ ସଭା ବନ୍ତ ବ୍ଲକ କମିଟି ପକ୍ଷରୁ ଧାରଣା ଦିଆଯାଇଛି।

ଏହି ଅବସରରେ ନିଳୋକ ବଜାରଠାରୁ କୃଷକ ସଭାର କର୍ମୀମାନେ ଏକ ଶୋଭାଯାତ୍ରା ବାହାରି ବଜାର ପରିକ୍ରମା କରି ସେବା ସମବାୟ ସମିତି ସମ୍ମୁଖରେ ପହଞ୍ଚି ଧାରଣାରେ ବସିଥିଲେ। କୃଷକ ନେତା ସୁବାଷ ଚନ୍ଦ୍ର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବ୍ଲକ ସଭାପତି ଫକୀର ଚରଣ ବିଶ୍ୱାଳ, ବାବାଜୀ ଚରଣ ଜେନା, ନୀରଞ୍ଜନ ନାୟକ, କିଶୋର ଚନ୍ଦ୍ର ବେହେରା, ରମେଶ ଜେନା, ବନ୍ତ ସମିତି ସଭ୍ୟ ପରମେଶ୍ୱର ବାରିକ, ଅନିରୁଦ୍ଧ ଜେନା, ଭାସ୍କର ଚନ୍ଦ୍ର ବେହେରା, ଦୁଲ୍ଲା ଖାଁ, ନୃସିଂହ ଚରଣ ପରିଡ଼ା ଯୋଗଦେଇ ଚାଷୀ ବିରୋଧୀ ନୀତିକୁ କେନ୍ଦ୍ର ଓ ରାଜ୍ୟ ସରକାର ପରିହାର କରିବା ନେଇ ବକ୍ତବ୍ୟ ପ୍ରଦାନ କରିଥିଲେ।

ଏଥିସହ ଓଡ଼ିଶା ସରକାର କେନ୍ଦ୍ରର ପ୍ରସ୍ତାବିତ ସମବାୟ ଆଇନକୁ କାର୍ଯ୍ୟକାରୀ ନ କରିବା ପାଇଁ କୃଷକ ନେତାମାନେ ଦାବି କରିଥିଲେ। ପରେ କେନ୍ଦ୍ର ସରକାର ପ୍ରସ୍ତାବିତ କୃଷକ ବିରୋଧୀ ସେବା ସମବାୟ ସମିତି ଆଇନ ପରିହାର କରିବା, ସ୍ବାମୀନାଥନ କମିଶନ କାର୍ଯ୍ୟକାରୀ କରିବା, ଧାନ କୁଇଣ୍ଟାଲ ୩୫ ଶହ ଟଙ୍କା ଧାର୍ଯ୍ୟ କରିବା, ଭାଗ ଚାଷୀଙ୍କୁ ଧାନବିକ୍ରି ପାଇଁ ସୁଯୋଗ ଦେବା, ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ନିର୍ମାଣ ଆଦି ୧୨ ଦଫା ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା। ଧାରଣାରେ ଅଭିମନ୍ୟୁ ଜେନା, ବିଷ୍ଣୁ ଚରଣ ଜେନା, ପଞ୍ଚାନନ ସେଠୀ, ପୀତବାସ ସେଠୀ, ଫକିରୁଦ୍ଦିନ୍‌ ଖାଁ, କମଳାକାନ୍ତ ଜେନା, ସୁଧାଂଶୁ ଶେଖର ସେଠୀ, ଯୁଧିଷ୍ଠୀର ଜେନା, ଶତୃଘ୍ନ ସେନାପତି, କୃଷ୍ଣ ଚନ୍ଦ୍ର ରାଉତ, ଅରବିନ୍ଦ ବିଶ୍ୱାଳ, କୃଷ୍ଣ ଚନ୍ଦ୍ର ଜେନା, ରବିନ୍ଦ୍ର ରାଉତ, ଅରୁଣ ନାୟକ, ମହେଶ୍ୱର ଜେନା, ପର୍ଶୁରାମ ସ୍ବାଇଁଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଫେଇ ଅଭିଯାନରେ ସାମିଲ ହେଲେ ଅଧିକ୍ଷକ: କର୍ମଚାରୀଙ୍କୁ ଦେଲେ ସ୍ବଚ୍ଛତା ବାର୍ତ୍ତା

କେସିଙ୍ଗା, ୧।୧୦ (ତୁମେଶ୍ୱର ସାହୁ): ଆଗାମୀ ଗାନ୍ଧୀ ଜୟନ୍ତୀ ଏବଂ ଅକ୍ଟୋବର ୧ ତାରିଖର ସ୍ବତନ୍ତ୍ର ସ୍ବଚ୍ଛତା ଶ୍ରମଦାନ ଅବସରରେ କଳାହାଣ୍ଡି ଜିଲାର କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ…

୫୫ ବର୍ଷର ଦିନିକିଆ କ୍ରିକେଟ୍‌ ଇତିହାସରେ ପ୍ରଥମଥର ଘଟିଲା ଏମିତି: ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମିଶିକି କଲେ ବିଶ୍ୱରେକର୍ଡ

ଗୁଆହାଟୀ,୧।୧୦:ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଗୁଆହାଟୀର ବାରସାପାରା କ୍ରିକେଟ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ କ୍ରିକେଟ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛି। ୧୯୭୧ରୁ ଆରମ୍ଭ…

ଆଉ ଏକ ମାଇଲଷ୍ଟୋନ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ: ବିଶ୍ୱର ସବୁଠୁ କନିଷ୍ଠ କ୍ରିକେଟର୍‌ ଭାବେ କଲେ…

ନୂଆଦିଲ୍ଲୀ,୧।୧୦: ଭାରତୀୟ କ୍ରିକେଟ୍‌ର ଉଦୀୟମାନ ତାରକା ତଥା ‘ୱଣ୍ଡରକିଡ’ ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ବଡ଼ ସଫଳତା। ମାତ୍ର ୧୫ ବର୍ଷ ବୟସରେ…

୦,୦,୦,୦,୦,୦… ଭାରତ ବିପକ୍ଷରେ ଶ୍ରୀଲଙ୍କାର ଲଜ୍ଜାଜନକ ରେକର୍ଡ, ଅଧା ଖେଳାଳି….

ନୂଆଦିଲ୍ଲୀ,୧।୧୦ : ଏସିଆନ୍ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ୍‌ର ଦ୍ୱିତୀୟ ସେମିଫାଇନାଲରେ ଶ୍ରୀଲଙ୍କାକୁ ଏକତରଫା ଭାବେ ହରାଇ ଫାଇନାଲରେ ପହଞ୍ଚିଛି ଭାରତ । ଭାରତୀୟ ଦଳ ଶ୍ରୀଲଙ୍କାକୁ…

କେମିତି କରିବେ ସଞ୍ଚୟ ଆଉ କେମିତି ବଢ଼ିବ ଧନ, ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ…

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିର ସମୟରେ ବି ଅତ୍ୟନ୍ତ ଲୋକପ୍ରିୟ। ବିଶେଷକରି ଯୁବବର୍ଗଙ୍କ ପାଇଁ ଏହାକୁ ଜାଣିବା ଏବଂ ଜୀବନରେ ଆପଣାଇବା ଅତ୍ୟନ୍ତ ଆବଶ୍ୟକ। ମୌର୍ଯ୍ୟ ସାମ୍ରାଜ୍ୟର…

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ବଡ଼ ଅଘଟଣ; ଲିଫ୍ଟରେ ଫସିଲେ ପୂର୍ବତନ ଏମପିଙ୍କ ପରିବାର, ଚେତାଶୂନ୍ୟ ହୋଇଗଲେ…

ନୂଆଦିଲ୍ଲୀ,୧।୧୦ : ରାଜଧାନୀ ଦିଲ୍ଲୀସ୍ଥିତ ଝାଡ଼ଖଣ୍ଡ ଭବନର ଲିଫ୍ଟରେ ବଡ଼ ଅଘଟଣ ଘଟିଛି । ପୂର୍ବତନ ଏମପି ଘୂରନ ରାମଙ୍କ ପରିବାର ଯାଉଥିବା ବେଳେ ଲିଫ୍ଟ ହଠାତ୍…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ ପୂର୍ବରୁ CJPର ବଡ଼ ବୟାନ, ଆମେ କାହାକୁ….

ନୂଆଦିଲ୍ଲୀ,୧।୧୦ : ଦେଶରେ ପରିବର୍ତ୍ତନ ସେତେବେଳେ ସମ୍ଭବ, ଯେତେବେଳେ ପ୍ରତ୍ୟେକ ନାଗରିକ ନିଜ ଭୂମିକା ନିଭାଇବେ । ଏଭଳି ମତ ରଖିଛନ୍ତି କକ୍ରୋଚ୍ ଜନତା ପାର୍ଟି (CJP)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?