୩୨ ଜିଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ନାହିଁ ICU ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ବଜେଟ ପୂର୍ବରୁ ବିଧାନସଭାରେ ଅନୁଷ୍ଠିତ ପ୍ରଶ୍ନକାଳରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ଲିଖିତ ଉତ୍ତର ରଖିଛନ୍ତି। ଉତ୍ତରରେ ରାଜ୍ୟର ୩୨ଟି ଜିଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ICU ବ୍ୟବସ୍ଥା ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ରାଜ୍ୟର ଢେଙ୍କାନାଳ, ଝାରସୁଗୁଡ଼ା, ରାୟଗଡ଼ା ଏବଂ ରାଉରକେଲାରେ ICU ନିମାଣାଧୀନ ରହିଛି। ଏପ୍ରିଲରୁ କୋରାପୁଟ ଜିଲା ମୁଖ୍ୟ ହସ୍ପିଟାଲରେ ICU କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହାକୁ ନେଇ ଅନେକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟର ଆକାର ପ୍ରାୟ ୩୦ ହଜାର କୋଟି ବୃଦ୍ଧି ହେବ ବୋଲି ଆକଳନ କରାଯାଉଛି। ଫଳରେ ବ୍ୟୟବରାଦ ୩ ଲକ୍ଷ କୋଟି ଟଙ୍କା ଛୁଇଁବା ସମ୍ଭାବନା ରହିଛି।

୨୦୨୫-୨୬ ଆର୍ଥିକବର୍ଷ ବଜେଟରେ ନିଯୁକ୍ତି ଓ ଉତ୍ପାଦନ ଉପରେ ମୋହନ ସରକାର ଗୁରୁତ୍ୱ ଦେଇପାରନ୍ତି ବୋଲି ଆଲୋଚନା ହେଉଛି। ମିଳିଥିବା ସୂଚନା ଅନୁଯାୟୀ, ଲୋକମତ, ଅର୍ଥନୀତି ବିଶେଷଜ୍ଞ, ପୂର୍ବତନ ଅର୍ଥମନ୍ତ୍ରୀ ଓ ଅର୍ଥ ସଚିବଙ୍କ ପରାମର୍ଶରେ ବଜେଟ ପ୍ରସ୍ତୁତ ହୋଇଛି।

ଭାଜପାର ର୍ନିବାଚନୀ ସଂକଳ୍ପପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ଗୁରୁତ୍ୱ ଦେଇ ବଜେଟରେ ଅର୍ଥ ବ୍ୟୟବରାଦ ହୋଇଥିବା ଆଶା କରାଯାଉଛି। କୃଷକଙ୍କ ଆୟ ବୃଦ୍ଧି ଏବଂ ମହିଳା ସଶକ୍ତୀକରଣ ଉପରେ ମୋହନ ସରକାର ଗୁରୁତ୍ୱ ଦେଉଥିବାରୁ ଏଥିପାଇଁ ବଜେଟରେ ବିଶେଷ ଧ୍ୟାନ ଦିଆଯାଇଥାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri