୩୨ ଜିଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ନାହିଁ ICU ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ୱର,୧୭।୨: ଆର୍ଥିକ ବର୍ଷ ୨୦୨୫-୨୬ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ବଜେଟ ପୂର୍ବରୁ ବିଧାନସଭାରେ ଅନୁଷ୍ଠିତ ପ୍ରଶ୍ନକାଳରେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ଲିଖିତ ଉତ୍ତର ରଖିଛନ୍ତି। ଉତ୍ତରରେ ରାଜ୍ୟର ୩୨ଟି ଜିଲା ମୁଖ୍ୟ ହସ୍ପିଟାଲରୁ ୧୨ଟିରେ ICU ବ୍ୟବସ୍ଥା ନ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଏପରିକି ରାଜ୍ୟର ଢେଙ୍କାନାଳ, ଝାରସୁଗୁଡ଼ା, ରାୟଗଡ଼ା ଏବଂ ରାଉରକେଲାରେ ICU ନିମାଣାଧୀନ ରହିଛି। ଏପ୍ରିଲରୁ କୋରାପୁଟ ଜିଲା ମୁଖ୍ୟ ହସ୍ପିଟାଲରେ ICU କାର୍ଯ୍ୟକାରୀ ହେବ ବୋଲି ମନ୍ତ୍ରୀ କହିଛନ୍ତି।

ଅନ୍ୟପକ୍ଷେ ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହାକୁ ନେଇ ଅନେକ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ବଜେଟର ଆକାର ପ୍ରାୟ ୩୦ ହଜାର କୋଟି ବୃଦ୍ଧି ହେବ ବୋଲି ଆକଳନ କରାଯାଉଛି। ଫଳରେ ବ୍ୟୟବରାଦ ୩ ଲକ୍ଷ କୋଟି ଟଙ୍କା ଛୁଇଁବା ସମ୍ଭାବନା ରହିଛି।

୨୦୨୫-୨୬ ଆର୍ଥିକବର୍ଷ ବଜେଟରେ ନିଯୁକ୍ତି ଓ ଉତ୍ପାଦନ ଉପରେ ମୋହନ ସରକାର ଗୁରୁତ୍ୱ ଦେଇପାରନ୍ତି ବୋଲି ଆଲୋଚନା ହେଉଛି। ମିଳିଥିବା ସୂଚନା ଅନୁଯାୟୀ, ଲୋକମତ, ଅର୍ଥନୀତି ବିଶେଷଜ୍ଞ, ପୂର୍ବତନ ଅର୍ଥମନ୍ତ୍ରୀ ଓ ଅର୍ଥ ସଚିବଙ୍କ ପରାମର୍ଶରେ ବଜେଟ ପ୍ରସ୍ତୁତ ହୋଇଛି।

ଭାଜପାର ର୍ନିବାଚନୀ ସଂକଳ୍ପପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତିକୁ ଗୁରୁତ୍ୱ ଦେଇ ବଜେଟରେ ଅର୍ଥ ବ୍ୟୟବରାଦ ହୋଇଥିବା ଆଶା କରାଯାଉଛି। କୃଷକଙ୍କ ଆୟ ବୃଦ୍ଧି ଏବଂ ମହିଳା ସଶକ୍ତୀକରଣ ଉପରେ ମୋହନ ସରକାର ଗୁରୁତ୍ୱ ଦେଉଥିବାରୁ ଏଥିପାଇଁ ବଜେଟରେ ବିଶେଷ ଧ୍ୟାନ ଦିଆଯାଇଥାଇପାରେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri