ପେରୁରେ ପ୍ରଦର୍ଶନକାରୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ, ୧୨ ମୃତ, ରାଷ୍ଟ୍ରପତିଙ୍କୁ ହଟାଇବାକୁ ହେଉଥିଲା ଦାବି

ଲିମା,୧୦ ।୧: ପେରୁରେ ପ୍ରଦର୍ଶନକାରୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ୧୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ପେରୁରେ ପ୍ରଦର୍ଶନକାରୀ ରାଷ୍ଟ୍ରପତି ଦିନା ବେଲୁଆଟୋଙ୍କୁ ହଟାଇବାକୁ ଦାବି କରୁଛନ୍ତି । ଏହି ବିରୋଧ ପ୍ରଦର୍ଶନ ସମୟରେ ସୋମବାର ପ୍ରଦର୍ଶନକାରୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ ହୋଇଯାଇଥିଲା । ଫଳରେ ୧୨ ଜଣଙ୍କ ମୃତ୍ୟୁ ହୋଇଛି । ଏହି ଘଟଣା ଜୁଲିୟାକା ଏୟାରପୋର୍ଟରେ ହୋଇଥିବା କୁହାଯାଉଛି ।
ମୃତ ୧୨ ଜଣଙ୍କ ମଧ୍ୟରେ ୨ ନାବାଳକ ରହିଛନ୍ତି । ସମାଚାର ଏଜେନ୍ସି ଏଏଫପିର ସୂଚନା ଅନୁଯାୟୀ, ଜଣେ ସ୍ଥାନୀୟ ଅଧିକାରୀ କହିଛନ୍ତି, ଏହି ସଂଘର୍ଷ ଜୁଲିଆକା ସହରର ଦକ୍ଷିଣ-ପୂର୍ବରେ ଥିବା ପୁନୋ ରିଜନରେ ହୋଇଛି । ପ୍ରଦର୍ଶନକାରୀ ଦେଶର ରାଷ୍ଟ୍ରପତି ଦିନା ବୋଲୁଆଟୋଙ୍କୁ ହଟାଇବାକୁ ଦାବି କରୁଥିଲେ । ସୂଚନାଯୋଗ୍ୟ, ୭ ଡିସେମ୍ବର ୨୦୨୨ରେ ପେରୁର ତତ୍କାଳିନ ରାଷ୍ଟ୍ରପତି ପେଡ୍ରୋ କୈଷ୍ଟିଲୋଙ୍କୁ ହଟାଇବା ପରେ ତାଙ୍କୁ ଗିରଫ କରାଯାଇଥିଲା । ଏହାପରେ ହିଁ ବୋଲୁଆଟୋ ଦେଶର ଗାଦି ସମ୍ଭାଳିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?