Posted inଜାତୀୟ

ବିପିଏଲ୍‌ ତାଲିକାରୁ ୧୨ ପ୍ରତିଶତ ମୁକ୍ତି ପାଇଛନ୍ତି…

ରାଞ୍ଚି, ୫।୬ : ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ରାଞ୍ଚିଠାରେ ଆଦିବାସୀ ସମ୍ମିଳନୀକୁ ସମ୍ବୋଧିତ କରି କହିଛନ୍ତି ଯେ ଯେତେବେଳେ ଭାରତରେ ସ୍ବାଧୀନତା ଆନ୍ଦୋଳନ ଆରମ୍ଭ ହୋଇ ନ ଥିଲା, ସେତେବେଳେ ଯଦି କେହି ବ୍ରିଟିଶଙ୍କ ବିରୁଦ୍ଧରେ ସ୍ବର ଉତ୍ତୋଳନ କରିଥିଲେ, ତେବେ ସେମାନେ ହେଉଛନ୍ତି ଆଦିବାସୀ ଭାଇମାନେ। ଆମର ଆଦିବାସୀ ଭାଇମାନେ ଏହି ଯୁଦ୍ଧରେ ପ୍ରଥମେ ୧୭୮୦ ରୁ ୧୮୫୭ ପର୍ଯ୍ୟନ୍ତ ଯୁଦ୍ଧ କରିଥିଲେ।

କେବଳ ଭାଜପା ହିଁ ସେମାନଙ୍କର ଏହି ବଳିଦାନକୁ ସମ୍ମାନ ପ୍ରଦାନ କରିଛି। କିନ୍ତୁ ଆଦିବାସୀଙ୍କ ନାମରେ ଚାଲୁଥିବା ରାଜନୈତିକ ଦଳ ସେମାନଙ୍କୁ ଲୁଟ କରିଛନ୍ତି। ଆଦିବାସୀଙ୍କୁ କିପରି ବିଶ୍ୱାସଘାତକତା କରିଛନ୍ତି ବୋଲି ସେ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି। ଆଦିବାସୀ ଭାଇମାନଙ୍କ ବିଷୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚିନ୍ତା କରିବା ସହିତ ସ୍ବତନ୍ତ ପଦକ୍ଷେପ ଗ୍ରହଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ମୋଦିଙ୍କ ସରକାରରେ ଆଠ ଜଣ ଆଦିବାସୀ ଭାଇ ଅଛନ୍ତି।

ସମ୍ପ୍ରତି ଭାରତରେ ଦାରିଦ୍ର୍ୟ ସୀମା ରେଖା (ବିପିଏଲ୍‌) ୨୨ ପ୍ରତିଶତରୁ ୧୦ ପ୍ରତିଶତକୁ ଖସି ଆସିଛି। ଅର୍ଥାତ୍‌ ୧୨ ପ୍ରତିଶତ ଲୋକ ଦାରିଦ୍ର ସୀମାରୁ ମୁକ୍ତ ହୋଇଛନ୍ତି। ଏହି ୧୨ ପ୍ରତିଶତ ମଧ୍ୟରୁ ବହୁ ସଂଖ୍ୟାରେ ଆମ ଆଦିବାସୀ ଭାଇମାନେ ରହିଛନ୍ତି ବୋଲି ସେ କହିଛନ୍ତି।

ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅନ୍ତର୍ଗତ ସାରା ଦେଶରେ ତିନି କୋଟିରୁ ଅଧିକ ଘର ନିର୍ମାଣ କରାଯାଇଛି। ସେଥିମଧ୍ୟରୁ ୩୯ ଲକ୍ଷ ଘର ଆଦିବାସୀ ଭାଇମାନଙ୍କ ପାଇଁ ଅନୁମୋଦିତ ହୋଇଛି। ଇତିମଧ୍ୟରେ ସେଥିମଧ୍ୟରୁ ୨୯ ଘରର ଲକ୍ଷ କାର୍ଯ୍ୟ ସରିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ୮୦ ତମ ସ୍ବାଧିନତା ଦିବସ: ଜାଣନ୍ତୁ କିଏ କେଉଁଠି କଲେ ପତାକା ଉତ୍ତୋଳନ

ଦିଗପହଣ୍ଡି,୧୫|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରେ ଥିବା ସମସ୍ତ ସ୍କୁଲ,କଲେଜ, ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ମାନଙ୍କରେ ଶନିବାର…

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri