ଜଗିବେ ୧୨ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର,୮।୩(ସୂର୍ଯ୍ୟକାନ୍ତ ବେହେରା): ମହାଶିବରାତ୍ରୀରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଶ୍ରଦ୍ଧାଳୁମାନେ କିପରି ଶାନ୍ତିଶୃଙ୍ଖଳାରେ ଲିଙ୍ଗରାଜ ମହାପ୍ରଭୁଙ୍କୁ ଦର୍ଶନ କରିବେ ସେନେଇ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ପାଇଁ ୧୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଡିସିପି ପ୍ରତୀକ ସିଂହଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ୫ ଜଣ ଅତିରିକ୍ତ ଡିସିପି, ୧୪ ଜଣ ଏସିପି, ୨୧ଜଣ ଇନ୍ସପେକ୍ଟର, ୮୪ ଜଣ ଏସ୍‌ଆଇ/ଏଏସ୍‌ଆଇ, ୪୫ ଜଣ ଏପିଆର୍‌ କନଷ୍ଟେବଳ, ୪୮ ଜଣ ଓଆର୍‌ ପୋଲିସ କର୍ମଚାରୀ, ୯୩ ସେକ୍ସନ ଫୋର୍ସ ସମେତ ୧୧୨ଜଣ ଗୃହରକ୍ଷୀ ବାହିନୀଙ୍କୁ ମୁତୟନ କରାଯାଇଛି। ସେହିପରି ଓଡ୍ରାଫ, ଅଗ୍ନିଶମ ବାହିନୀ ମଧ୍ୟ ଉପସ୍ଥିତ ରହିବେ। ଅସାମାଜିକ ବ୍ୟକ୍ତିଙ୍କ ଉପରେ ନଜର ରଖିବା ପାଇଁ ସମସ୍ତ ଜାଗାରେ ସିସିଟିଭି ଲଗାଯାଇଥିବା ବେଳେ ସାଧା ପୋଷାକଧାରୀ ଅଧିକାରୀମାନେ କଣ୍ଟ୍ରୋଲ ରୁମ୍‌ରେ ସଜାଗ ରହିବେ। ଗୁରୁବାର ପୋଲିସ କମିଶନର ସଞ୍ଜୀବ ପଣ୍ଡା ଏବଂ ଡିସିପି ପ୍ରତୀକ ସିଂ ଘଟଣାସ୍ଥଳକୁ ଯାଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ବିଭିନ୍ନ ସ୍ଥାନରେ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ହୋଇଛି। ବିଏମ୍‌ସି ନିଓ ମାର୍କେଟ କମ୍ପ୍ଲେକ୍ସରେ ପାର୍କିଂ ନଂ-୧ରେ ବସ୍‌, କମ୍ପ୍ଲେକ୍ସର ଉତ୍ତରରେ ଥିବା ୨ନମ୍ବର ପାର୍କିଂରେ କାର ରଖିହେବ। ସେହିଭଳି ଅନନ୍ତ ବାସୁଦେବ ମନ୍ଦିର ପାଖରେ ହୋଇଥିବା ୩ ନମ୍ବର ପାର୍କିଂ ସ୍ଥଳରେ ୩ ଚକିଆ ଯାନ, ସାନିଟୋରିୟମ ଛକରେ ଥିବା ୪ ନମ୍ବର ପାର୍କିଂରେ ସମସ୍ତ ପ୍ରକାର ଯାନ ରଖିବାର ବ୍ୟବସ୍ଥା ହୋଇଛି। ସରକାରୀ ଗାଡ଼ିଗୁଡ଼ିକ ବିଏମ୍‌ସି ହସ୍ପିଟାଲର ଉତ୍ତର ଦିଗ, ପାପଣାସିନି ପୋଖରୀ ଏବଂ ଏସ୍‌ଏମ୍‌ ସ୍କୁଲର ଉତ୍ତର ଦିଗରେ ମଧ୍ୟ ବ୍ୟବସ୍ଥା କରାଯାଇଛି। ଅପରପକ୍ଷେ କେଉଁ ଗାଡ଼ି କେଉଁ ରାସ୍ତା ଦେଇ ଚଳାଚଳ କରିବେ ସେ ନେଇ ମଧ୍ୟ କଟକଣା ଜାର ସହ ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri