୧୨ ଗ୍ରାମ ବିକାଶରେ ରେଳଧାରଣା ବାଧକ

ନନ୍ଦପୁର, ୩୧ା୧୨(ଶଙ୍କର ପୂଜାରୀ)କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାଡୁଆ ପଞ୍ଚାୟତର ୧୨ଟି ଗ୍ରାମ ବିକାଶରେ ରେଳଧାରଣା ବାଧକ ସାଜିଛି। ଏହି ଗ୍ରାମଗୁଡିକ ବିଶାଖାପାଟଣା-କିରାଣ୍ଡୁଲ ରେଳ ଧାରଣା ଆରପଟେ ରହିଛି। ରେଳ ଧାରଣା ଆରପଟକୁ ଭାରିଯାନ ଯାତାୟାତ ନିଷେଧ ଥିବାରୁ ସରକାରଙ୍କ ବିଭିନ୍ନ ଯୋଜନା ଲୋକଙ୍କ ନିକଟରେ ପହଞ୍ଚତ୍ପାରୁନାହିଁ। ଉକ୍ତ ରେଳଧାରଣାର ଦାର୍ଲିପୁଟ ଷ୍ଟେଶନ ନିକଟରେ ଭୂତଳ ସେତୁ ନିର୍ମାଣ ନିମନ୍ତେ ୫ା୨ା୨୦୧୯ରେ ମୁଖ୍ୟମନ୍ତ୍ରୀ ଆଭାସି ମାଧ୍ୟମରେ କୋରାପୁଟ ଜିଲାରେ ୭ଟି ଭୂତଳ ସେତୁର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହି ସମୟରେ ତତ୍କାଳୀନ ପଟ୍ଟାଙ୍ଗି ବିଧାୟକ ପ୍ରଫୁଲ୍ଲ ପାଙ୍ଗୀ ଉପସ୍ଥିତ ଥିଲେ। ମାତ୍ର ଭିତ୍ତିପ୍ରସ୍ତର ସ୍ଥାପନର ୪ବର୍ଷ ବିତିଯାଇଥିବା ସତ୍ତ୍ୱେ ଉକ୍ତ ଜାଗାରେ ଭୂତଳସେତୁ ନିର୍ମାଣର କୌଣସି ପ୍ରକ୍ରିୟା ଏଯାଏ ଆରମ୍ଭ ହୋଇନାହିଁ। ଫଳରେ ରେଳ ଧାରଣା ଆରପଟେ ଥିବା ୧୨ ଗ୍ରାମବାସୀ ସରକାରଙ୍କ କୌଣସି ଯୋଜନାରୁ ଉପକୃତ ହୋଇପାରୁନାହାନ୍ତି। ଫଳରେ ଏନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଛି। ଏହି ଭୂତଳ ସେତୁ ନିର୍ମାଣ ହେଲେ ପାଡୁଆ ପଞ୍ଚାୟତ ହାତୀବାରି ପଞ୍ଚାୟତ ସହ ସଂଯୋଗ ହେବ। ଅନ୍ୟପକ୍ଷରେ ଭୂତଳ ସେତୁ ନିର୍ମାଣ ବଦଳରେ ଏବେ ରେଳ ଧାରଣାର ଆରପଟେ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା କାମ ଆରମ୍ଭ ହୋଇଛି। ରେଳଧାରଣା ଆରପଟକୁ ଭାରିଯାନ ଚଳାଚଳ ନିଷେଧ ଥିବାରୁ ରାସ୍ତା ନିର୍ମାଣରେ ବ୍ୟବହୃତ କୌଣସି ସାମଗ୍ରୀ ନେବା ଆଣିବା କରିବା କଷ୍ଟକର ହେଉଛି। ରାଜ୍ୟ ସରକାର, ରେଳ ବିଭାଗ କର୍ତ୍ତୃପକ୍ଷ ଓ ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେଇ ପଦକ୍ଷେପ ଗ୍ରହଣ କରିବାକୁ ପାଡ଼ୁଆ ପଞ୍ଚାୟତର ଗାଲଗଣ୍ଡା, ଦାର୍ଲିପୁଟ, ପୂଜାରିପୁଟ, ଗୁମିଗୁଡ଼ା, ଗତରଖଣ୍ଡା, ଗୁଞ୍ଜିଗୁଡ଼ା, ବାଲିଘାଟ, ସଦରଆମ୍ବ, ଫୁଲଗୁଡ଼ା, କଟରାଗୁଡା, ଆମ୍ବାପଡ଼ା ଓ ଜୋଗିବାରି ଗ୍ରାମବାସୀ ଦାବି କରିଛନ୍ତି। ଅନ୍ୟପକ୍ଷରେ ବିଶାଖାପାଟଣା କିରାଣ୍ଡୁଲ ରେଳଧାରଣାର ଦୋହରୀକରଣ କାର୍ଯ୍ୟ ଚାଲିଥିବାରୁ ଏବେ ଭୂତଳ ସେତୁ ନିର୍ମାଣକଲେ ରେଳଧାରଣାର କୌଣସି କ୍ଷତି ହେବନାହିଁ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri