ମହୁମାଛି ଆକ୍ରମଣରେ ୧୨ ଛାତ୍ରୀଛାତ୍ର ଅସୁସ୍ଥ

ଆନନ୍ଦପୁର,୨୩ା୧୧(ସ୍ବ.ପ୍ର.): ଘସିପୁରା ବ୍ଲକ ଗଁପୁର ପଞ୍ଚାୟତ ଅଙ୍ଗାରୁଆ ନୋଡାଲ ଉପ୍ରା ବିଦ୍ୟାଳୟର ୧୨ ଛାତ୍ରୀଛାତ୍ର ବୁଧବାର ମହୁମାଛି ଆକ୍ରମଣରେ ଆହତ ହୋଇଛନ୍ତି। ବିଦ୍ୟାଳୟ ପରିସରରେ ରହିଥିବା ଏକ କଦମ୍ବ ଗଛରେ ମାଙ୍କଡ଼ଟିଏ ଡେଇଁବା ସହିତ ଘଟଣାସ୍ଥଳରୁ ପଳାଇଯାଇଥିଲା। ଗଛରେ ଝୁଲିରହିଥିବା ମହୁଫେଣାରୁ ମହୁ ମାଛି ଇତଃସ୍ତତ ଭାବେ ବାହାରକୁ ଆସି କୋମଳମତି ଛାତ୍ରୀଛାତ୍ରଙ୍କୁ ଆକ୍ରମଣ କରିଥିଲେ। ମହୁମାଛି ଆକ୍ରମଣରୁ ବର୍ତ୍ତିବା ପାଇଁ ଛାତ୍ରୀଛାତ୍ର ବିଦ୍ୟାଳୟ ଗୃହ ଭିତରକୁ ପଶିଯାଇଥିଲେ ସୁଦ୍ଧା ସେମାନଙ୍କ ଆକ୍ରମଣରୁ ସହଜରେ ବର୍ତ୍ତି ପାରି ନ ଥିଲେ।ମହୁମାଛି ଆକ୍ରମଣରେ ୧୨ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଆହତମାନଙ୍କୁ ନିକଟସ୍ଥ ସାଇଁକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା। ୧୨ ଜଣଙ୍କ ମଧ୍ୟରୁ ୧୦ ଛାତ୍ରୀଛାତ୍ର ଘରକୁ ସୁସ୍ଥ ହୋଇ ଫେରିଥିବାବେଳେ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଘଟଣାକୁ ନେଇ ବିଦ୍ୟାଳୟର ପ୍ରଧାନଶିକ୍ଷକ ଧନୁର୍ଦ୍ଧର ସାହୁ ଦୁଃଖ ପ୍ରକାଶ କରିବା ସହିତ ଛାତ୍ରୀଛାତ୍ରଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି। ଖବର ଲେଖାହେବା ପର୍ଯ୍ୟନ୍ତ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri