ବିତାଡ଼ିତ ହେଲେ ୧୨ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ, ୧୮ା୧୧:ଗଞ୍ଜାମ ଜିଲା ବ୍ରହ୍ମପୁର ସହରର ଏକ ଖ୍ୟାତିସମ୍ପନ୍ନ ପୁରାତନ ସରକାରୀ ମହାବିଦ୍ୟାଳୟ କ୍ୟାମ୍ପସରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରାଯିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ସମ୍ବେଦନଶୀଳ ଘଟଣାରେ ସମ୍ପୃକ୍ତ ଥିବା ୧୨ ବିଦ୍ୟାର୍ଥୀଙ୍କୁ କଲେଜରୁ ବିଦା କରାଯାଇଛି ବୋଲି ଏସ୍‌ପି ଡା. ଶ୍ରବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ଅନ୍ୟପଟେ ବୁଧବାର ଘଟଣାର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହେବା ପରେ ବଡ଼ବଜାର ଥାନା ପୋଲିସ ୫ଜଣ ଛାତ୍ରଙ୍କୁ ଧରିଥିଲା। ସେମାନଙ୍କ ମଧ୍ୟରେ ୩ ସାବାଳକ ଓ ୨ ନାବାଳକ ରହିଥିଲେ। ହରିଡାଖଣ୍ଡି ଶାନ୍ତିନଗରର ଅଭିଷେକ ନାହାକ (୨୨), ଲକ୍ଷ୍ମୀନୃସିଂହ ସାହି ୧୧ନଂ. ଲେନ୍‌ର ଶ୍ରୀଧର ନାହାକ (୧୯) ଏବଂ ଲକ୍ଷ୍ମୀବିହାର ପ୍ରଥମ ଲେନ୍‌ର ଆଦିତ୍ୟ କୁମାର ସାହୁ (୨୦)ଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ନଂ. ୩୦୮/୨୨ରେ ଏକ ମାମଲା ରୁଜୁ କରାଯାଇଥିବାବେଳେ ଗୁରୁବାର ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅନ୍ୟ ୨ ନାବାଳକ ଛାତ୍ରଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ (ଜେଜେବି)ରେ ହାଜର କରାଯାଇ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି। ରେଶମ ସହରରେ ଘଟିଥିବା ଏହି ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏହାକୁ ଅତି ଗୁରୁତ୍ୱର ସହ ନିଆଯାଇଛି। ଗୁରୁବାର ଏସ୍‌ପି, ବଡ଼ବଜାର ଥାନାଧିକାରୀ ପ୍ରଶାନ୍ତ ଭୂପତି, ଅଧ୍ୟକ୍ଷା ପ୍ରମିଳା ଖାଡଙ୍ଗାଙ୍କୁ ନେଇ କଲେଜରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାମ୍ପସ୍‌କୁ ରାଗିଂ ମୁକ୍ତ କରିବାକୁ ଏକ ଆଣ୍ଟି ରାଗିଂ କମିଟି ଗଠନ କରାଯାଇଛି।
ଅନ୍ୟପଟେ ପୀଡ଼ିତା ଛାତ୍ରୀଙ୍କୁ ବରିଷ୍ଠ ମହିଳା ପୋଲିସ ଅଧିକାରୀମାନେ କାଉନ୍‌ସେଲିଂ କରିଛନ୍ତି। ତାଙ୍କ ସୁରକ୍ଷା ଏବଂ ଶିକ୍ଷା ବ୍ୟବସ୍ଥା ଦାୟିତ୍ୱ ପୋଲିସ ବୁଝିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି। ଏହି ଘଟଣାରେ କେବଳ ୧୨ ଜଣଙ୍କ ସମ୍ପୃକ୍ତି ଅଛି ନା ଅନ୍ୟ କେହି ଏଭଳି କାର୍ଯ୍ୟକୁ ପ୍ରୋତ୍ସାହିତ କରିଥିଲେ, ତାହାର ତନାଘନା କରାଯାଉଛି। ଅନ୍ୟ ଯେଉଁମାନଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବ, ସେମାନଙ୍କୁ ଗିରଫ କରାଯିବ ବୋଲି ଏସ୍‌ପି କହିଛନ୍ତି। ସୂଚନାଯୋଗ୍ୟ, ଅଭିଯୁକ୍ତ ଛାତ୍ର ଅଭିଷେକ ଏବଂ ତାଙ୍କ ସହଯୋଗୀମାନେ ସମ୍ପୃକ୍ତା ଯୁକ୍ତ ୨ ବିଜ୍ଞାନ ବିଭାଗ ଛାତ୍ରୀଙ୍କୁ କଲେଜ ପରିସରରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଅଭିଷେକ ଏକ ପିଭିସି ପାଇପ୍‌ ଧରି ଛାତ୍ରୀଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରୁଥିବାବେଳେ ଅନ୍ୟ ଜଣେ ଛାତ୍ର ଅସଦାଚରଣ କରୁଥିବା ଦୃଶ୍ୟର ଭିଡିଓ ରେକର୍ଡିଂ କରିବାକୁ କହୁଥିଲେ। ସମ୍ପୃକ୍ତ ଛାତ୍ର ଜଣକ ଛାତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ଦୃଶ୍ୟ ଉକ୍ତ ଭିଡିଓରୁ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

ପ୍ରଶାସନିକ ଅବହେଳା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ

ପଟ୍ଟାମୁଣ୍ଡାଇ, ୨୬ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ପଟ୍ଟାମୁଣ୍ଡାଇ ଅଞ୍ଚଳରେ କାର୍ଯ୍ୟରତ ସରକାରୀ କର୍ମଚାରୀ, ଜନପ୍ରତିନିଧିମାନେ ସାମ୍ବିଧାନିକ ବିଧି ବ୍ୟବସ୍ଥାର ନୀତିନିୟମ ଓ ଆଇନକୁ ଉଲ୍ଲଂଘନ...

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri