ବିତାଡ଼ିତ ହେଲେ ୧୨ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ, ୧୮ା୧୧:ଗଞ୍ଜାମ ଜିଲା ବ୍ରହ୍ମପୁର ସହରର ଏକ ଖ୍ୟାତିସମ୍ପନ୍ନ ପୁରାତନ ସରକାରୀ ମହାବିଦ୍ୟାଳୟ କ୍ୟାମ୍ପସରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରାଯିବା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ସମ୍ବେଦନଶୀଳ ଘଟଣାରେ ସମ୍ପୃକ୍ତ ଥିବା ୧୨ ବିଦ୍ୟାର୍ଥୀଙ୍କୁ କଲେଜରୁ ବିଦା କରାଯାଇଛି ବୋଲି ଏସ୍‌ପି ଡା. ଶ୍ରବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ଅନ୍ୟପଟେ ବୁଧବାର ଘଟଣାର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହେବା ପରେ ବଡ଼ବଜାର ଥାନା ପୋଲିସ ୫ଜଣ ଛାତ୍ରଙ୍କୁ ଧରିଥିଲା। ସେମାନଙ୍କ ମଧ୍ୟରେ ୩ ସାବାଳକ ଓ ୨ ନାବାଳକ ରହିଥିଲେ। ହରିଡାଖଣ୍ଡି ଶାନ୍ତିନଗରର ଅଭିଷେକ ନାହାକ (୨୨), ଲକ୍ଷ୍ମୀନୃସିଂହ ସାହି ୧୧ନଂ. ଲେନ୍‌ର ଶ୍ରୀଧର ନାହାକ (୧୯) ଏବଂ ଲକ୍ଷ୍ମୀବିହାର ପ୍ରଥମ ଲେନ୍‌ର ଆଦିତ୍ୟ କୁମାର ସାହୁ (୨୦)ଙ୍କୁ ଗିରଫ କରାଯାଇଛି। ଏ ସଂକ୍ରାନ୍ତରେ ନଂ. ୩୦୮/୨୨ରେ ଏକ ମାମଲା ରୁଜୁ କରାଯାଇଥିବାବେଳେ ଗୁରୁବାର ସମସ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅନ୍ୟ ୨ ନାବାଳକ ଛାତ୍ରଙ୍କୁ ଜୁଭେନାଇଲ ଜଷ୍ଟିସ ବୋର୍ଡ (ଜେଜେବି)ରେ ହାଜର କରାଯାଇ ବାଳସୁଧାର ଗୃହକୁ ପଠାଇ ଦିଆଯାଇଛି। ରେଶମ ସହରରେ ଘଟିଥିବା ଏହି ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ଏହାକୁ ଅତି ଗୁରୁତ୍ୱର ସହ ନିଆଯାଇଛି। ଗୁରୁବାର ଏସ୍‌ପି, ବଡ଼ବଜାର ଥାନାଧିକାରୀ ପ୍ରଶାନ୍ତ ଭୂପତି, ଅଧ୍ୟକ୍ଷା ପ୍ରମିଳା ଖାଡଙ୍ଗାଙ୍କୁ ନେଇ କଲେଜରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। କ୍ୟାମ୍ପସ୍‌କୁ ରାଗିଂ ମୁକ୍ତ କରିବାକୁ ଏକ ଆଣ୍ଟି ରାଗିଂ କମିଟି ଗଠନ କରାଯାଇଛି।
ଅନ୍ୟପଟେ ପୀଡ଼ିତା ଛାତ୍ରୀଙ୍କୁ ବରିଷ୍ଠ ମହିଳା ପୋଲିସ ଅଧିକାରୀମାନେ କାଉନ୍‌ସେଲିଂ କରିଛନ୍ତି। ତାଙ୍କ ସୁରକ୍ଷା ଏବଂ ଶିକ୍ଷା ବ୍ୟବସ୍ଥା ଦାୟିତ୍ୱ ପୋଲିସ ବୁଝିବ ବୋଲି ପ୍ରତିଶ୍ରୁତି ଦିଆଯାଇଛି। ଏହି ଘଟଣାରେ କେବଳ ୧୨ ଜଣଙ୍କ ସମ୍ପୃକ୍ତି ଅଛି ନା ଅନ୍ୟ କେହି ଏଭଳି କାର୍ଯ୍ୟକୁ ପ୍ରୋତ୍ସାହିତ କରିଥିଲେ, ତାହାର ତନାଘନା କରାଯାଉଛି। ଅନ୍ୟ ଯେଉଁମାନଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିବ, ସେମାନଙ୍କୁ ଗିରଫ କରାଯିବ ବୋଲି ଏସ୍‌ପି କହିଛନ୍ତି। ସୂଚନାଯୋଗ୍ୟ, ଅଭିଯୁକ୍ତ ଛାତ୍ର ଅଭିଷେକ ଏବଂ ତାଙ୍କ ସହଯୋଗୀମାନେ ସମ୍ପୃକ୍ତା ଯୁକ୍ତ ୨ ବିଜ୍ଞାନ ବିଭାଗ ଛାତ୍ରୀଙ୍କୁ କଲେଜ ପରିସରରେ ଦୁର୍ବ୍ୟବହାର ପ୍ରଦର୍ଶନ କରିଥିଲେ। ଅଭିଷେକ ଏକ ପିଭିସି ପାଇପ୍‌ ଧରି ଛାତ୍ରୀଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରୁଥିବାବେଳେ ଅନ୍ୟ ଜଣେ ଛାତ୍ର ଅସଦାଚରଣ କରୁଥିବା ଦୃଶ୍ୟର ଭିଡିଓ ରେକର୍ଡିଂ କରିବାକୁ କହୁଥିଲେ। ସମ୍ପୃକ୍ତ ଛାତ୍ର ଜଣକ ଛାତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ଦୃଶ୍ୟ ଉକ୍ତ ଭିଡିଓରୁ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri