୧୨ରୁ ୧୮ ବର୍ଗଙ୍କ ଟିକାକରଣ ଶୀଘ୍ର କରାଯାଉ

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ସୂଚନା ଅନୁଯାୟୀ ମହାମାରୀ କରୋନାର ତୃତୀୟ ଲହର ଆସିବା ଯଥେଷ୍ଟ ଆଶଙ୍କା ରହିଛି। ପିଲାମାନଙ୍କ ଉପରେ ଏହାର ପ୍ରଭାବ ଅଧିକ ରହିବ ବୋଲି ଅନୁମାନ କରାଯାଉଛି। ତେଣୁ ପ୍ରାଥମିକତା ଦେଇ ୧୨ରୁ ୧୮ ବର୍ଷ ବର୍ଗଙ୍କ ପାଇଁ ଟିକାକରଣ ଶୀଘ୍ର କରାଯାଉ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଏକ ଭର୍ଚୁଆଲ ବୈଠକରେ ନବୀନ ଏହି ପ୍ରସ୍ତାବ ଦେଇଛନ୍ତି। ଏହାଦ୍ୱାରା ସ୍କୁଲ, କଲେଜରେ ପାଠାପଢ଼ା ପୁଣି ଆରମ୍ଭ ହୋଇପାରିବ ବୋଲି କୁହାଯାଉଛି। ମୁଖ୍ୟମନ୍ତ୍ରୀ ବୈଠକରେ ଓଡ଼ିଶାରେ ଟିକାକରଣ ପ୍ରସଙ୍ଗ ଉଠାଇଛନ୍ତି। ସେ କହିଛନ୍ତି ଯେ ଟିକାକରଣରେ ଓଡ଼ିଶା ବହୁତ ଭଲ ପ୍ରଦର୍ଶନ କରୁଛି। ଆମର ଟିକା ଅପଚୟ ଦେଶରେ ସର୍ବନିମ୍ନ। ହେଲେ ରାଜ୍ୟକୁ ପର୍ଯ୍ୟାପ୍ତ ଟିକା ମିଳୁ ନ ଥିବାରୁ ଟିକାକରଣ କାର୍ଯ୍ୟ ତ୍ୱରାନ୍ବିତ କରାଯାଇ ପାରୁ ନାହିଁ। କେନ୍ଦ୍ର ସରକାର ରାଜ୍ୟକୁ ଯୋଗାଉଥିବା ଟିକା କୋଟାରୁ ସରକାରୀ ହସ୍ପିଟାଲ ପାଇଁ ୭୫% ଓ ଘରୋଇ ହସ୍ପିଟାଲ ପାଇଁ ୨୫% ହିସାବରେ ପ୍ରଦାନ କରୁଛନ୍ତି। ରାଜ୍ୟରେ ଘରୋଇ ହସ୍ପିଟାଲ ସଂଖ୍ୟା ଅଧିକ ନ ଥିବାରୁ ଓଡ଼ିଶା ୨୫% ଟିକା ସମ୍ପୂର୍ଣ୍ଣ ଉଠାଣ କରିପାରୁ ନାହିଁ। ଫଳରେ ରାଜ୍ୟକୁ କମ୍‌ ଟିକା ଉପଲବ୍ଧ ହେଉଛି। ଟିକା ଯୋଗାଣର ଅନୁପାତ ଯଥାକ୍ରମେ ୯୫:୫ କରିବାକୁ ରାଜ୍ୟ ସରକାର କିଛିଦିନ ତଳେ କେନ୍ଦ୍ରକୁ ଚିଠି ଲେଖିଛନ୍ତି। ଏ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ କୌଣସି ସବୁଜ ସଙ୍କେତ ଦିଆଯାଇନାହିଁ। ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ନବୀନ ବୈଠକରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଆବଶ୍ୟକ ଟିକା ମିଳିଲେ ରାଜ୍ୟରେ ଟିକାକରଣ କାର୍ଯ୍ୟକୁ ଆହୁରି ତ୍ୱରାନ୍ବିତ କରାଯାଇପାରନ୍ତା ବୋଲି ସେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଜଳିଲା କୁଲଡିହା ଅଭୟାରଣ୍ୟ

ନୀଳଗିରି,୧୧।୨: ବାଲେଶ୍ୱର ଜିଲା କୁଲଡିହା ଅଭୟାରଣ୍ୟରେ ବୁଧବାର ନିଆଁ ଲାଗିଛି। ଅଭୟାରଣ୍ୟର ମିରିଗିଡ଼ି ନିକଟ ପାହାଡ଼ ଉପରେ ଏକାଧିକ ସ୍ଥାନରେ ଅଗ୍ନିକାଣ୍ଡ ଘଟିଛି। କେଉଁ ପରିସ୍ଥିତିରେ ନିଆଁ…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri