Posted inଖେଳ

ପ୍ରଥମ ଦିନରେ ୧୨ ଉଇକେଟ ପତନ

ଭୁବନେଶ୍ୱର,୧୧ା୧(ସ୍ପୋଟର୍‌ସ ବ୍ୟୁରୋ): ହିମାଚଳ ପ୍ରଦେଶର ଅଟଳ ବିହାରୀ ବାଜପେୟୀ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଆରମ୍ଭ ହୋଇଛି ଓଡ଼ିଶା ଓ ହିମାଚଳ ପ୍ରଦେଶ ମଧ୍ୟରେ ରଣଜୀ ଟ୍ରଫି ମ୍ୟାଚ୍‌। ପ୍ରଥମ ଦିବସରେ ଦୁଇଟି ଅର୍ଦ୍ଧଶତକ ଦେଖିବାକୁ ମିଳିଥିବା ବେଳେ ୧୨ ଉଇକେଟର ପତନ ଘଟିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଓଡ଼ିଶା ୧୯୧ ରନରେ ଅଲଆଉଟ ହୋଇଥିବା ବେଳେ ଷ୍ଟମ୍ପ ଅପସାରଣ ସୁଦ୍ଧା ହିମାଚଳ ୨ ଉଇକେଟରେ ୯୧ ରନ୍‌ ସଂଗ୍ରହ କରିଛି। ଓଡ଼ିଶା ପକ୍ଷରୁ ଗତ ମ୍ୟାଚର ଦ୍ୱିଶତକ ହାସଲକାରୀ ଶାନ୍ତନୁ ମିଶ୍ର ସର୍ବାଧିକ ୫୨ ରନ୍‌ କରିଥିଲେ। ପ୍ରଥମ ଘଣ୍ଟାରେ କୁହୁଡିଆ ପରିବେଶର ଫାଇଦା ଉଠାଇଥିଲେ ହିମାଚଳ ବୋଲର। ଓଡ଼ିଶା ମାତ୍ର ୪୬ ରନରେ ୩ ଉଇକେଟ ହରାଇଥିଲା। ଶାନ୍ତନୁଙ୍କ ବ୍ୟତୀତ କାର୍ତ୍ତିକ ବିଶ୍ୱାଳ(୨୨), ପ୍ରୟାସ ସିଂ(୩୯), ସୂର୍ଯ୍ୟକାନ୍ତ ପ୍ରଧାନ(୧୬) ଓ ବସନ୍ତ ମହାନ୍ତି(୧୪) କେବଳ ଦୁଇ ଅଙ୍କରେ ପହଞ୍ଚିଥିଲେ। ହିମାଚଳ ପକ୍ଷରୁ ବୈଭବ ଅରୋରା ୫ ଉଇକେଟ ନେଇଥିବା ବେଳେ ରିଷି ଧାଓ୍ବନ ଓ କଓ୍ବଁର ଅଭିନୟ ୨ଟି ଲେଖାଏ ଉଇକେଟ ନେଇଥିଲେ। ଜବାବରେ ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ହିମାଚଳ ୨ ଉଇକେଟରେ ୯୧ ରନ୍‌ କରିଛି। ଓପନର ପ୍ରଶାନ୍ତ ଚୋପ୍ରା ୬୭ ରନରେ ବ୍ୟାଟିଂ କରୁଛନ୍ତି। ଓଡ଼ିଶା ପକ୍ଷରୁ ବସନ୍ତ ମହାନ୍ତି ଓ ସୂର୍ଯ୍ୟକାନ୍ତ ପ୍ରଧାନ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଛନ୍ତି।
ସଂକ୍ଷିପ୍ତ ସ୍କୋର
ଓଡ଼ିଶା ପ୍ରଥମ ଇନିଂସ- ୫୦ ଓଭରରେ ୧୯୧/୧୦ (ଶାନ୍ତନୁ ମିଶ୍ର-୫୨, ପ୍ରୟାସ ସିଂ-୩୯, କାର୍ତ୍ତିକ ବିଶ୍ୱାଳ-୨୨, ବୈଭବ ଅରୋରା-୫/୫୧, ରିଷି ଧାଓ୍ବନ-୨/୪୪, କଓ୍ବଁର ଅଭିନୟ-୨/୩୯)। ହିମାଚଳ ପ୍ରଦେଶ ପ୍ରଥମ ଇନିଂସ- ୩୧ ଓଭରରେ ୯୧/୨ (ପ୍ରଶାନ୍ତ ଚୋପ୍ରା-୬୭*, ରାଘବ ଧାଓ୍ବନ-୨୭, ବସନ୍ତ ମହାନ୍ତି-୧/୨୨, ସୂର୍ଯ୍ୟକାନ୍ତ ପ୍ରଧାନ-୧/୩୨)।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri