୧୨ରେ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବେ ପ୍ରଚଣ୍ଡ

କାଠମାଣ୍ଡୁ,୬ା୭(ପି.ଟି.): ନେପାଳର ମେଣ୍ଟ ସରକାରରୁ ୨ ବଡ଼ ମେଣ୍ଟ ସହଯୋଗୀ ଓହରିଯିବା ପରେ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ ସଙ୍କଟରେ ପଡ଼ିଛନ୍ତି। ଆସନ୍ତା ୧୨ ତାରିଖରେ ସେ ପ୍ରତିନିଧି ସଭାରେ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବେ ବୋଲି ଘୋଷଣା କରିଛନ୍ତି। ଆସ୍ଥା ଭୋଟ ପାଇଁ ବ୍ୟବସ୍ଥା କରିବାକୁ ପ୍ରଚଣ୍ଡ ପାର୍ଲାମେଣ୍ଟ ସଚିବାଳୟକୁ ପତ୍ର ଲେଖି ଜଣାଇଛନ୍ତି। ନେପାଳ ସମ୍ବିଧାନର ଅନୁଚ୍ଛେଦ ୧୦୦(୨) ଅନୁଯାୟୀ ଶାସକ ଦଳରେ ବିଭାଜନ ଘଟିଲେ କିମ୍ବା ମେଣ୍ଟ ସରକାରରୁ କୌଣସି ରାଜନୈତିକ ଦଳ ସମର୍ଥନ ପ୍ରତ୍ୟାହାର କଲେ ପ୍ରଧାନମନ୍ତ୍ରୀଙ୍କୁ ୧୩ ଦିନ ମଧ୍ୟରେ ପ୍ରତିନିଧି ସଭାରେ ଆସ୍ଥା ଭୋଟ ଲୋଡ଼ିବାକୁ ପଡ଼ିଥାଏ। ମେଣ୍ଟ ସରକାରରୁ ସମର୍ଥନ ପ୍ରତ୍ୟାହାର ପାଇଁ ଶେର୍‌ ବାହାଦୁର ଦେଉବାଙ୍କ ନେପାଳୀ କଂଗ୍ରେସ ଏବଂ କେ.ପି. ଶର୍ମା ଓଲିଙ୍କ ସିପିଏନ୍‌-ୟୁଏମ୍‌ଏଲ୍‌ ମଧ୍ୟରେ ସୋମବାର ରାତିରେ ଚୁକ୍ତିନାମା ସ୍ବାକ୍ଷର ହୋଇଥିଲା। ଉଭୟ ଦଳର ୮ ଜଣ ମନ୍ତ୍ରୀଙ୍କ ଇସ୍ତଫା ସତ୍ତ୍ୱେ ପ୍ରଚଣ୍ଡ ଇସ୍ତଫା ନ ଦେଇ ଆସ୍ଥା ଭୋଟର ସମ୍ମୁଖୀନ ହେବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri