Posted inଜାତୀୟ

ରିପୋର୍ଟିଂ କରି ସ୍କୁଲର ସମସ୍ୟା ଦେଖାଇଲେ ୧୨ବର୍ଷୀୟ ଛାତ୍ର: ଭିଡିଓ ଭାଇରାଲ

ରାଞ୍ଚି,୫।୮: ଝାଡ଼ଖଣ୍ଡର ଗୋଡ୍ଡା ଅଞ୍ଚଳରୁ ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ଜଣେ ୧୨ବର୍ଷୀୟ ଛାତ୍ର ସାମ୍ବାଦିକ ହୋଇ ବିଦ୍ୟାଳୟର ସମସ୍ୟାକୁ ସମସ୍ତଙ୍କ ସମ୍ମୁଖକୁ ଆଣିବାକୁ ପ୍ରୟାସ କରିଛନ୍ତି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ ହେଉଛି ଗୋଡ୍ଡା ସ୍ଥିତ ମହାଗାମାର ଭିଖିଆଚକ ପ୍ରାଥମିକ ବିଦ୍ୟାଳୟର। ସୂଚନାଯୋଗ୍ୟ, ଉକ୍ତ ସ୍କୁଲରେ ପଢ଼ୁଥିବା ୧୨ବର୍ଷୀୟ ଛାତ୍ର ଶରଫରାଜ ତାଙ୍କ ହାତରେ ଏକ ପ୍ଲାଷ୍ଟିକ ବୋତଲରେ ତିଆରି ହୋଇଥିବା ମାଇକ୍‌ ଧରି ରିପୋର୍ଟିଂ କରୁଥିବାର ନଜର ଆସିଛନ୍ତି। ଉକ୍ତ ଭିଡିଓରେ ସେ ଗାଁର ନବୀକରଣ ହୋଇଥିବା ପ୍ରାଥମିକ ବିଦ୍ୟାଳୟର ଅବସ୍ଥା ଦେଖାଇଛନ୍ତି। ବର୍ତ୍ତମାନ ସ୍କୁଲର ଶିକ୍ଷକମାନେ ବିଦ୍ୟାଳୟରେ ଅନୁପସ୍ଥିତ ଅଛନ୍ତି। ଦେଖନ୍ତୁ କିଭଳି ସ୍କୁଲ ପରିସରରେ ବଡ଼ ବଡ଼ ଗଛ ହୋଇଯିବା ସହ ଘାସବୁଦାମାନ ହୋଇଯାଇଛି। ଉକ୍ତ ସ୍କୁଲରେ ପାନୀୟ ଜଳ କିମ୍ବା ସ୍ବଚ୍ଛ ଶୌଚାଳୟର ବ୍ୟବସ୍ଥା ନାହିଁ। ଏତଦ୍‌ବ୍ୟତୀତ ପିଲାମାନଙ୍କର ଶ୍ରେଣୀଗୃହରେ ଗୋଖାଦ୍ୟ ରଖାଯାଇଛି। ଏଥିସହ ନିଜ ସହଯୋଗୀଙ୍କୁ ଠାରୁ ସେ ସ୍କୁଲ ସମସ୍ୟା ଉପରେ ପ୍ରତିକ୍ରିୟା ନେଉଥିବାର ଦୃଶ୍ୟ ମଧ୍ୟ ସାମ୍ନାକୁ ଆସିଛି। ଏହି ଭିଡିଓ ଏବେ ବେଶ୍‌ ଭାଇରାଲ ହୋଇଥିବା ବେଳେ ଏହାକୁ ଦେଖି ସ୍କୁଲର ଶିକ୍ଷକମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥିସହ ଶରଫରାଜଙ୍କ ଘରକୁ ଯାଇ ତାଙ୍କ ବିରୋଧରେ ଅଭିଯୋଗ କରିଥିବା ଜଣାପଡ଼ିଛି।

https://twitter.com/MaazAkhter800/status/1555088406757011456?ref_src=twsrc%5Etfw%7Ctwcamp%5Etweetembed%7Ctwterm%5E1555088406757011456%7Ctwgr%5Ebe7bdc7a954652bd6ef3588061cf1aa4ca671d4a%7Ctwcon%5Es1_&ref_url=https%3A%2F%2Fwww.abplive.com%2Fstates%2Fjharkhand%2Fjharkhand-12-year-old-boy-exposed-government-school-by-reporting-video-went-viral-2185070

 

 


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri