Posted inଫୁରସତ

୧୨ ବର୍ଷୀୟ ମିନି ହଲ୍କ

ବ୍ରାସିଲିଆ: ଅନେକ ବଡିବିଲ୍ଡର ଅଛନ୍ତି, ଯେଉଁମାନେ କି ବହୁ ସମୟ ଜିମ୍‌ରେ ଅତିବାହିତ କରନ୍ତି। ସେମାନଙ୍କୁ ବଡି କରିବାକୁ କିଛି ବର୍ଷ ସମୟ ଲାଗିଥାଏ। ହେଲେ ଜଣେ ବାଳକ ୧୨ ବର୍ଷ ବୟସରେ ବଡି ତିଆରିକରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ଏଥିପାଇଁ ତାଙ୍କୁ ମିନି ହଲ୍କ ମଧ୍ୟ କୁହାଯାଉଛି। ବ୍ରାଜିଲ ବାସିନ୍ଦା କଉଜିନ୍‌ହୋ ନେଟୋ ତାଙ୍କର ଏପରି ବଡି ପାଇଁ ପ୍ରତିଦିନ ବହୁ ପରିଶ୍ରମ କରନ୍ତି। ସେ ପ୍ରତ୍ୟୁଷ ୫ଟା ୩୦ରୁ ଉଠି ୮ କିମି ଦୌଡ଼ିଥା’ନ୍ତି। ପରେ ସେ ସ୍କୁଲ ଯିବା ପାଇଁ ପ୍ରସ୍ତୁତ ହୁଅନ୍ତି। ସ୍କୁଲରୁ ଆସି ପାଠପଢ଼ା ଶେଷ କରିଥା’ନ୍ତି। ପରେ ୯ଟାରେ ଶୋଇବା ପୂର୍ବରୁ ୨ରୁ ସାଢ଼େ ୨ ଘଣ୍ଟା ଦିନର ୨ୟ ଥର ପାଇଁ ୱେଟ୍‌ ଟ୍ରେନିଂ ସେସନ କରନ୍ତି। ତାଙ୍କ ଓଜନ ୩୭ କିଲୋ ହୋଇଥିବାବେଳେ ସେ ବର୍ତ୍ତମାନ ୯୧ କିଲୋରୁ ଅଧିକ ଓଜନର ଡେଡଲିଫ୍ଟ କରିପାରୁଛନ୍ତି। ତାଙ୍କ ବାପା କାରଲୋସ୍‌ ପିଟାଙ୍ଗା ଫିଲ୍‌ହୋଙ୍କ କହିବା ମୁତାବକ, ନେଟୋ ୨୦୨୧ରୁ ଜିମ୍‌ ଯିବା ଆରମ୍ଭ କରିଛନ୍ତି। ଯେଉଁମାନେ ଲମ୍ବା ସମୟ ପର୍ଯ୍ୟନ୍ତ ପରେ ମଧ୍ୟ ଯେଉଁ କାର୍ଯ୍ୟ କରିପାରନ୍ତିନି ନେଟୋ ତାହା ଜିମ୍‌ ଆରମ୍ଭରୁ କରିପାରୁଥିଲେ। ସେ ସାଲ୍‌ଭାଡୋର୍‌ରେ ଆମାଟିଉର୍‌ ଏଲ୍‌ପିଓ ୱେଟ୍‌ଲିପ୍ଟିଂ ଚାମ୍ପିୟନଶିପ୍‌ରେ ଭାଗ ନେଇ ତୃତୀୟ ସ୍ଥାନ ଅଧିକାର କରିଥିଲେ। ତାଙ୍କର ଏକ ଟ୍ରେନିଂ ଟିମ୍‌ ରହିଛି। ସେଥିରେ ଜଣେ କୋଚ୍‌, ଡାକ୍ତର, ଫିଜିଓଥେରାପିଷ୍ଟ, ନ୍ୟୁଟ୍ରିଶନିଷ୍ଟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri