ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର ପକ୍ଷରୁ ଏତଲା ଦିଆଯାଇଛି। ଏତଲାକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ ସହିତ ଜଣେ ଲୋକଙ୍କୁ ଅଟକ ରଖି ପଚରାଉଚରା କରୁଛି। ପୀଡିତାଙ୍କୁ ବରଗଡ ଶିଶୁ ମଙ୍ଗଳ ସମିତି ମଧ୍ୟ ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ। ପୀଡିତାଙ୍କ ଡାକ୍ତରୀ ମାଇନା କରାଯାଇଛି।  ଘଟଣାଟି ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି।

Dharitri – Odisha’s No.1 Odia Daily

Share