Posted inଫୁରସତ

କ୍ୟାଶ୍‌ କାଉଣ୍ଟରରୁ ୧୦ ଲକ୍ଷ ଟଙ୍କା ନେଇ ଦୌଡ଼ିଲେ ୧୨ ବର୍ଷର ବାଳକ, ଆଉ ତା ପରେ…

ମଧ୍ୟପ୍ରଦେଶର ନୀମଚ ଜିଲାରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଏଠାରେ ଥିବା ଜିଲା ସମବାୟ କେନ୍ଦ୍ରୀୟ ବ୍ୟାଙ୍କର ଏକ ଶାଖାରେ ଦିନ ଦ୍ୱିପ୍ରହରେ ୧୦ ଲକ୍ଷ ଟଙ୍କା ଚୋରି ହୋଇଛି। ଏହାକୁ କରିଛନ୍ତି ୧୨ ବର୍ଷର ଜଣେ ବାଳକ।

ମଙ୍ଗଳବାର ଅପରାହ୍ନରେ ଉକ୍ତ ବାଳକ ବ୍ୟାଙ୍କ ଭିତରକୁ ଆସି କ୍ୟାଶ୍‌ କାଉଣ୍ଟରରେ ରଖାଯାଇଥିବା ଟଙ୍କା ବଣ୍ଡଲରୁ ୫୦୦ ଟଙ୍କାର ଦୁଇଟି ଚୋରାଇ ନେଇଥିଲେ। ସେଥିରେ ୧୦ ଲକ୍ଷ ଟଙ୍କା ଥିଲା। ପୁରା ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଥିଲା।

ବ୍ୟାଙ୍କ ମ୍ୟାନେଜର ଲକ୍ଷ୍ମୀନାରାୟଣ ମୀନା ଏହି ଘଟଣା ବିଷୟରେ ଜାଣିବା ମାତ୍ରେ ସେ ତୁରନ୍ତ ସୂଚନା ଦେଇଥିଲେ। ଏହାପରେ ପୋଲିସ ସିସିଟିଭି ଫୁଟେଜ୍‌ ଯାଞ୍ଚ କରିବା ପରେ ଚକିତ ହୋଇଯାଇଥିଲା।

ଉକ୍ତ ବାଳକ ଜଣଙ୍କ ଜଣଙ୍କ ସହ ବ୍ୟାଙ୍କକୁ ଆସିଥିଲା। ସାବଧାନତାର ସହ କ୍ୟାଶ କାଉଣ୍ଟର ପଛକୁ ଯିବା ପରେ ସେଠାରୁ ୧୦ ଲକ୍ଷ ଟଙ୍କା ଚୋରି କରି ଫେରାର ହୋଇଯାଇଥିଲା। ମାତ୍ର ୧୦ ସେକେଣ୍ଡ ମଧ୍ୟରେ ସେ ଏଭଳି କରିଥିବା ଜଣାପଡ଼ିଛି।
ଘଟଣା ସମୟରେ ବ୍ୟାଙ୍କରେ ଅଧିକ ଭିଡ ଥିବାରୁ କୌଣସି କର୍ମଚାରୀ ଏ ବିଷୟରେ ଜାଣି ପାରି ନ ଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଯାଞ୍ଚ କରିଥିଲେ। ଫୁଟେଜ୍‌ ଆଧାରରେ ନାବାଳକଙ୍କୁ ଚିହ୍ନଟ କରାଯିବା ପରେ ଜିଲାର ସୀମାକୁ ସିଲ୍‌ କରାଯାଇଥିଲା। ଏବେ ବି ତାଙ୍କୁ ପୋଲିସ ଖୋଜୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri