Posted inଫୁରସତ

କ୍ୟାଶ୍‌ କାଉଣ୍ଟରରୁ ୧୦ ଲକ୍ଷ ଟଙ୍କା ନେଇ ଦୌଡ଼ିଲେ ୧୨ ବର୍ଷର ବାଳକ, ଆଉ ତା ପରେ…

ମଧ୍ୟପ୍ରଦେଶର ନୀମଚ ଜିଲାରେ ଏକ ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି। ଏଠାରେ ଥିବା ଜିଲା ସମବାୟ କେନ୍ଦ୍ରୀୟ ବ୍ୟାଙ୍କର ଏକ ଶାଖାରେ ଦିନ ଦ୍ୱିପ୍ରହରେ ୧୦ ଲକ୍ଷ ଟଙ୍କା ଚୋରି ହୋଇଛି। ଏହାକୁ କରିଛନ୍ତି ୧୨ ବର୍ଷର ଜଣେ ବାଳକ।

ମଙ୍ଗଳବାର ଅପରାହ୍ନରେ ଉକ୍ତ ବାଳକ ବ୍ୟାଙ୍କ ଭିତରକୁ ଆସି କ୍ୟାଶ୍‌ କାଉଣ୍ଟରରେ ରଖାଯାଇଥିବା ଟଙ୍କା ବଣ୍ଡଲରୁ ୫୦୦ ଟଙ୍କାର ଦୁଇଟି ଚୋରାଇ ନେଇଥିଲେ। ସେଥିରେ ୧୦ ଲକ୍ଷ ଟଙ୍କା ଥିଲା। ପୁରା ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଥିଲା।

ବ୍ୟାଙ୍କ ମ୍ୟାନେଜର ଲକ୍ଷ୍ମୀନାରାୟଣ ମୀନା ଏହି ଘଟଣା ବିଷୟରେ ଜାଣିବା ମାତ୍ରେ ସେ ତୁରନ୍ତ ସୂଚନା ଦେଇଥିଲେ। ଏହାପରେ ପୋଲିସ ସିସିଟିଭି ଫୁଟେଜ୍‌ ଯାଞ୍ଚ କରିବା ପରେ ଚକିତ ହୋଇଯାଇଥିଲା।

ଉକ୍ତ ବାଳକ ଜଣଙ୍କ ଜଣଙ୍କ ସହ ବ୍ୟାଙ୍କକୁ ଆସିଥିଲା। ସାବଧାନତାର ସହ କ୍ୟାଶ କାଉଣ୍ଟର ପଛକୁ ଯିବା ପରେ ସେଠାରୁ ୧୦ ଲକ୍ଷ ଟଙ୍କା ଚୋରି କରି ଫେରାର ହୋଇଯାଇଥିଲା। ମାତ୍ର ୧୦ ସେକେଣ୍ଡ ମଧ୍ୟରେ ସେ ଏଭଳି କରିଥିବା ଜଣାପଡ଼ିଛି।
ଘଟଣା ସମୟରେ ବ୍ୟାଙ୍କରେ ଅଧିକ ଭିଡ ଥିବାରୁ କୌଣସି କର୍ମଚାରୀ ଏ ବିଷୟରେ ଜାଣି ପାରି ନ ଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଯାଞ୍ଚ କରିଥିଲେ। ଫୁଟେଜ୍‌ ଆଧାରରେ ନାବାଳକଙ୍କୁ ଚିହ୍ନଟ କରାଯିବା ପରେ ଜିଲାର ସୀମାକୁ ସିଲ୍‌ କରାଯାଇଥିଲା। ଏବେ ବି ତାଙ୍କୁ ପୋଲିସ ଖୋଜୁଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା

ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ…

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri