କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର
କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ ଅବସରରେ ଜି ଉଦୟଗିରି ନିର୍ବାଚନମଣ୍ଡଳୀ ଭାଜପା ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କନ୍ଧମାଳ ଏମପି ସୁକାନ୍ତ କୁମାର ପାଣିଗ୍ରାହୀ ଏବଂ ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ ଯୋଗ ଦେଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ସଫଳତା ଏବଂ ଲକ୍ଷ୍ୟ ବିଷୟରେ ପ୍ରକାଶ କରିଥିଲେ । ଏହି ଅବସରରେ ରାଇକିଆ ବ୍ଲକର ବୁଦ୍ଧିଜୀବୀମାନଙ୍କ ତରଫରୁ ଅଞ୍ଚଳର ବିଭିନ୍ନ ଆବଶ୍ୟକ ଓ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବା ସହ ଏହାର ସମାଧାନ ଦିଗରେ ତ୍ୱରିତ ପଦକ୍ଷେପ ନେବା ପାଇଁ ଦୃଷ୍ଟି ଆକର୍ଷଣ କରିଥିଲେ। କାର୍ଯ୍ୟକ୍ରମରେ କନ୍ଧମାଳ ଜିଲା ସ୍ବତନ୍ତ୍ର ବିକାଶ ପରିଷଦ ଅଧ୍ୟକ୍ଷ ମାନ ଗୋବିନ୍ଦ ପ୍ରଧାନ, ବ୍ଲକ ଅଧ୍ୟକ୍ଷା ରୀନା ପ୍ରଧାନ, ରାଇକିଆ ନାଗରିକ ମଞ୍ଚ ସଭାପତି ଦୁର୍ଯୋଧନ ଲେଙ୍କା ପ୍ରମୂଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମର ସଂଯୋଜକ ଅଜିତ୍‌ ପଟ୍ଟନାୟକ ,ଜିଲା ଭାଜପା ସମ୍ପାଦକ ସୁକାନ୍ତ କୁମାର ସାହୁ, ଓବିସି ମୋର୍ଚ୍ଚା ସଭାପତି ସନ୍ତୋଷ କୁମାର ଲେଙ୍କା ପରିଚାଳନା କରିଥିଲେ ।

Odisha’s No.1 Odia Daily

Share