Posted inଜାତୀୟ

କଶ୍ମୀରରେ ଅନୁପ୍ରବେଶ ଅପେକ୍ଷାରେ ୧୨୦ ଆତଙ୍କବାଦୀ

ଶ୍ରୀନଗର,୨।୧୨: ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଅତିକ୍ରମ କରି କଶ୍ମୀରରେ ଅନୁପ୍ରବେଶ କରିବାକୁ ସୀମା ସେପାଖ ଲଞ୍ଚ୍‌ପ୍ୟାଡ୍‌ଗୁଡ଼ିକରେ ୧୦୦ରୁ ୧୨୦ ଆତଙ୍କବାଦୀ ଅପେକ୍ଷାରେ ରହିଥିବା ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ର ଜଣେ ବରିଷ୍ଠ ଅଧିକାରୀ ସୋମବାର କହିଛନ୍ତି। ଏଲ୍‌ଓସିର ପାକିସ୍ତାନ ପାର୍ଶ୍ୱରେ ଆତଙ୍କବାଦୀମାନଙ୍କର ୬୯ଟି ଲଞ୍ଚତ୍ଙ୍ଗ୍‌ ପ୍ୟାଡ୍‌ ସକ୍ରିୟ ରହିଛି। ବିଏସ୍‌ଏଫ୍‌ର କଶ୍ମୀର ଫ୍ରଣ୍ଟିୟର ଆଇଜି ଅଶୋକ ଯାଦବ ଗଣମାଧ୍ୟମକୁ କହିଛନ୍ତି, ବିଏସ୍‌ଏଫ୍‌ ଏଲ୍‌ଓସିରେ ସତର୍କ ରହିବା ସହ ଚଳିତ ବର୍ଷ ୪ଟି ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛି। ସୁରକ୍ଷା ବଳ ଗୁଳିରେ ୮ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସେନା, ଜମ୍ମୁ-କଶ୍ମୀର ପୋଲିସ ଏବଂ ସିଆର୍‌ପିଏଫ୍‌ ଯବାନଙ୍କ ସହ ଏଲ୍‌ଓସିରେ ୨୨ଟି ମିଳିତ ଅଭିଯାନ କରାଯାଇଛି। ଉତ୍ତର କଶ୍ମୀରରେ କେତେଜଣ ଆତଙ୍କବାଦୀ ନିପାତ ହେବା ସହ ସେମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଜବତ କରାଯାଇଛି। ଜବତ ଅସ୍ତ୍ର ମଧ୍ୟରେ ଏକେ-୪୭ ରାଇଫଲ, ଏମ୍‌ପି-୫ ରାଇଫଲ, ପିସ୍ତଲ, ହ୍ୟାଣ୍ଡ ଗ୍ରେନେଡ୍‌, ୟୁବିଜିଏଲ୍‌, ୟୁବିଜିଏଲ୍‌ ଗ୍ରେନେଡ୍‌, ଚାଇନା ଗ୍ରେନେଡ୍‌ ଆଦି ରହିଛି। ଆତଙ୍କବାଦୀଙ୍କ ବିଭିନ୍ନ ପ୍ରଶିକ୍ଷଣ କ୍ୟାମ୍ପ୍‌ ଉପରେ ଗୋଇନ୍ଦା ବିଭାଗ ପୂରା ନଜର ରଖିଥିବା ଯାଦବ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

ବ୍ରିଜ୍‌ ତଳ ନାଳରୁ ମିଳିଲା ୨ ବର୍ଷ ଶିଶୁପୁତ୍ରର ମୃତଦେହ: କୁକୁର ସହିତ ଖେଳୁଖେଳୁ…

ପରଜଙ୍ଗ,୩୧।୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗାଁ ଓଭରବ୍ରିଜ୍‌ ତଳ ନାଳରୁ ଜଣେ ୨ ବର୍ଷ ଶିଶୁ ପୁତ୍ରର ମୃତଦେହ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri