Posted inଜାତୀୟ

କଶ୍ମୀରରେ ଅନୁପ୍ରବେଶ ଅପେକ୍ଷାରେ ୧୨୦ ଆତଙ୍କବାଦୀ

ଶ୍ରୀନଗର,୨।୧୨: ନିୟନ୍ତ୍ରଣ ରେଖା (ଏଲ୍‌ଓସି) ଅତିକ୍ରମ କରି କଶ୍ମୀରରେ ଅନୁପ୍ରବେଶ କରିବାକୁ ସୀମା ସେପାଖ ଲଞ୍ଚ୍‌ପ୍ୟାଡ୍‌ଗୁଡ଼ିକରେ ୧୦୦ରୁ ୧୨୦ ଆତଙ୍କବାଦୀ ଅପେକ୍ଷାରେ ରହିଥିବା ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ର ଜଣେ ବରିଷ୍ଠ ଅଧିକାରୀ ସୋମବାର କହିଛନ୍ତି। ଏଲ୍‌ଓସିର ପାକିସ୍ତାନ ପାର୍ଶ୍ୱରେ ଆତଙ୍କବାଦୀମାନଙ୍କର ୬୯ଟି ଲଞ୍ଚତ୍ଙ୍ଗ୍‌ ପ୍ୟାଡ୍‌ ସକ୍ରିୟ ରହିଛି। ବିଏସ୍‌ଏଫ୍‌ର କଶ୍ମୀର ଫ୍ରଣ୍ଟିୟର ଆଇଜି ଅଶୋକ ଯାଦବ ଗଣମାଧ୍ୟମକୁ କହିଛନ୍ତି, ବିଏସ୍‌ଏଫ୍‌ ଏଲ୍‌ଓସିରେ ସତର୍କ ରହିବା ସହ ଚଳିତ ବର୍ଷ ୪ଟି ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛି। ସୁରକ୍ଷା ବଳ ଗୁଳିରେ ୮ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ସେନା, ଜମ୍ମୁ-କଶ୍ମୀର ପୋଲିସ ଏବଂ ସିଆର୍‌ପିଏଫ୍‌ ଯବାନଙ୍କ ସହ ଏଲ୍‌ଓସିରେ ୨୨ଟି ମିଳିତ ଅଭିଯାନ କରାଯାଇଛି। ଉତ୍ତର କଶ୍ମୀରରେ କେତେଜଣ ଆତଙ୍କବାଦୀ ନିପାତ ହେବା ସହ ସେମାନଙ୍କଠାରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ଗୁଳିଗୋଳା ଜବତ କରାଯାଇଛି। ଜବତ ଅସ୍ତ୍ର ମଧ୍ୟରେ ଏକେ-୪୭ ରାଇଫଲ, ଏମ୍‌ପି-୫ ରାଇଫଲ, ପିସ୍ତଲ, ହ୍ୟାଣ୍ଡ ଗ୍ରେନେଡ୍‌, ୟୁବିଜିଏଲ୍‌, ୟୁବିଜିଏଲ୍‌ ଗ୍ରେନେଡ୍‌, ଚାଇନା ଗ୍ରେନେଡ୍‌ ଆଦି ରହିଛି। ଆତଙ୍କବାଦୀଙ୍କ ବିଭିନ୍ନ ପ୍ରଶିକ୍ଷଣ କ୍ୟାମ୍ପ୍‌ ଉପରେ ଗୋଇନ୍ଦା ବିଭାଗ ପୂରା ନଜର ରଖିଥିବା ଯାଦବ କହିଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

ପଥରରେ ଛେଚି ଯୁବକଙ୍କୁ ହତ୍ୟା !: ନିର୍ମାଣାଧୀନ ଆବାସ ଘରୁ ରକ୍ତାକ୍ତ ମୃତଦେହ

ରାଇରଙ୍ଗପୁର,୧୧।୮: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଞ୍ଚଳର ବାଢୁଣିଆ ଗାଁରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହଜନକ ଘଟଣା ସାମ୍ନାକୁ ଆସିଛି। ଗାଁର ଏକ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ଚିଲିକା ମଝିରେ ଆକ୍ରମଣ, ଜଣେ ମୃତ, ଜଣେ ଗୁରୁତର

କୃଷ୍ଣପ୍ରସାଦ,୧୨।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାମଲଙ୍କା ପଞ୍ଚାୟତ କୁମାରପୁର ଚିଲିକାରେ ମାଛ ଧରିବା ବେଳେ ଏକ ଅଘଟଣ ଘଟିଛି। କୁମାରପୁର ଗ୍ରାମର ଚିନ୍ମୟ…

ସ୍ବାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ଜୋରଦାର

ରାଇକିଆ,୧୧।୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆରେ ଜାତୀୟ ଦିବସ ଆୟୋଜକ କମିଟି ପକ୍ଷରୁ ପାଳନ ହେବାକୁ ଥିବା ବ୍ଲକସ୍ତରୀୟ ସ୍ବାଧୀନତା ଦିବସକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ…

ପାଖରେ ଶୋଇଥିଲା ମୃତ୍ୟୁ: କେଇ ମିନିଟରେ…

ନୀଳଗିରି, ୧୧।୮ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ କୁଳିଗଡ଼ି ଗ୍ରାମରେ ଏକ ଘର ଭିତରୁ ପ୍ରାୟ ୧୦ ଫୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri