୧୨୦୦ ଆଶାୟୀଙ୍କୁ ନିଯୁକ୍ତି ସୁଯୋଗ

କାମାକ୍ଷାନଗର, ୭।୧୧(ଡି.ଏନ୍‌.ଏ.):ଢେଙ୍କାନାଳ ଜିଲା କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମ୍‌ ପରିସରରେ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଆନୁକୂଲ୍ୟରେ ରବିବାର କୌଶଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ବିଭାଗୀୟ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ, ଏହି କାର୍ଯ୍ୟକ୍ରମରେ ୭୩ଟି କମ୍ପାନୀ ଯୋଗଦେଇଛନ୍ତି। ପ୍ରାୟ ୧୨୦୦ ଆଶାୟୀଙ୍କୁ ସେମାନେ ନିଯୁକ୍ତି ସୁଯୋଗ ଦେଇଛନ୍ତି। କାମାକ୍ଷାନଗରକୁ ଭାରତର ଅଗ୍ରଣୀ ଅଞ୍ଚଳ ଭାବେ ଗଢ଼ିବା ପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
ଢେଙ୍କାନାଳ ଜିଲାର ଉନ୍ନତି ପାଇଁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ସୁକିନ୍ଦା-ଅନୁଗୋଳ ରେଳପଥ, ଢେଙ୍କାନାଳ-କେନ୍ଦୁଝର ଜାତୀୟ ରାଜପଥ, ବ୍ରାହ୍ମଣୀ ନଦୀରେ ତାଳଚେରଠାରୁ ପାରାଦ୍ୱୀପ ଓ ଧାମରା ବନ୍ଦର ପର୍ଯ୍ୟନ୍ତ ଜଳପଥ, ବୀରାଶାଳ ସରକାରୀ ବିମାନ ପ୍ରଶିକ୍ଷଣ କେନ୍ଦ୍ରର ଉନ୍ନତୀକରଣ ଲାଗି ଯୋଜନା କରାଯାଇଛି। ଜଳପଥ, ସ୍ଥଳପଥ, ରେଳପଥ, ଆକାଶପଥରେ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ଅଗ୍ରାଧିକାର ଦିଆଯାଉଛି। ଏହା ହେଲେ ଅଞ୍ଚଳରେ ନିଯୁକ୍ତି ସୁଯୋଗ ବଢ଼ିବ। ଏଥିରେ ରାଜ୍ୟ ସରକାର ସହଯୋଗ କରିବାକୁ ଧର୍ମେନ୍ଦ୍ର ଆହ୍ବାନ କରିଛନ୍ତି। ଏହି ଅବସରରେ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଅତିଥି ଭାବେ ଉପସ୍ଥିତ ଯୁବ ଉଦ୍ୟୋଗପତି ଅମରେନ୍ଦ୍ର ସାହୁଙ୍କ ଉଦାହରଣ ଦେଇଥିଲେ। ସୁଯୋଗ ମିଳିଲେ ଓଡ଼ିଆ ପିଲା ଚନ୍ଦ୍ରରେ ପହଞ୍ଚତ୍ପାରିବେ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ।
ଅନ୍ୟତମ ଅତିଥି ଭାବେ ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ କାମାକ୍ଷାନଗରରେ ଦକ୍ଷତା ବିକାଶ କେନ୍ଦ୍ର ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ରାଜନୀତିରୁ ଊର୍ଦ୍ଧ୍ୱରେ ରହି ମାଟିର ଉନ୍ନତି ପାଇଁ ଆଗେଇ ଆସିବାକୁ ମନ୍ତ୍ରୀ ମଲ୍ଲିକ ଆହ୍ବାନ ଦେଇଛନ୍ତି। ଅନ୍ୟତମ ଅତିଥି ଭାବେ ଏମ୍‌ପି ମହେଶ ସାହୁ ଯୋଗଦେଇ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି କମ୍ପାନୀଗୁଡ଼ିକୁ ପରାମର୍ଶ ଦେଇଥିଲେ। ଜାତୀୟ ଦକ୍ଷତା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ବେଦମଣି ତିୱାରୀ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ କାର୍ଯ୍ୟନିର୍ବାହୀ ଉପସଭାପତି ଡ. ମନୀଷ ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri