୧୨୦୦ ଆଶାୟୀଙ୍କୁ ନିଯୁକ୍ତି ସୁଯୋଗ

କାମାକ୍ଷାନଗର, ୭।୧୧(ଡି.ଏନ୍‌.ଏ.):ଢେଙ୍କାନାଳ ଜିଲା କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମ୍‌ ପରିସରରେ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଆନୁକୂଲ୍ୟରେ ରବିବାର କୌଶଳ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ବିଭାଗୀୟ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଲେ, ଏହି କାର୍ଯ୍ୟକ୍ରମରେ ୭୩ଟି କମ୍ପାନୀ ଯୋଗଦେଇଛନ୍ତି। ପ୍ରାୟ ୧୨୦୦ ଆଶାୟୀଙ୍କୁ ସେମାନେ ନିଯୁକ୍ତି ସୁଯୋଗ ଦେଇଛନ୍ତି। କାମାକ୍ଷାନଗରକୁ ଭାରତର ଅଗ୍ରଣୀ ଅଞ୍ଚଳ ଭାବେ ଗଢ଼ିବା ପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
ଢେଙ୍କାନାଳ ଜିଲାର ଉନ୍ନତି ପାଇଁ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଛନ୍ତି। ସୁକିନ୍ଦା-ଅନୁଗୋଳ ରେଳପଥ, ଢେଙ୍କାନାଳ-କେନ୍ଦୁଝର ଜାତୀୟ ରାଜପଥ, ବ୍ରାହ୍ମଣୀ ନଦୀରେ ତାଳଚେରଠାରୁ ପାରାଦ୍ୱୀପ ଓ ଧାମରା ବନ୍ଦର ପର୍ଯ୍ୟନ୍ତ ଜଳପଥ, ବୀରାଶାଳ ସରକାରୀ ବିମାନ ପ୍ରଶିକ୍ଷଣ କେନ୍ଦ୍ରର ଉନ୍ନତୀକରଣ ଲାଗି ଯୋଜନା କରାଯାଇଛି। ଜଳପଥ, ସ୍ଥଳପଥ, ରେଳପଥ, ଆକାଶପଥରେ ଗମନାଗମନ ବ୍ୟବସ୍ଥାକୁ ସୁଦୃଢ଼ କରିବାକୁ ଅଗ୍ରାଧିକାର ଦିଆଯାଉଛି। ଏହା ହେଲେ ଅଞ୍ଚଳରେ ନିଯୁକ୍ତି ସୁଯୋଗ ବଢ଼ିବ। ଏଥିରେ ରାଜ୍ୟ ସରକାର ସହଯୋଗ କରିବାକୁ ଧର୍ମେନ୍ଦ୍ର ଆହ୍ବାନ କରିଛନ୍ତି। ଏହି ଅବସରରେ କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଅତିଥି ଭାବେ ଉପସ୍ଥିତ ଯୁବ ଉଦ୍ୟୋଗପତି ଅମରେନ୍ଦ୍ର ସାହୁଙ୍କ ଉଦାହରଣ ଦେଇଥିଲେ। ସୁଯୋଗ ମିଳିଲେ ଓଡ଼ିଆ ପିଲା ଚନ୍ଦ୍ରରେ ପହଞ୍ଚତ୍ପାରିବେ ବୋଲି କେନ୍ଦ୍ରମନ୍ତ୍ରୀ କହିଥିଲେ।
ଅନ୍ୟତମ ଅତିଥି ଭାବେ ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ କାମାକ୍ଷାନଗରରେ ଦକ୍ଷତା ବିକାଶ କେନ୍ଦ୍ର ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ରାଜନୀତିରୁ ଊର୍ଦ୍ଧ୍ୱରେ ରହି ମାଟିର ଉନ୍ନତି ପାଇଁ ଆଗେଇ ଆସିବାକୁ ମନ୍ତ୍ରୀ ମଲ୍ଲିକ ଆହ୍ବାନ ଦେଇଛନ୍ତି। ଅନ୍ୟତମ ଅତିଥି ଭାବେ ଏମ୍‌ପି ମହେଶ ସାହୁ ଯୋଗଦେଇ ନିଯୁକ୍ତି ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି କମ୍ପାନୀଗୁଡ଼ିକୁ ପରାମର୍ଶ ଦେଇଥିଲେ। ଜାତୀୟ ଦକ୍ଷତା ବିକାଶ ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ବେଦମଣି ତିୱାରୀ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ କାର୍ଯ୍ୟନିର୍ବାହୀ ଉପସଭାପତି ଡ. ମନୀଷ ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri