Posted inଜାତୀୟ

ମୋଦିଙ୍କ ଶାସନରେ ୧୨ ହଜାର କୋଟିର ଲୁହାପଥର ରପ୍ତାନୀ ଦୁର୍ନୀତି: କଂଗ୍ରେସ

ନୂଆଦିଲ୍ଲୀ,୮।୧୦: ଲୁହାପଥର ରପ୍ତାନୀ ଦୁର୍ନୀତି ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। କଂଗ୍ରେସର ରାଷ୍ଟ୍ରୀୟ ପ୍ରବକ୍ତା ପଓ୍ବନ ଖେରା ଏନେଇ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ମୋଦିଙ୍କ ଶାସନରେ ୧୨ ହଜାର କୋଟି ଟଙ୍କାର ଲୁହାପଥର ରପ୍ତାନୀ ଦୁର୍ନୀତି ହୋଇଛି। ୨୦୧୪ ପୂର୍ବରୁ ଲୁହାପଥର ରପ୍ତାନୀ କେବଳ ଏମ୍‌ଏମ୍‌ଟିସି ଦ୍ୱାରା କରାଯାଉଥିଲା। ୬୪ ପ୍ରତିଶତ ଲୁହା ଥିବା ପଥରକୁ ବିକ୍ରି କରିବା ପୂର୍ବରୁ ଏମ୍‌ଏମ୍‌ଟିସିକୁ ସରକାରଙ୍କ ଅନୁମତି ନେବାକୁ ପଡୁଥିଲା। ଏମ୍‌ଏମ୍‌ଟିସିରେ ୮୯ ପ୍ରତିଶତ ସରକାରୀ ଅଂଶଧନ ରହିଛି। ସେହିପରି ଲୁହାପଥର ରପ୍ତାନୀରେ ୩୦ ପ୍ରତିଶତ ରପ୍ତାନୀ ଶୁଳ୍କ ମଧ୍ୟ ଲଗାଯାଉଥିଲା। ଦେଶର ଇସ୍ପାତଶିଳ୍ପର ବିକାଶ ପାଇଁ ଏଭଳି କରାଯାଉଥିଲା। ତେବେ ମୋଦି ସରକାର କ୍ଷମତାକୁ ଆସିଲା ପରେ ରପ୍ତାନୀ ଆଇନରେ ଅଦବଳବଦଳ କରିଥିଲେ। ଏମ୍‌ଏମ୍‌ଟିସିକୁ ରପ୍ତାନୀ କାର୍ଯ୍ୟରୁ ହଟାଇ ଦିଆଯାଇଥିଲା। ଲୁହାପଥର ଗୁଣ୍ଡ ରପ୍ତାନୀ ଉପରେ କୌଣସି ଶୁଳ୍କ ଲାଗୁ ହେବ ନାହିଁ ବୋଲି ସରକାର ନୂଆ ଆଇନ ପ୍ରଣୟନ କରିଥିଲେ। ଇତିମଧ୍ୟରେ ୪୦ ହଜାର କୋଟି ଟଙ୍କାର ଲୁହାପଥର ରପ୍ତାନୀ କରାଯାଇଛି। ଏଥିରେ ସରକାରଙ୍କ ହାତକୁ ୧୨ ହଜାର କୋଟି ଟଙ୍କା ଯାଇଥିବା ଅଭିଯୋଗ ଖେରା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେଲା ଯୁକ୍ତ ୨ ପରୀକ୍ଷା

ଭଞ୍ଜନଗର,୧୮ା୨(ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା ଦେଉଛନ୍ତି…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ହବ୍‌ରୁ ପରୀକ୍ଷା କେନ୍ଦ୍ରକୁ ଗଲା ପ୍ରଶ୍ନପତ୍ର, କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା

ଭଞ୍ଜନଗର,୧୮ା୨((ବାବୁଲା ପ୍ରଧାନ): ବୁଧବାରଠାରୁ ରାଜ୍ୟରେ +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ଛାତ୍ରୀଛାତ୍ରଙ୍କ ମାତୃଭାଷା ଓଡ଼ିଆ…

ଲାଭ ନେଇଗଲା କଂଗ୍ରେସ

ଭୁବନେଶ୍ୱର,୧୮।୨(ସୁନିତ୍‌ ମିଶ୍ର): ୧୭ଶ ବିଧାନସଭାର ୬ଷ୍ଠ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଗୃହକାର୍ଯ୍ୟ ଆରମ୍ଭ ହୋଇଛି। ପ୍ରଥମ ଦିନ ଥିବାରୁ ଗୃହରେ…

ଏଇ ଭାରତରେ

ଭାରତରେ ଜଳ ସଙ୍କଟ ବିଷୟ ଆଲୋଚନା କଲାବେଳେ ମହାରାଷ୍ଟ୍ର ଲାଟୁର ଜିଲା ସ୍ଥିତି ସାମ୍ନାକୁ ଆସେ। ତେବେ ଏହି ଜିଲାର ବଂଶଓ୍ବାରଗ୍ରାମର ଗ୍ରାମବାସୀ ଜଳସଙ୍କଟ ଦୂର କରିବାରେ…

ରୋଜଗାରିଆ ଝିଅ ଓ ବେକାର ପୁଅ

ପୁରୁଷ ଓ ନାରୀ ଭଗବାନଙ୍କର ଏକ ଅନବଦ୍ୟ ସୃଷ୍ଟି। ପୁରୁଷ ଜନ୍ମ ନିଏ ନାରୀଠାରୁ ପୁଣି ବିନା ପୁରୁଷରେ ନାରୀର ଜନ୍ମ ଅସମ୍ଭବ। କି ଅଦ୍ଭୁତ ସମନ୍ବୟ।…

ପରିମାଣାତ୍ମକ ନା ଗୁଣାତ୍ମକ ଶିକ୍ଷା

ଥରେ ଜଣେ ରାଜନେତାଙ୍କ ସହିତ ସାକ୍ଷାତ ହେଲା। ପୂର୍ବତନ ଲୋକ ସଭା ସାଂସଦ। ବର୍ତ୍ତମାନର ସରକାରୀ ଦଳର ସେ ଜଣେ ପ୍ରତିଷ୍ଠିତ ନେତା। ବିଭିନ୍ନ ସଭା ସମିତିରେ…

ପ୍ରଣବଙ୍କ ଫାର୍ମ ହାଉସ ଜମି ମାପ ଚୁପ ଆରମ୍ଭ

ଯାଜପୁର/ଧର୍ମଶାଳା/ଚଢ଼େଇଧରା,୧୮।୨(ହର୍ଷବର୍ଦ୍ଧନ ବେହେରା/ବଟକୃଷ୍ଣ ପରିଡ଼ା/ଦିଲୀପ ପରିଡ଼ା): ସରକାରୀ ଜମି ଜବରଦଖଲ ଅଭିଯୋଗ ପରେ ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ମଙ୍ଗଳବାର ମାପଚୁପ ଆରମ୍ଭ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri