Posted inଜାତୀୟ

ଟ୍ରେନ୍‌ ଦୁର୍ଘଟଣାରେ ୧୨ ହଜାରଙ୍କ ଜୀବନ ଯାଇଛି, ଏନ୍‌ସିଆର୍‌ବି ରିପୋର୍ଟ..

ନୂଆଦିଲ୍ଲୀ,୩୧।୧୦: ଦେଶରେ ଗତ ୨୦୨୦ ବର୍ଷରେ ଟ୍ରେନ୍‌ ଦୁର୍ଘଟଣାରେ ୧୨ ହଜାର ଲୋକଙ୍କ ଜୀବନ ଯାଇଛି। ସାରା ଦେଶରେ ଗତ ବର୍ଷ ୧୩ ହଜାରରୁ ଅଧିକ ଟ୍ରେନ ଦୁର୍ଘଟଣା ଘଟିଥିଲା। ଏନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ଦ୍ୱାରା ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି।

ରିପୋର୍ଟ ଅନୁଯାୟୀ, ଗତ ବର୍ଷ ଟ୍ରେନ ଦୁର୍ଘଟଣାରେ ପ୍ରତିଦିନ ହାରାହାରି ମୃତ୍ୟୁସଂଖ୍ୟା ୩୨ ଥିଲା। ତେବେ ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି ଯେ ଟ୍ରେନରୁ ଖସିପଡ଼ିବା କିମ୍ବା ରେଲୱେ ଟ୍ରାକ ପାର ହେବାବେଳେ ୮,୪୦୦ ଲୋକଙ୍କର ମୃତ୍ୟୁ ଘଟିଛି। ଯାହାକି ମୋଟ ମୃତ୍ୟୁ ସଂଖ୍ୟାର ପ୍ରାୟ ୭୦ ପ୍ରତିଶତ।

ମହାରାଷ୍ଟ୍ରରେ ଅଧିକାଂଶ ଟ୍ରେନ ଦୁର୍ଘଟଣା ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି। ଉତ୍ତରପ୍ରଦେଶ ଏଥିରେ ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ମହାରାଷ୍ଟ୍ରରେ ୧୯୨୨ ଲୋକଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ଘଟିଥିବାବେଳେ ଉତ୍ତରପ୍ରଦେଶରେ ୧୫୫୮ ଜଣଙ୍କର ମୃତ୍ୟୁ ହୋଇଛି। ଉତ୍ତରପ୍ରଦେଶ ରେଳ କ୍ରସିଂରେ ଦୁର୍ଘଟଣାରେ ଶୀର୍ଷରେ ରହିଛି। ଏଥିରେ ବିହାର ଦ୍ୱିତୀୟ ସ୍ଥାନରେ ଏବଂ ମଧ୍ୟପ୍ରଦେଶ ତୃତୀୟ ସ୍ଥାନରେ ରହିଛି।

ପ୍ରକାଶ ପାଇଥିବା ୨୦୨୦ ପରିସଂଖ୍ୟାନରେ ରେଳ ଦୁର୍ଘଟଣାର ସ୍ଥିତିରେ ୨୦୧୯ ତୁଳନାରେ ସୁଧାର ଆସିଛି। ତଥ୍ୟ ଅନୁଯାୟୀ, ୨୦୧୯୦ରେ ୨୭,୯୮୭ ଟ୍ରେନ ଦୁର୍ଘଟଣା ଘଟିଥିଲା। ୨୦୨୦ରେ ୧୩,୦୧୮ ଦୁର୍ଘଟଣା ଘଟିଥିଲା। ୨୦୨୦ରେ ୯୧୧୭ଟି ଦୁର୍ଘଟଣା ଯାତ୍ରୀ ଟ୍ରେନରୁ ଖସିପଡି କିମ୍ବା କ୍ରସିଂ କିମ୍ବା ଟ୍ରେନ ସମ୍ମୁଖକୁ ଆସିବା ଯୋଗୁ ଘଟିଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri