ପିଏନ୍‌ବିରେ ୧୨୦୩ କୋଟିର ଋଣ ଠକେଇ

 

ନୂଆଦିଲ୍ଲୀ: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ରେ ୧୨୦୩ କୋଟି ଟଙ୍କାର ଠକେଇ ମାମଲା ସାମ୍ନାକୁ ଆସିଛି। ସିନ୍‌ଟେକ୍ସ ଇଣ୍ଡଷ୍ଟ୍ରିଜ ଏଭଳି ବେଆଇନ କାର୍ଯ୍ୟରେ ସାମିଲ ରହିଥିବା ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ମାମଲାରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକ ପ୍ରାୟ ୬ ହଜାର କୋଟି ଟଙ୍କା କ୍ଷତି ସହିବେ ବୋଲି ଅନ୍ୟ ଏକ ରିପୋର୍ଟରେ ପ୍ରକାଶ ପାଇଛି। ଅହମ୍ମଦାବାଦସ୍ଥିତ ପିଏନ୍‌ବିର ଜୋନାଲ ଅଫିସ କର୍ପୋରେଟ ଶାଖାରେ ଏଭଳି ଠକେଇ ସାମ୍ନାକୁ ଆସିଛି। ଅନ୍ୟ ଏକ ରିପୋର୍ଟ ମୁତାବକ, ପିଏନ୍‌ବି ବାଦ୍‌ ବ୍ୟାଙ୍କ ଅଫ୍‌ ବରୋଦା ସିନ୍‌ଟେକ୍ସକୁ ୬୪୯ କୋଟିର ଋଣ ପ୍ରଦାନ କରିଛି। ସେହିଭଳି ଦେନା ବ୍ୟାଙ୍କ ଏବଂ ବିଜୟା ବ୍ୟାଙ୍କ ୯୪୯ କୋଟି, ୟୁନିୟନ ବ୍ୟାଙ୍କ ୩୭୧ କୋଟି, ବ୍ୟାଙ୍କ ଅଫ୍‌ ଇଣ୍ଡିଆ ୬୧୪ କୋଟି, କାନାରା ବ୍ୟାଙ୍କ ୪୭୨ କୋଟି, ଏକ୍ସିମ ବ୍ୟାଙ୍କ ୪୧୬ କୋଟି, ପଞ୍ଜାବ ଏବଂ ସିନ୍ଧ୍‌ ବ୍ୟାଙ୍କ ୩୩୩ କୋଟି, ସେଣ୍ଟ୍ରାଲ ବ୍ୟାଙ୍କ ୩୧୫ କୋଟି,ଓରିଏଣ୍ଟ ବ୍ୟାଙ୍କ ୩୦୦ କୋଟି, ଆନ୍ଧ୍ର ବ୍ୟାଙ୍କ ୨୫୦ କୋଟି ଏବଂ ଏସ୍‌ବିଆଇ ୧୫୦ କୋଟି ଋଣ ଏହି କମ୍ପାନୀ ନେଇଛି। ଏହାବାଦ ଘରୋଇ କ୍ଷେତ୍ରର ସାଉଥ ଇଣ୍ଡିଆନ ବ୍ୟାଙ୍କ ୨୫୦ କୋଟି ଏବଂ କର୍ନାଟକ ଅଫ୍‌ ବ୍ୟାଙ୍କ ୧୦୦ କୋଟି ଏହି କମ୍ପାନୀଙ୍କୁ ଋଣ ଭାବେ ପ୍ରଦାନ କରିଛନ୍ତି। ଏହିସବୁ ବ୍ୟାଙ୍କର ଋଣ ବର୍ତ୍ତମାନ ଫେରିବା ଉପରେ ସମସ୍ୟା ଉପୁଜିବ ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

ଆଜିଠାରୁ ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ! ଇନ୍ଧନ ଦରରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ, ୧୨।୮: ଅନ୍ତର୍ଜାତୀୟ ବଜାରରେ କଞ୍ଚା ତେଲ (କ୍ରୁଡ ଅଏଲ) ର ଦର କ୍ରମାଗତ ଭାବେ ବୃଦ୍ଧି ପାଉଛି ଏବଂ ବ୍ରେଣ୍ଟ କ୍ରୁଡ ୯୦ ଡଲାର ପ୍ରତି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିମାସରେ କେତେ ଦରମା ମିଳେ? ବଙ୍ଗଳା-ଭତ୍ତା ଛଡା ବେସିକ୍‌ ସାଲାରୀ କେତେ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୧୧।୮: ଆପଣ ଡାକ୍ତର, ଇଞ୍ଜିନିୟର ଏବଂ ସରକାରୀ କର୍ମଚାରୀଙ୍କ ଭଳି ବିଭିନ୍ନ ବୃତ୍ତିଗତଙ୍କ ଦରମା ବିଷୟରେ ଶୁଣିଥିବେ। ଏହି ପରିପ୍ରେକ୍ଷୀରେ, ଭାରତର ପ୍ରଧାନମନ୍ତ୍ରୀଙ୍କ ଦରମା କେତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri